ଏକତାର ମହାକୁମ୍ଭ - ନୂଆ ଯୁଗର ଆରମ୍ଭ

Published By : Admin | February 27, 2025 | 09:00 IST

ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ

ପବିତ୍ର ସହର ପ୍ରୟାଗରାଜରେ ମହାକୁମ୍ଭ ସଫଳତାର ସହ ସମାପନ ହୋଇଛି। ଏକତାର ଏକ ବିଶାଳ ମହାଯଜ୍ଞ ସମ୍ପନ୍ନ ହୋଇଛି। ଗୋଟିଏ ରାଷ୍ଟ୍ରର ଚେତନା ଜାଗ୍ରତ ହେଲେ, ଶହ ଶହ ବର୍ଷ ପୁରୁଣା ପରାଧୀନତାର ମାନସିକତାରୁ ମୁକ୍ତ ହେଲେ, ଦେଶରେ ନୂତନ ଶକ୍ତିର ସଂଚାର ହୋଇଥାଏ । ଏହାର ପରିଣାମ ଜାନୁଆରୀ 13ରୁ ପ୍ରୟାଗରାଜରେ ଆରମ୍ଭ ହୋଇଥିବା ‘ଏକତା କା ମହାକୁମ୍ଭ’ (ଏକତାର ମହାକୁମ୍ଭ) ରେ ଦେଖିବାକୁ ମିଳିଥିଲା।

On January 22, 2024, during the Pran Pratishtha of the Ram Mandir in Ayodhya, I spoke about Devbhakti and Deshbhakti - devotion to the divine and to the nation. During the Mahakumbh in 22 ଜାନୁଆରୀ 2024ରେ, ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମୟରେ, ମୁଁ ଦେବ ଭକ୍ତି ଏବଂ ଦେଶ ଭକ୍ତି ବିଷୟରେ କହିଥିଲି। ପ୍ରୟାଗରାଜରେ ମହାକୁମ୍ଭ ସମୟରେ, ସାଧୁ, ସନ୍ଥ, ମହିଳା, ଶିଶୁ, ଯୁବକ, ବରିଷ୍ଠ ନାଗରିକ ଏବଂ ସମାଜର ସମସ୍ତ ବର୍ଗର ଲୋକମାନେ ଏକାଠି ହୋଇଥିଲେ। ମହାକୁମ୍ଭରେ ଆମେ ରାଷ୍ଟ୍ରର ଜାଗ୍ରତ ଚେତନାକୁ ଦେଖିଛୁ। ଏହା ଥିଲା ଏକତାର ମହାକୁମ୍ଭ, ଯେଉଁଠି 140 କୋଟି ଭାରତୀୟଙ୍କ ଆସ୍ଥା ଏହି ପବିତ୍ର ଅବସର ପାଇଁ ଏକ ସମୟରେ, ଗୋଟିଏ ସ୍ଥାନରେ ଏକତ୍ରିତ ହୋଇଥିଲା।

ପ୍ରୟାଗରାଜର ଏହି ପବିତ୍ର ଅଞ୍ଚଳ ହେଉଛି ଶୃଙ୍ଗବେରପୁର । ଏହା ଏକତା, ସୌହାର୍ଦ୍ଦ୍ୟ ଏବଂ ପ୍ରେମର ଏକ ପବିତ୍ର ଭୂମି, ଯେଉଁଠାରେ ପ୍ରଭୁ ଶ୍ରୀରାମ ଓ ନିଶାଦରାଜଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ସେମାନଙ୍କର ଏହି ସାକ୍ଷାତ ଭକ୍ତି ଓ ସଦ୍‌ଭାବନାର ସଙ୍ଗମ ଥିଲା। ଆଜି ମଧ୍ୟ ପ୍ରୟାଗରାଜ ଆମକୁ ସେହି ଭାବନା ସହ ପ୍ରେରଣା ଦେଉଛି।

