“ପରବର୍ତ୍ତୀ ଜରୁରୀକାଳୀନ ସ୍ୱାସ୍ଥ୍ୟ ପରିସ୍ଥିତିର ମୁକାବିଲା ନିମନ୍ତେ ଆମେ ନିଜକୁ ପ୍ରସ୍ତୁତ ରଖିବା ଆବଶ୍ୟକ”
“ବିଶ୍ୱବ୍ୟାପୀ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ସାମଗ୍ରିକ ସ୍ୱାସ୍ଥ୍ୟ ବ୍ୟବସ୍ଥା ଦିଗରେ ଏକ ସାର୍ବଜନୀନ ପଦକ୍ଷେପ”
“ବୈଶ୍ୱିକ ଲକ୍ଷ୍ୟ ୨୦୩୦ର ଯଥେଷ୍ଟ ଆଗରୁ ଆମେ ଯକ୍ଷ୍ମା ଉନ୍ମୁଳନ କରିବା ରାସ୍ତାରେ ଆଗେଇଛୁ”
“ଚାଲନ୍ତୁ ଆମର ନବୋନ୍ମେଷ ଜନହିତରେ ଲଗାଇବା, ପ୍ରଯୁକ୍ତିର ସମାନୁପାତିକ ଉପଲବ୍ଧତାକୁ ପ୍ରଚଳନ କରିବା”

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି ।

ଉପସ୍ଥିତ ଅତିଥିଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ଦେଶର ୨.୧ ନିୟୁତ ଡାକ୍ତର, ୩.୫ ନିୟୁତ ସେବିକା, ୧.୩ ନିୟୁତ ତାଲିମପ୍ରାପ୍ତ ସ୍ୱାସ୍ଥ୍ୟ ସେବକ ଓ ୧.୬ ନିୟୁତ ଫାର୍ମାସିଷ୍ଟ ଓ ଲକ୍ଷାଧିକ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ଯତ୍ନ କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ପକ୍ଷରୁ ସେମାନଙ୍କୁ ସ୍ୱାଗତ ଜଣାଇ ଥିଲେ ।

ଜାତିର ପିତାଙ୍କୁ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଗାନ୍ଧିଜୀ ସ୍ୱାସ୍ଥ୍ୟକୁ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବିବେଚନା କରୁଥିଲେ ଯେ ଏହାକୁ ନେଇ ସେ “କୀ ଟୁ ହେଲ୍ଥ” ନାମରେ ପୁସ୍ତକ ରଚନା କରିଥିଲେ । ସେ କହିଥିଲେ ଯେ ସୁସ୍ଥ ରହିବା ଅର୍ଥ ହେଲା ଜନତାଙ୍କର ମନ ଓ ଶରୀର ସନ୍ତୁଳିତ ଓ ଖୁସୀର ସହ ରହିବା ଦରକାର । ଏହା ଅର୍ଥ ହେଉଛି ସ୍ୱାସ୍ଥ୍ୟ ହେଉଛି ଜୀବନର ଭିତ୍ତିଭୂମି ।

ପ୍ରଧାନମନ୍ତ୍ରୀ ମଧ୍ୟ ଏକ ସଂସ୍କୃତ ଶ୍ଳୋକ ଆବୃତ୍ତି କରିଥିଲେ- ଯାହାର ଅର୍ଥ ହେଲା “ସ୍ୱାସ୍ଥ୍ୟ ହିଁ ଅମୂଲ୍ୟ ସମ୍ପଦ ଏବଂ ଉତ୍ତମ ସ୍ୱାସ୍ଥ୍ୟ ସହ ପ୍ରତ୍ୟେକ କାର୍ଯ୍ୟ ହାସଲ କରିହେବ ।”

