ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତ ପାଇଁ ମୁଁ ଏବେ ବିମାନରେ ଚଢ଼ିବାକୁ ଯାଉଛି ।

ରାଷ୍ଟ୍ରପତି ବୋଲା ଅହମ୍ମଦ ତିନୁବୁଙ୍କ ଆମନ୍ତ୍ରଣ କ୍ରମେ ଏହା ମୋର ପ୍ରଥମ ନାଇଜେରିଆ ଗସ୍ତ, ଯିଏକି ପଶ୍ଚିମ ଆଫ୍ରିକା ଅଞ୍ଚଳରେ ଘନିଷ୍ଠ ସହଯୋଗୀ । ଆମର ରଣନୀତିକ ସହଭାଗିତା ଯାହାକି ଗଣତନ୍ତ୍ର ଓ ବହୁଳବାଦର ପାରସ୍ପରିକ ବିଶ୍ୱାସ ଆଧାରିତ ତାକୁ ସୁଦୃଢ଼ କରିବା ପାଇଁ ମୋର ଗସ୍ତ ଏକ ସୁଯୋଗ । ନାଇଜେରିଆରୁ ହିନ୍ଦୀରେ ମୋତେ ସ୍ୱାଗତମ ବାର୍ତ୍ତା ପଠାଇଥିବା ଭାରତୀୟ ସମୁଦାୟ ଓ ବନ୍ଧୁମାନଙ୍କୁ ଭେଟିବାକୁ ମଧ୍ୟ ମୁଁ ବ୍ୟଗ୍ରତାର ସହ ଅପେକ୍ଷା କରି ରହିଛି ।

ବ୍ରାଜିଲରେ ମୁଁ ୧୯ ତମ ଜି-୨୦ ଶିଖର ସମ୍ମିଳନୀରେ ଟ୍ରୋଇକା ସଦସ୍ୟ ଭାବେ ଯୋଗ ଦେବି । ଗତ ବର୍ଷ ଭାରତ ସଫଳତାର ସହ ଅଧ୍ୟକ୍ଷତା କରିବା କରି ଜି-୨୦କୁ ଜନସାଧାରଣଙ୍କ ଜି-୨୦ ଭାବେ ଶୀର୍ଷକୁ ନେଇଥିଲା ଏବଂ ଗ୍ଲୋବାଲ ସାଉଥର ଅଗ୍ରାଧିକାରକୁ କାର୍ଯ୍ୟସୂଚୀରେ ସାମିଲ କରିପାରିଥିଲା । ଚଳିତ ବର୍ଷ ବ୍ରାଜିଲ ଏହେି ପରମ୍ପରାକୁ ଆଗକୁ ନେବ । ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ’ ଦୃଷ୍ଟିକୋଣ ଅନୁଯାୟୀ ଫଳପ୍ରଦ ଆଲୋଚନାକୁ ମୁଁ ଅପେକ୍ଷା କରି ରହିଛି । ଅନ୍ୟାନ୍ୟ ନେତାମାନଙ୍କ ସହ ଦ୍ୱିପାକ୍ଷିକ ସହଯୋଗ ସମ୍ପର୍କରେ ଭାବ ବିନିମୟ କରିବାକୁ ମଧ୍ୟ ଏହି ସୁଯୋଗର ମୁଁ ସଦ୍‌ବ୍ୟବହାର କରିବି ।

ରାଷ୍ଟ୍ରପତି ମହମ୍ମଦ ଇରଫାନ ଅଲ୍ଲୀଙ୍କ ଆମନ୍ତ୍ରଣ କ୍ରମେ ମୋର ଗୁୟାନା ଗସ୍ତ ବିଗତ ୫୦ ବର୍ଷ ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଗୁୟାନା ଗସ୍ତ ହେବ । ଐତିହ୍ୟ, ସଂସ୍କୃତି ଓ ନୈତିକତା ଆଧାରରେ ଆମର ସ୍ୱତନ୍ତ୍ର ସମ୍ପର୍କକୁ ରଣନୀତିକ ଦିଗକୁ ନେବାକୁ ଆମେ ଭାବ ବିନିମୟ କରିବୁ । ଭାରତର ଏକ ପୁରାତନ ସମୁଦାୟ ଯେଉଁମାନେ କି ୧୮୫ ବର୍ଷ ପୂର୍ବେ ଗୁୟାନା ଚାଲି ଯାଇଥିଲେ ସେମାନଙ୍କୁ ମୁଁ ସମ୍ମାନ ଜଣାଇବି ଏବଂ ଲୋକତନ୍ତ୍ରର ସାଥୀ ଭାବେ ସଂସଦରେ ମୁଁ ଉଦବୋଧନ ଦେବି ।

ଏହି ଗସ୍ତ ଅବସରରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ପାଇଁ ମୁଁ ନାରିବିୟନ ସହଯୋଗୀ ଦେଶର ନେତୃବୃନ୍ଦଙ୍କ ସହ ଯୋଗ ଦେବି । ସୁଖ ଦୁଃଖ ସମୟରେ ଆମେ ଏକାଠି ହୋଇ ରହିଛୁ । ଶିଖର ସମ୍ମିଳନୀ ଆମକୁ ଐତିହାସିକ ସମ୍ପର୍କର ନବୀକରଣ ପାଇଁ ଏବଂ ନୂତନ କ୍ଷେତ୍ରକୁ ଆମ ସହଯୋଗକୁ ସମ୍ପ୍ରସାରିତ କରିବାକୁ ସୁଯୋଗ ଦେବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Jo khelega woh khilega, always cheer for Bharat: PM Modi meets India's CWG medallists

Media Coverage

Jo khelega woh khilega, always cheer for Bharat: PM Modi meets India's CWG medallists
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 10, 2026
August 10, 2026

History, Heritage & High Growth: Why India’s Youth Feel Unstoppable Under PM Modi’s Leadership