45 ଦିନ ଧରି ମୁଁ ଦେଶର କୋଣ ଅନୁକୋଣରୁ କୋଟି କୋଟି ଲୋକଙ୍କୁ ସଙ୍ଗମକୁ ଯିବାଆସିବା କରୁଥିବାର ଦେଖିଲି। ସଙ୍ଗମସ୍ଥଳରେ ଭାବପ୍ରବଣତାର ତରଙ୍ଗ ବୃଦ୍ଧି ପାଇବାରେ ଲାଗିଥିଲା। ପ୍ରତ୍ୟେକ ଭକ୍ତ ସଙ୍ଗମରେ ବୁଡ଼ ପକାଇବାର ଆକାଂକ୍ଷା ନେଇ ଆସିଥିଲେ । ଗଙ୍ଗା, ଯମୁନା ଏବଂ ସରସ୍ୱତୀଙ୍କ ପବିତ୍ର ସଙ୍ଗମ ପ୍ରତ୍ୟେକ ତୀର୍ଥଯାତ୍ରୀଙ୍କୁ ଉତ୍ସାହ, ଶକ୍ତି ଏବଂ ଆତ୍ମବିଶ୍ୱାସରେ ଭରିଦେଇଥିଲା।

ପ୍ରୟାଗରାଜର ଏହି ମହାକୁମ୍ଭ ଆଧୁନିକ ପ୍ରବନ୍ଧନ ବା ମ୍ୟାନେଜମେଣ୍ଟ ପେସାଦାର, ଯୋଜନା ଏବଂ ନୀତି ବିଶେଷଜ୍ଞଙ୍କ ପାଇଁ ଏକ ଅଧ୍ୟୟନର ବିଷୟ। ବିଶ୍ୱର କୌଣସି ସ୍ଥାନରେ ଏହି ବ୍ୟାପକତାର କୌଣସି ସମାନ୍ତରାଳ ଉଦାହରଣ ନାହିଁ।

ପ୍ରୟାଗରାଜରେ ନଦୀ ସଙ୍ଗମ କୂଳରେ କୋଟି କୋଟି ଲୋକ କିପରି ଏକାଠି ହେଲେ, ତାହା ବିଶ୍ୱ ଆଶ୍ଚର୍ଯ୍ୟର ସହ ଦେଖିଲା। ଏହି ଲୋକମାନଙ୍କ ପାଖରେ କୌଣସି ଆନୁଷ୍ଠାନିକ ନିମନ୍ତ୍ରଣ ନଥିଲା, କେତେବେଳେ ଯିବେ ସେ ବିଷୟରେ କୌଣସି ପୂର୍ବ ସୂଚନା ନଥିଲା। ତଥାପି କୋଟି କୋଟି ଲୋକ ନିଜ ଇଚ୍ଛାରେ ମହାକୁମ୍ଭ ଅଭିମୁଖେ ବାହାରିଥିଲେ ଏବଂ ପବିତ୍ର ଜଳରାଶିରେ ବୁଡ଼ ପକାଇବାର ଆନନ୍ଦ ଅନୁଭବ କରିଥିଲେ।

ପବିତ୍ର ସ୍ନାନ ପରେ ଅପାର ଆନନ୍ଦ ଏବଂ ସନ୍ତୋଷ ପ୍ରଦାନ କରୁଥିବା ସେହି ମୁହଁ ଗୁଡ଼ିକୁ ମୁଁ ଭୁଲି ପାରିବି ନାହିଁ। ମହିଳା, ବୟସ୍କ, ଦିବ୍ୟାଙ୍ଗ ଭାଇ ଓ ଭଉଣୀ-ସମସ୍ତେ ସଙ୍ଗମରେ ପହଞ୍ଚିବାର ରାସ୍ତା ଖୋଜି ବାହାର କଲେ।