ପ୍ରଧାନମନ୍ତ୍ରୀ ଗୁରୁତ୍ୱର ସହ କହିଥିଲେ ଯେ କୋଭିଡ-୧୯ ଭଳି ବୈଶ୍ୱିକ ମହାମାରୀ ଆମକୁ ସବୁବେଳେ ସ୍ମରଣ କରାଇ ଦିଏ ଯେ ସ୍ୱାସ୍ଥ୍ୟ ହିଁ ଆମ ସମସ୍ତ ନିଷ୍ପତ୍ତିର ମୁଖ୍ୟ ବିଷୟ ହେବା ଆବଶ୍ୟକ । ସମୟ ମଧ୍ୟ ଆମକୁ ସଚେତନ କରି ଦେଇଛି ଯେ ସେ ଔଷଧ ହେଉ ବା ଟୀକା ଯୋଗାଣ ବା ଲୋକଙ୍କୁ ଘରକୁ ଫେରାଇ ଆଣିବା ସବୁଥିରେ ଆନ୍ତର୍ଜାତିକ ସହଯୋଗର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ଭାରତ ସରକାରଙ୍କ ମାନବ ହିତୈଷୀ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ମୈତ୍ରୀ ଟୀକା ପଦକ୍ଷେପ ଜରିଆରେ ଭାରତ ଦକ୍ଷିଣ ଗୋଲାର୍ଦ୍ଧର କେତେକ ଦେଶ ସମେତ ୧୦୦ରୁ ଅଧିକ ଦେଶକୁ ୩୦୦ ନିୟୁତ କୋଭିଡ୍-୧୯ ଟୀକା ମାତ୍ରା ପ୍ରଦାନ କରିଥିଲେ ।

ବୈଶ୍ୱିକ ମହାମାରୀ କାଳରେ ନମନୀୟତାକୁ ଏକ ବିରାଟ ନୀତିବାଣୀ ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବୈଶ୍ୱିକ ସ୍ୱାସ୍ଥ୍ୟ ପଦ୍ଧତି ନମନୀୟ ହେବା ଉଚିତ । ଆମକୁ ନିଶ୍ଚିତ ଭାବେ ପରବର୍ତ୍ତୀ ସ୍ୱାସ୍ଥ୍ୟ ଆପାତକାଳ ନିମନ୍ତେ ଏହାର ଦୂରୀକରଣ ଓ ପରିସ୍ଥିତି ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବା ଆବଶ୍ୟକ । ଆଜିର ଆନ୍ତଃ ସଂଯୋଗୀକରଣ ବିଶ୍ୱରେ ଏହା ବିଶେଷ ଗୁରୁତ୍ୱପୂର୍ଣ୍ଣ । ବୈଶ୍ୱିକ ମହାମାରୀ ବିଶ୍ୱର ଗୋଟିଏ ପଟରେ ଆରମ୍ଭ ହେଲେ ସ୍ୱାସ୍ଥ୍ୟ ସମସ୍ୟା କିପରି ଦ୍ରୁତ ଭାବେ ଅନ୍ୟପଟକୁ ବ୍ୟାପିଥାଏ ତାହା ଆମେ ଅନୁଭବ କରୁଛୁ ।

“ଭାରତରେ ଆମେ ଏକ ସାମଗ୍ରିକ ଓ ଅନ୍ତର୍ଭୁକ୍ତୀକରଣର ପାଖାପାଖି ପଦକ୍ଷେପ ନେଇଛୁ” ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ସେ କହିଥିଲେ ଯେ ଆମେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ସମ୍ପ୍ରସାରଣ କରୁଛୁ, ପାରମ୍ପରିକ ଭେଷଜ ପଦ୍ଧତିକୁ ପ୍ରୋତ୍ସାନ ଦେଉଛୁ ଓ ସମସ୍ତଙ୍କୁ ସୁଲଭ ସ୍ୱାସ୍ଥ୍ୟ ସେବା ଯୋଗାଉଛୁ । ବିଶ୍ୱବ୍ୟାପୀ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ସାମଗ୍ରିକ ସ୍ୱାସ୍ଥ୍ୟର ସାର୍ବଜନୀନ ଇଚ୍ଛାର ଏକ ଇଚ୍ଛାପତ୍ର ପାଲଟିଛି । ଚଳିତ ବର୍ଷ ୨୦୨୩ ଆନ୍ତର୍ଜାତିକ ମିଲେଟ ବର୍ଷ ଭାବେ ପାଳନ କରାଯାଉଛି । ଭାରତରେ ପରିଚିତ ଶ୍ରୀ ଅନ୍ନ ବା ମିଲେଟର ଅନେକ ସ୍ୱାସ୍ଥ୍ୟଗତ ଉପକାରିତା ରହିଛି ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆମର ବିଶ୍ୱାସ ସ୍ୱାସ୍ଥ୍ୟ ଏବଂ ସୁଧାର ପ୍ରତ୍ୟେକଙ୍କ ନମନୀୟତାକୁ ବୃଦ୍ଧି କରିବ । ଗୁଜରାଟର ଜାମନଗରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପାରମ୍ପରିକ ଭେଷଜ କେନ୍ଦ୍ର ପ୍ରତିଷ୍ଠା ଏ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ବିଶ୍ୱ ସାସ୍ଥ୍ୟ ସଂଗଠନର ପାରମ୍ପରିକ ଔଷଧ ଉପରେ ବୈଶ୍ୱିକ ଶିଖର ବୈଠକ ଓ ତାହା ପୁଣି ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀମାନଙ୍କ ସହ ଏହି ସାମର୍ଥ୍ୟ ବୃଦ୍ଧି ଦିଗରେ ଅଧିକ ଉପାଦେୟ ହେବ । ପାରମ୍ପରିକ ଔଷଧର ବୈଶ୍ୱିକ ଗନ୍ତାଘର ସୃଷ୍ଟି କରିବା ଆମର ମିଳିତ ଉଦ୍ୟମ ହେବା ଆବଶ୍ୟକ ।

