ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ଅଗଷ୍ଟ ୨୦୨୩ ରେ ଏଥେନ୍ସ ଠାରେ ଗ୍ରୀସର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କିରିଆକୋସ୍ ମିତ୍ସୋତାକିସଙ୍କୁ ଭେଟିଥିଲେ ।

ଦୁଇ ନେତା ବ୍ୟକ୍ତିଗତ ଓ ପ୍ରତିନିଧି ସ୍ତରୀୟ ଆଲୋଚନା କରିଥିଲେ । ପ୍ରଧାନମନ୍ତ୍ରୀ ଗ୍ରୀସର ଜଙ୍ଗଲରେ ନିଆଁ ଲାଗିବା ଘଟଣାରେ ଜୀବନ ଓ ସମ୍ପତ୍ତି କ୍ଷୟକ୍ଷତି ପାଇଁ ଗଭୀର ସମ୍ବେଦନା ପ୍ରକାଶ କରିଥିଲେ ।

ଚନ୍ଦ୍ରଯାନ ଅଭିଯାନର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ମିତ୍ସୋତାକିସ୍ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଏହାକୁ ମାନବ ସମାଜ ପାଇଁ ଏକ ସଫଳତା ବୋଲି ଅଭିହିତ କରିଛନ୍ତି ।

ବାଣିଜ୍ୟ ଓ ପୁଞ୍ଜିନିବେଶ, ପ୍ରତିରକ୍ଷା ଓ ନିରାପତ୍ତା, ବୈଷୟିକ ଜ୍ଞାନକୌଶଳ, ଭିତ୍ତିଭୂମି, ଡିଜିଟାଲ ଦେୟ, ଜାହାଜ ଚଳାଚଳ, ଔଷଧ, କୃଷି, ଗମନାଗମନ, ପର୍ଯ୍ୟଟନ, ଦକ୍ଷତା ବିକାଶ, ସଂସ୍କୃତି, ଶିକ୍ଷା ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ ସମେତ ଦ୍ୱିପାକ୍ଷିକ ଭାଗିଦାରୀର ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା । ସେମାନେ ଇୟୁ, ଭାରତ - ପ୍ରଶାନ୍ତ ମହାସାଗର ଏବଂ ଭୂମଧ୍ୟସାଗର ସମେତ ଆଞ୍ଚଳିକ ଏବଂ ବହୁପାକ୍ଷିକ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରିଥିଲେ । ସେମାନେ ଅନ୍ତର୍ଜାତୀୟ ଆଇନ, ସାର୍ବଭୌମତ୍ୱ ଏବଂ ଆଞ୍ଚଳିକ ଅଖଣ୍ଡତାକୁ ସମ୍ମାନ ଦେବାକୁ ଆହ୍ୱାନ ଦେଇଥିଲେ ।

ଉଭୟ ପକ୍ଷ ସେମାନଙ୍କ ସମ୍ପର୍କକୁ 'ଷ୍ଟ୍ରାଟେଜିକ୍ ପାର୍ଟନରସିପ୍‌' (ରଣନୈତିକ ଭାଗୀଦାରୀ) ରେ ପରିଣତ କରିବାକୁ ସହମତ ହୋଇଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Odisha’s Dhenkanal farmers export 3 tonne of mango to London

Media Coverage

Odisha’s Dhenkanal farmers export 3 tonne of mango to London
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 14, 2026
May 14, 2026

Kisan Kalyan to Viksit Bharat: PM Modi Delivers Jobs, Markets & Dignity Across Rural and Industrial India