ଭାରତର ଯୁବକମାନଙ୍କ ବିପୁଳ ଅଂଶଗ୍ରହଣକୁ ଦେଖିବା ମୋ ପାଇଁ ବିଶେଷ ଭାବରେ ହୃଦୟସ୍ପର୍ଶୀ ଥିଲା। ମହାକୁମ୍ଭରେ ଯୁବପିଢ଼ିର ଉପସ୍ଥିତି ଏକ ଗଭୀର ବାର୍ତ୍ତା ଦେଉଛି ଯେ ଭାରତର ଯୁବବର୍ଗ ଆମର ଗୌରବମୟ ସଂସ୍କୃତି ଏବଂ ଐତିହ୍ୟର ପଥପ୍ରଦର୍ଶକ ହେବେ। ସେମାନେ ଏହାର ସଂରକ୍ଷଣ ଦିଗରେ ସେମାନଙ୍କର ଦାୟିତ୍ୱକୁ ବୁଝନ୍ତି ଏବଂ ଏହାକୁ ଆଗକୁ ନେବା ପାଇଁ ପ୍ରତିଶ୍ରୁତିବଦ୍ଧ।

ଏହି ମହାକୁମ୍ଭ ପାଇଁ ପ୍ରୟାଗରାଜରେ ପହଞ୍ଚୁଥିବା ଲୋକଙ୍କ ସଂଖ୍ୟା ନିଃସନ୍ଦେହରେ ନୂତନ ରେକର୍ଡ ସୃଷ୍ଟି କରିଛି। କିନ୍ତୁ ଶାରୀରିକ ଭାବେ ଉପସ୍ଥିତ ଥିବା ଲୋକମାନଙ୍କ ବ୍ୟତୀତ, ପ୍ରୟାଗରାଜରେ ପହଞ୍ଚି ପାରୁନଥିବା କୋଟି କୋଟି ଲୋକ ମଧ୍ୟ ଏହି ଅବସରରେ ଭାବପ୍ରବଣତାର ସହ ଗଭୀର ଭାବେ ଜଡ଼ିତ ଥିଲେ। ତୀର୍ଥଯାତ୍ରୀମାନେ ନେଇ ଆସୁଥିବା ପବିତ୍ର ଜଳ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆଧ୍ୟାତ୍ମିକ ଆନନ୍ଦର ଉତ୍ସ ପାଲଟିଥିଲା। ମହାକୁମ୍ଭରୁ ଫେରୁଥିବା ଅନେକଙ୍କୁ ସେମାନଙ୍କ ଗ୍ରାମରେ ସମ୍ମାନର ସହ ସ୍ୱାଗତ କରାଯାଇଥିଲା, ସମାଜ ଦ୍ୱାରା ସମ୍ମାନିତ କରାଯାଇଥିଲା।

ଗତ କିଛି ସପ୍ତାହ ମଧ୍ୟରେ ଯାହା ଘଟିଛି ତାହା ଅଭୂତପୂର୍ବ ଏବଂ ଆଗାମୀ ଶତାବ୍ଦୀ ପାଇଁ ଏକ ମୂଳଦୁଆ ପକାଇଛି।

ସମସ୍ତଙ୍କ କଳ୍ପନା ଠାରୁ ଯଥେଷ୍ଟ ଅଧିକ ସଂଖ୍ୟକ ଭକ୍ତ ପ୍ରୟାଗରାଜରେ ପହଞ୍ଚିଥିଲେ। କୁମ୍ଭର ପୂର୍ବ ଅଭିଜ୍ଞତାକୁ ଆଧାର କରି ପ୍ରଶାସନ ଉପସ୍ଥାନର ଆକଳନ କରିଥିଲା।