ସ୍ୱାସ୍ଥ୍ୟ ଓ ପରିବେଶ ଜୈବିକ ଦୃଷ୍ଟିକୋଣରୁ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ଥିବାରୁ ମୁକ୍ତ ବାୟୁ, ନିରାପଦ ପାନୀୟ ଜଳ, ପର୍ଯ୍ୟାପ୍ତ ପୌଷ୍ଟିକତା ଓ ନିରାପଦ ଆଶ୍ରୟସ୍ଥଳ ସ୍ୱାସ୍ଥ୍ୟ ପାଇଁ ପ୍ରଧାନ ଅବଲମ୍ବନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଜଳବାୟୁ ଓ ସ୍ୱାସ୍ଥ୍ୟ ଦିଗରେ ପଦକ୍ଷେପ ନେଇଥିବାରୁ ସେ ଗଣ୍ୟମାନ୍ୟ ଅତିଥିମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଅଣୁ କୀଟାଣୁ ପ୍ରତିରୋଧକ ନିରୋଧୀ (ଏଏମଆର)ର ଭୟ ଉପରେ ନେଇଥିବା ପଦକ୍ଷେପ ପ୍ରଶଂସନୀୟ ବୋଲି ସେ କହିଥିଲେ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏଏମଆର ବୈଶ୍ୱିକ ଜନ ସ୍ୱାସ୍ଥ୍ୟ ଓ ସମସ୍ତ ଔଷଧପତ୍ର ପ୍ରସ୍ତୁତି କ୍ଷେତ୍ରରେ ଏକ ବିରାଟ ବିପଦ ସୃଷ୍ଟି କରିଛି । ଜି-୨୦ କାର୍ଯ୍ୟକାରୀ ଗୋଷ୍ଠୀ ‘ଗୋଟିଏ ସ୍ୱାସ୍ଥ୍ୟ’ ଓ ଆମର ଲକ୍ଷ୍ୟ ‘ଗୋଟିଏ ବିଶ୍ୱ’ ଗୋଟିଏ ସ୍ୱାସ୍ଥ୍ୟ ସମଗ୍ର ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ଉନ୍ନତ କରିବ ଓ ଏ ପ୍ରକାର ଲକ୍ଷ୍ୟ ପାଇଁ ପ୍ରଧାନମନ୍ତ୍ରୀ ଖୁସୀ ପ୍ରକଟ କରିଥିଲେ । ମଣିଷ, ପ୍ରାଣୀ, ବୃକ୍ଷଲତା ଓ ପରିବେଶ ପାଇଁ ଏହି ଲକ୍ଷ୍ୟ ଉପକାରୀ । ଏପରି ସମନ୍ୱିତ ମତ କାହାରିକୁ ପଛରେ ନ ପକାଇବା ଭଳି ଗାନ୍ଧିଜୀଙ୍କ ଚିନ୍ତାଧାରା ସହ ସମାନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଯେକୌଣସି ସ୍ୱାସ୍ଥ୍ୟ ଜନିତ ପଦକ୍ଷେପର ସଫଳତା ଜନ ସହଯୋଗ ଉପରେ ନିର୍ଭରଶୀଳ । ଏହାର ଗୁରୁତ୍ୱ ଉପରେ ଆଲେକପାତ କରି ପ୍ରଧାନମନ୍ତ୍ରୀ ଆମର କୁଷ୍ଠ ନିରାକରଣ ଅଭିଯାନର ସଫଳତା ଏହାର ଏକ ଉଦାହରଣ ବୋଲି କହିଥିଲେ । ଆମର ଯକ୍ଷ୍ମା ଉନ୍ମେଳନ କାର୍ଯ୍ୟକ୍ରମ ମଧ୍ୟ ଜନକଲ୍ୟାଣ ଉପରେ ପର୍ଯ୍ୟବସିତ । ସେ କହିଥିଲେ ଯେ ଆମେ ଜନସାଧାରଣଙ୍କୁ ଦେଶର ନିଃ-କ୍ଷୟ ମିତ୍ର ବା ଟିବି ଦୂରୀକରଣର ବନ୍ଧୁ, ହେବା ପାଇଁ ନିବେଦନ କରିଥିଲୁ ଓ ପ୍ରାୟ ଏକ ନିୟୁତ ରୋଗୀଙ୍କୁ ନାଗରିକମାନେ ପୋଷ୍ୟ ଭାବେ ଗ୍ରହଣ କରିଥିଲେ ।

