ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ଏଲିଜାବେଥ୍ ଟ୍ରସ୍‌ଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି

ପ୍ରଧାନମନ୍ତ୍ରୀ ମୋଦୀ ବ୍ରିଟେନର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିବାରୁ ମାନ୍ୟବର ଟ୍ରସଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ବାଣିଜ୍ୟ ସଚିବ ତଥା ବୈଦେଶିକ ସଚିବ ଭାବରେ ତାଙ୍କର ପୂର୍ବ କାର୍ଯ୍ୟକାଳ ସମୟରେ ଭାରତ-ବ୍ରିଟେନ ଦ୍ୱିପାକ୍ଷିକ ସମ୍ପର୍କରେ ତାଙ୍କର ଅବଦାନକୁ ସେ ପ୍ରଶଂସା କରିଥିଲେ । ଉଭୟ ନେତା ଭାରତ ଏବଂ ବ୍ରିଟେନ ମଧ୍ୟରେ ବିସ୍ତୃତ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

ଦୁଇ ନେତା ୨୦୩୦ ର ରୋଡମ୍ୟାପ କାର୍ଯ୍ୟାନ୍ୱୟନରେ ଅଗ୍ରଗତି, ଚାଲିଥିବା ଏଫଟିଅ।ର ବୁଝାମଣା, ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗ ଏବଂ ଉଭୟ ଦେଶ ମଧ୍ୟରେ ଲୋକ ସମ୍ପର୍କକୁ ନେଇ ଦ୍ୱିପାକ୍ଷିକ ସ୍ୱାର୍ଥର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ।

ଭାରତବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀ ମୋଦୀ ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଦୁଃଖଦ ମୃତ୍ୟୁ ପାଇଁ ରାଜ ପରିବାର ଏବଂ ବ୍ରିଟେନର ଲୋକଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s power sector set for strong FY27 growth on rising demand, capacity additions: Report

Media Coverage

India’s power sector set for strong FY27 growth on rising demand, capacity additions: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 20, 2026
July 20, 2026

Yuva to Global Stage: How PM Modi’s Policies Are Turning India’s Youth, Farms & Factories into Growth Engines