ଆମେରିକାର ପ୍ରାୟ ଦୁଇଗୁଣ ଜନସଂଖ୍ୟା ଏହି ଏକତାର ମହାକୁମ୍ଭରେ ଅଂଶଗ୍ରହଣ କରିଥିଲେ।

ଆଧ୍ୟାତ୍ମିକ ବିଦ୍ୱାନମାନେ ଯଦି କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣକୁ ବିଶ୍ଳେଷଣ କରନ୍ତି, ତେବେ ସେମାନେ ଦେଖିବେ ଯେ ଭାରତ ନିଜର ଐତିହ୍ୟକୁ ନେଇ ଗର୍ବିତ ଏବଂ ବର୍ତ୍ତମାନ ଦେଶ ଏକ ନୂତନ ଶକ୍ତି ସହିତ ଆଗକୁ ବଢ଼ୁଛି। ଏହା ଏକ ନୂତନ ଯୁଗର ପ୍ରାରମ୍ଭ ଏବଂ ଏହି ମହାକୁମ୍ଭ ନୂତନ ଭାରତର ଭବିଷ୍ୟତ ଲେଖିବ ବୋଲି ମୋର ବିଶ୍ୱାସ ରହିଛି ।

For thousands of years, the Mahakumbh has strengthened India's national consciousness. Every Purnakumbh used to witness a gathering of saints, scholars and thinkers deliberating upon the state of ହଜାର ହଜାର ବର୍ଷ ଧରି, ମହାକୁମ୍ଭ ଭାରତର ଜାତୀୟ ଚେତନାକୁ ସୁଦୃଢ଼ କରିଛି। ଅତୀତରେ ପ୍ରତ୍ୟେକ ପୂର୍ଣ୍ଣ କୁମ୍ଭରେ ସନ୍ଥ, ବିଦ୍ୱାନ ଏବଂ ଚିନ୍ତାନାୟକମାନେ ନିଜ ସମୟର ସମାଜର ସ୍ଥିତି ଉପରେ ବିଚାରବିମର୍ଶ କରୁଥିବା ଦେଖିବାକୁ ମିଳୁଥିଲା। ସେମାନଙ୍କ ବିଚାରର ପ୍ରତିଫଳନ ଦେଶ ଏବଂ ସମାଜକୁ ଏକ ନୂତନ ଦିଗ ପ୍ରଦାନ କରୁଥିଲା। ପ୍ରତି ଛଅ ବର୍ଷରେ, ଅର୍ଦ୍ଧକୁମ୍ଭ ସମୟରେ, ଏହି ବିଚାରଗୁଡ଼ିକର ସମୀକ୍ଷା କରାଯାଇଥିଲା। 144 ବର୍ଷ ଧରି ଚାଲିଥିବା 12ଟି ପୂର୍ଣ୍ଣ କୁମ୍ଭ ଘଟଣା ପରେ, ପୁରୁଣା ପରମ୍ପରାକୁ ପରିତ୍ୟାଗ କରାଯାଉଥିଲା, ନୂତନ ଚିନ୍ତାଧାରାକୁ ଗ୍ରହଣ କରାଯାଇଥିଲା ଏବଂ ସମୟ ସହିତ ଆଗକୁ ବଢ଼ିବା ପାଇଁ ନୂତନ ପରମ୍ପରା ସୃଷ୍ଟି କରାଯାଇଥିଲା।

144 ବର୍ଷ ପରେ, ଏହି ମହାକୁମ୍ଭରେ, ଆମର ସନ୍ଥମାନେ ପୁନର୍ବାର ଭାରତର ବିକାଶ ପାଇଁ ଏକ ନୂତନ ବାର୍ତ୍ତା ଦେଇଛନ୍ତି । ସେହି ବାର୍ତ୍ତା ହେଉଛି - ବିକଶିତ ଭାରତ ।