“ବର୍ତ୍ତମାନ ଆମେ ଯକ୍ଷ୍ମା ଉନ୍ମେଳନ ବୈଶ୍ୱିକ ଲକ୍ଷ୍ୟ ୨୦୩୦ର ଯଥେଷ୍ଟ ଆଗରୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ” ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ସ୍ୱାସ୍ଥ୍ୟ ସେବା ସମସ୍ତଙ୍କ ପାଇଁ ସୁଲଭ ହେବା ନେଇ ନବୋନ୍ମେଷ ଓ ଡିଜିଟାଲ ସମାଧାନ ଉପରେ ଗୁରୁତ୍ୱ ଆରୋପ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆମର ଉଦ୍ୟମ ଏ ଦିଗରେ ଉପାଦେୟ ହୋଇଛି ଓ ଦୂରଦୂରାନ୍ତରରେ ଥିବା ରୋଗୀମାନେ ଟେଲି ମେଡିସିନ୍ ଜରିଆରେ ଗୁଣାତ୍ମକ ଚିକିତ୍ସା ସୁବିଧା ପାଇ ପାରୁଛନ୍ତି । ସେ ଭାରତୀୟ ଜାତୀୟ କାର୍ଯ୍ୟକ୍ରମ ଇ-ସଞ୍ଜିବନୀର ପ୍ରଶଂସା କରିବା ସହ ଏହା ଏ ପର୍ଯ୍ୟନ୍ତ ୧୪୦ ନିୟୁତ ଟେଲି ପରାମର୍ଶ ଯୋଗାଇ ପାରିଛି ବୋଲି କହିଥିଲେ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତରେ କୋ-ୱିନ୍ ପ୍ଲାଟଫର୍ମ ମାନବ ଇତିହାସରେ ସଫଳ ଟୀକାକରଣ ଲକ୍ଷ୍ୟ ହାସଲ କରିପାରିଛି । ଏହା ଦୁଇ ଦଶମିକ ଦୁଇ ବିଲିୟନ ଟୀକା ମାତ୍ରା ପ୍ରଦାନ କରିବା ସହ ବିଶ୍ୱବ୍ୟାପୀ ଗ୍ରହଣଯୋଗ୍ୟ ଟୀକା ପ୍ରମାଣପତ୍ର ପ୍ରଦାନ କରିଛି । ଡିଜିଟାଲ ସ୍ୱାସ୍ଥ୍ୟ ଲକ୍ଷ୍ୟ ହାସଲ ପାଇଁ ବୈଶ୍ୱିକ ପଦକ୍ଷେପ ବିଭିନ୍ନ ସ୍ୱାସ୍ଥ୍ୟଗତ ଡିଜିଟାଲ ପଦକ୍ଷେପକୁ ଏକ ସମଭାବାପନ୍ନ ମଞ୍ଚକୁ ନେଇ ଆସିବ ।