ଏହି ଏକତାର ମହାକୁମ୍ଭରେ ପ୍ରତ୍ୟେକ ତୀର୍ଥଯାତ୍ରୀ, ଧନୀ ହୁଅନ୍ତୁ ଅବା ଗରିବ, ଯୁବ ହୁଅନ୍ତୁ ଅବା ବୃଦ୍ଧ, ଗାଁ ଅବା ସହରରୁ, ଭାରତ ହେଉ କି ବିଦେଶ, ପୂର୍ବ ହେଉ କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ, ଜାତି, ଧର୍ମ ଏବଂ ବିଚାର ନିର୍ବିଶେଷରେ ଏକାଠି ହୋଇଥିଲେ। ଏହା ‘ଏକ ଭାରତ ଶ୍ରେଷ୍ଠ ଭାରତ’ ପରିକଳ୍ପନାର ପ୍ରତିମୂର୍ତ୍ତି ଥିଲା, ଯାହା କୋଟି କୋଟି ଲୋକଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଭରିଥିଲା। ଏବେ ଆମକୁ ଏକ ବିକଶିତ ଭାରତ ନିର୍ମାଣର ଲକ୍ଷ୍ୟ ପାଇଁ ସମାନ ଭାବନା ନେଇ ଏକାଠି ହେବାକୁ ପଡ଼ିବ।

ମୋର ଗୋଟିଏ କଥା ମନେ ପଡ଼ୁଛି । ଭଗବାନ ଶ୍ରୀକୃଷ୍ଣ ଛୋଟ ଥିବା ସମୟରେ ନିଜ ପାଟିରେ ମା’ ଯଶୋଦାଙ୍କୁ ସମ୍ପୂର୍ଣ୍ଣ ବ୍ରହ୍ମାଣ୍ଡର ଚିତ୍ର ଦେଖାଇଥିଲେ। ସେହିପରି, ଏହି ମହାକୁମ୍ଭରେ ଭାରତ ଓ ବିଶ୍ୱର ଲୋକମାନେ ଭାରତର ସାମୂହିକ ଶକ୍ତିର ବ୍ୟାପକ ସମ୍ଭାବନାକୁ ଦେଖିଛନ୍ତି । ଏବେ ଆମକୁ ଏହି ଆତ୍ମବିଶ୍ୱାସର ସହିତ ଆଗକୁ ବଢ଼ିବାକୁ ହେବ ଏବଂ ଏକ ବିକଶିତ ଭାରତ ଗଠନ ଦିଗରେ ନିଜକୁ ସମର୍ପିତ କରିବାକୁ ହେବ।

ଏହାପୂର୍ବରୁ ଭକ୍ତି ଆନ୍ଦୋଳନର ସନ୍ଥମାନେ ସମଗ୍ର ଭାରତରେ ଆମର ସାମୂହିକ ସଂକଳ୍ପର ଶକ୍ତିକୁ ଚିହ୍ନଟ କରିଥିଲେ ଏବଂ ପ୍ରୋତ୍ସାହିତ କରିଥିଲେ। ସ୍ୱାମୀ ବିବେକାନନ୍ଦଙ୍କ ଠାରୁ ଆରମ୍ଭ କରି ଶ୍ରୀ ଅରବିନ୍ଦଙ୍କ ପର୍ଯ୍ୟନ୍ତ ପ୍ରତ୍ୟେକ ମହାନ ଚିନ୍ତାନାୟକ ଆମକୁ ଆମ ସାମୂହିକ ସଂକଳ୍ପର ଶକ୍ତି ବିଷୟରେ ସ୍ମରଣ କରାଇ ଦେଇଥିଲେ। ଏପରିକି ମହାତ୍ମା ଗାନ୍ଧୀ ମଧ୍ୟ ସ୍ୱାଧୀନତା ଆନ୍ଦୋଳନ ସମୟରେ ଏହା ଅନୁଭବ କରିଥିଲେ। ସ୍ୱାଧୀନତା ପରେ, ଯଦି ଏହି ସାମୂହିକ ଶକ୍ତିକୁ ସଠିକ୍ ଭାବରେ ସ୍ୱୀକୃତି ଦିଆଯାଇଥାନ୍ତା ଏବଂ ସମସ୍ତଙ୍କ କଲ୍ୟାଣକୁ ପ୍ରୋତ୍ସାହିତ କରିବା ଦିଗରେ ଏହାର ଉପଯୋଗ କରାଯାଇଥା’ନ୍ତା, ତେବେ ଏହା ଗୋଟିଏ ନୂତନ ଭାବେ ସ୍ୱାଧୀନ ରାଷ୍ଟ୍ର ପାଇଁ ଏକ ମହାଶକ୍ତି ହୋଇପାରିଥାନ୍ତା। ଦୁର୍ଭାଗ୍ୟବଶତଃ, ପୂର୍ବରୁ ଏହା କରାଯାଇ ନଥିଲା। କିନ୍ତୁ ବର୍ତ୍ତମାନ, ଏକ ବିକଶିତ ଭାରତ ପାଇଁ ଲୋକମାନଙ୍କର ଏହି ସାମୂହିକ ଶକ୍ତି ଯେପରି ଭାବେ ଏକାଠି ହେଉଛି, ତାହା ଦେଖି ମୁଁ ଆନନ୍ଦିତ ।

ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦଙ୍କ ପର୍ଯ୍ୟନ୍ତ, ପ୍ରାଚୀନ ଶାସ୍ତ୍ରଠାରୁ ଆରମ୍ଭ କରି ଆଧୁନିକ ଉପଗ୍ରହ ପର୍ଯ୍ୟନ୍ତ, ଭାରତର ମହାନ ପରମ୍ପରା ଏହି ରାଷ୍ଟ୍ରକୁ ରୂପ ଦେଇଛି । ଜଣେ ନାଗରିକ ଭାବେ ମୁଁ ପ୍ରାର୍ଥନା କରୁଛି ଯେ ଆମେ ଆମର ପୂର୍ବପୁରୁଷ ଏବଂ ସନ୍ଥମାନଙ୍କ ସ୍ମୃତିରୁ ନୂତନ ପ୍ରେରଣା ପାଇବା। ଏହି ଏକତାର ମହାକୁମ୍ଭ ଆମକୁ ନୂତନ ସଂକଳ୍ପ ସହିତ ଆଗକୁ ବଢିବାରେ ସାହାଯ୍ୟ କରୁ। ଆସନ୍ତୁ ଏକତାକୁ ଆମର ମାର୍ଗଦର୍ଶକ ନୀତି କରିବା । ‘‘ରାଷ୍ଟ୍ରର ସେବା ହେଉଛି ଈଶ୍ୱରଙ୍କ ସେବା’’, ଆସନ୍ତୁ ଆମେ ଏହି ବୁଝାମଣା ସହିତ କାର୍ଯ୍ୟ କରିବା ।

କାଶୀରେ ମୋର ନିର୍ବାଚନ ପ୍ରଚାର ସମୟରେ, ମୁଁ କହିଥିଲି, ‘‘ମା’ ଗଙ୍ଗା ମୋତେ ଡାକିଛନ୍ତି ।’’ ଏହା କେବଳ ଏକ ଭାବପ୍ରବଣତା ନଥିଲା, ବରଂ ଆମର ପବିତ୍ର ନଦୀଗୁଡ଼ିକର ସ୍ୱଚ୍ଛତା ପ୍ରତି ଦାୟିତ୍ୱର ଏକ ଆହ୍ୱାନ ମଧ୍ୟ ଥିଲା। ପ୍ରୟାଗରାଜରେ ଗଙ୍ଗା, ଯମୁନା ଏବଂ ସରସ୍ୱତୀଙ୍କ ସଙ୍ଗମ ସ୍ଥଳରେ ଠିଆ ହୋଇ ମୋର ସଂକଳ୍ପ ଆହୁରି ଦୃଢ଼ ହୋଇଗଲା। ଆମ ନଦୀଗୁଡ଼ିକର ସ୍ୱଚ୍ଛତା ଆମ ନିଜ ଜୀବନ ସହିତ ଗଭୀର ଭାବେ ଜଡ଼ିତ। ବଡ଼ ହେଉ କିମ୍ବା ଛୋଟ, ଆମ ନଦୀଗୁଡ଼ିକୁ ଜୀବନଦାୟିନୀ ମା’ ଭାବେ ସମ୍ମାନ କରିବା ଆମର ଦାୟିତ୍ୱ। ଏହି ମହାକୁମ୍ଭ ଆମକୁ ଆମ ନଦୀଗୁଡ଼ିକର ସ୍ୱଚ୍ଛତା ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରେରଣା ଦେଇଛି।