“ଆସନ୍ତୁ ଆମେ ଆମର ନବୋନ୍ମେଷକୁ ଜନହିତରେ ଉପଯୋଗ କରିବା । ପାଣ୍ଠି ଯୋଗାଣରେ ଦୋହରା ମାନଦଣ୍ଡ ଗ୍ରହଣ କରିବା ନାହିଁ । ପ୍ରଯୁକ୍ତିବିଦ୍ୟାର ସମାନ ଉପଲବ୍ଧତା ସୁନିଶ୍ଚିତ କରିବା” ବୋଲି ପ୍ରଧାନମନ୍ତ୍ରୀ ଉଦାତ୍ତ କଣ୍ଠରେ ଘୋଷଣା କରିଥିଲେ । ଏହି ପଦକ୍ଷେପ ଦକ୍ଷିଣ ଗୋଲାର୍ଦ୍ଧ ଦେଶଗୁଡ଼ିକୁ ସ୍ୱାସ୍ଥ୍ୟ ସେବା ଯତ୍ନ କ୍ଷେତ୍ରରେ କ୍ରମଶଃ ସମକ୍ଷକ ହୋଇ ଏହାର ସାର୍ବଜନୀନ ସ୍ୱାସ୍ଥ୍ୟ ସେବା ସଫଳତା ହାସଲ ଦିଗରେ ସହାୟକ ହେବ ବୋଲି କହିଥିଲେ ।

ପ୍ରଧାନମନ୍ତ୍ରୀ ମାନବ ଜଗତ ପାଇଁ ଏକ ପ୍ରାଚୀନ ଭାରତୀୟ ଶୁଭକାମନା ସଂସ୍କୃତିରେ ଆବୃତ୍ତି କରି ତାଙ୍କ ବକ୍ତବ୍ୟ ଶେଷ କରିଥିଲେ ଓ ତାହାର ମର୍ମ ହେଉଛି “ସମସ୍ତେ ସୁଖୀ ହୁଅନ୍ତୁ, ସମସ୍ତେ ନିରୋଗ ରୁହନ୍ତୁ”। ମୁଁ ଆପଣମାନଙ୍କ ଆଲୋଚନାର ସଫଳତା କାମନା କରୁଛି ।

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Inspiring India: Gujarat Woman's Solar Mission Earns PM Modi’s Praise, Invitation to I-Day Ceremony

Media Coverage

Inspiring India: Gujarat Woman's Solar Mission Earns PM Modi’s Praise, Invitation to I-Day Ceremony
NM on the go

Nm on the go

Always be the first to hear from the PM. Get the App Now!
...
Cabinet approves a highway construction project in Assam worth ₹8,970.20 crore
August 06, 2026

The Cabinet Committee on Economic Affairs, chaired by the Prime Minister Shri Narendra Modi, today has approved the development of 135.871 km, 4-lane access-controlled Guwahati-Tezpur Corridor of NH-15 in Assam. The project will be developed on Built-Operate -Transfer (BOT) Toll Mode at a total capital cost of Rs.8970.20 crore under NH(O).

The project envisages construction of an Emergency Landing Facility (ELF) (4.9 Km.) in Tezpur Bypass which have been finalized in coordination with IAF and would decongest existing NH-27 (East west Corridor) on the south side of Brahmaputra river. The project includes construction of 05 major bypasses of length 58.7 Km., thereby easing congestion on stretches passing through densely populated areas such as Baihata Chariali, Sipajhar, Kharupetia, Dekiajuli, Tezpur.

In addition, the project has provision for 15 Major Bridge, 30 Minor Bridge, 19 flyovers, 01 Elephant Under Pass (in Tezpur bypass). 46 Underpasses and 19 Flyovers with 210 Km. of service road will also be constructed as part of the project to maintain cross movement of the traffic as the project is proposed to be developed as access controlled.

The project will increase average travel speeds by 100%, reduce travel time to half, improve overall road safety, enhance fuel efficiency, and lower vehicle operating costs, thereby enhancing regional mobility and socio-economic development.

The project will provide seamless connectivity to key economic, social, and logistics nodes across Assam and Arunachal Pradesh. Additionally, the upgraded corridor will enhance connectivity to 08 PM Gati-Shakti Economic Nodes (08 Industrial Parks), 02 Social Nodes (02 Aspirational districts of Darrang and Udalguri), 03 Tourist Nodes (Maa Kamakhaya Temple, Kaziranga National Park, Orang National Park) and 07 Logistic Nodes (03 Major Railway Stations, 02 Airports,02 Waterway Terminal), thereby facilitating faster movement of goods and passengers across the region.

Map of corridor