ମୁଁ ଜାଣେ ଯେ ଏତେ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରିବା ସହଜ କାମ ନଥିଲା। ଯଦି ଆମର ଭକ୍ତିରେ କୌଣସି ତ୍ରୁଟି ଥାଏ ତେବେ ଆମକୁ କ୍ଷମା କରନ୍ତୁ ବୋଲି ମୁଁ ମା’ ଗଙ୍ଗା, ମା’ ଯମୁନା ଏବଂ ମା’ ସରସ୍ୱତୀଙ୍କୁ ପ୍ରାର୍ଥନା କରୁଛି । ମୁଁ ଜନତା ଜନାର୍ଦ୍ଦନ, ଜନସାଧାରଣଙ୍କୁ ଦେବତ୍ୱର ପ୍ରତିମୂର୍ତ୍ତି ଭାବେ ଦେଖୁଛି। ଯଦି ସେମାନଙ୍କ ସେବା କରିବା ପାଇଁ ଆମ ପ୍ରୟାସରେ କୌଣସି ତ୍ରୁଟି ରହିଛି, ତେବେ ମୁଁ ଜନସାଧାରଣଙ୍କୁ କ୍ଷମା ପ୍ରାର୍ଥନା କରୁଛି।

ଭକ୍ତି ଭାବନା ନେଇ କୋଟି କୋଟି ଲୋକ ମହାକୁମ୍ଭକୁ ଆସିଥିଲେ। ସେମାନଙ୍କର ସେବା କରିବା ମଧ୍ୟ ଏକ ଦାୟିତ୍ୱ ଥିଲା ଯାହା ସମାନ ଭକ୍ତିର ଭାବନା ସହିତ କାର୍ଯ୍ୟକାରୀ ହୋଇଥିଲା। ଉତ୍ତର ପ୍ରଦେଶର ଜଣେ ସାଂସଦ ଭାବେ ମୁଁ ଗର୍ବର ସହ କହିପାରିବି ଯେ ଯୋଗୀ ଜୀଙ୍କ ନେତୃତ୍ୱରେ ପ୍ରଶାସନ ଏବଂ ଲୋକମାନେ ମିଳିତ ଭାବେ ଏହି ଏକତାର ମହାକୁମ୍ଭକୁ ସଫଳ କରିବା ପାଇଁ କାର୍ଯ୍ୟ କରିଥିଲେ। ରାଜ୍ୟ ହେଉ କିମ୍ବା କେନ୍ଦ୍ର, ସେଠାରେ କୌଣସି ଶାସକ କିମ୍ବା ପ୍ରଶାସକ ନଥିଲେ। ଏହା ପରିବର୍ତ୍ତେ ସମସ୍ତେ ଜଣେ ଉତ୍ସର୍ଗୀକୃତ ସେବକ ଥିଲେ। ସଫେଇ କର୍ମଚାରୀ, ପୁଲିସ, ଡଙ୍ଗାଚାଳକ, ଡ୍ରାଇଭର, ଖାଦ୍ୟ ପରିବେଷଣ କରୁଥିବା ଲୋକ-ସମସ୍ତେ ଅକ୍ଳାନ୍ତ ପରିଶ୍ରମ କରିଥିଲେ। ଅନେକ ଅସୁବିଧାର ସମ୍ମୁଖୀନ ହେବା ସତ୍ତ୍ୱେ ପ୍ରୟାଗରାଜର ଲୋକମାନେ ଯେଭଳି ଭାବେ ତୀର୍ଥଯାତ୍ରୀମାନଙ୍କୁ ଖୋଲା ହୃଦୟରେ ସ୍ୱାଗତ କରିଥିଲେ, ତାହା ବିଶେଷ ଭାବେ ପ୍ରେରଣାଦାୟୀ ଥିଲା। ମୁଁ ସେମାନଙ୍କୁ ଏବଂ ଉତ୍ତର ପ୍ରଦେଶର ଜନସାଧାରଣଙ୍କୁ ହୃଦୟରୁ କୃତଜ୍ଞତା ଓ ଧନ୍ୟବାଦ ଜ୍ଞାପନ କରୁଛି।

ଆମ ଦେଶର ଉଜ୍ଜ୍ୱଳ ଭବିଷ୍ୟତ ଉପରେ ମୋର ସର୍ବଦା ଅତୁଟ ବିଶ୍ୱାସ ରହିଛି। ଏହି ମହାକୁମ୍ଭକୁ ଦେଖିବା ଦ୍ୱାରା ମୋର ବିଶ୍ୱାସ ଅନେକ ଗୁଣ ବୃଦ୍ଧି ପାଇଛି।

140 କୋଟି ଭାରତୀୟ ଯେଉଁଭଳି ଭାବେ ଏକତାର ମହାକୁମ୍ଭକୁ ଏକ ବିଶ୍ୱସ୍ତରୀୟ ସମାରୋହରେ ପରିଣତ କରିଛନ୍ତି, ତାହା ବାସ୍ତବରେ ଚମତ୍କାର। ଆମ ଲୋକମାନଙ୍କ ସମର୍ପଣ, ଭକ୍ତି ଏବଂ ପ୍ରୟାସ ଦ୍ୱାରା ଅନୁପ୍ରାଣିତ ହୋଇ, ମୁଁ ଖୁବଶୀଘ୍ର ଦ୍ୱାଦଶ ଜ୍ୟୋତିର୍ଲିଙ୍ଗଙ୍କ ମଧ୍ୟରେ ପ୍ରଥମ ଶ୍ରୀ ସୋମନାଥଙ୍କୁ ଦର୍ଶନ କରିବି । ତାଙ୍କୁ ଏହି ଶ୍ରଦ୍ଧାରୂପୀ ସଂକଳ୍ପ ପୁଷ୍ପ ସମର୍ପଣ କରି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ପ୍ରାର୍ଥନା କରିବି। ଦେଶବାସୀଙ୍କ ମଧ୍ୟରେ ଏକତାର ଏହି ଅବିରତ ଧାରା ପ୍ରବାହିତ ହୋଇ ଚାଲିବା ପାଇଁ କାମନା କରିବି ।

ମହାକୁମ୍ଭର ଭୌତିକ ସ୍ୱରୂପ ମହାଶିବରାତ୍ରୀ ଉପଲକ୍ଷେ ସଫଳତାର ସହ ସମାପ୍ତ ହୋଇଥାଇପାରେ, କିନ୍ତୁ ଗଙ୍ଗାର ଶାଶ୍ୱତ ପ୍ରବାହ ପରି ମହାକୁମ୍ଭ ଜାଗ୍ରତ କରିଥିବା ଆଧ୍ୟାତ୍ମିକ ଶକ୍ତି, ଜାତୀୟ ଚେତନା ଏବଂ ଏକତା ଆମକୁ ଆଗାମୀ ଅନେକ ପିଢ଼ି ପର୍ଯ୍ୟନ୍ତ ପ୍ରେରଣା ଯୋଗାଇବ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s manufacturing to rise 2.8x to $1.5 trn by 2035: Morgan Stanley

Media Coverage

India’s manufacturing to rise 2.8x to $1.5 trn by 2035: Morgan Stanley
NM on the go

Nm on the go

Always be the first to hear from the PM. Get the App Now!
...
ଭାରତର ଏକତା ଏବଂ ପ୍ରଗତି ପାଇଁ ଉତ୍ସର୍ଗୀକୃତ ଜୀବନ
July 06, 2026

ରାଷ୍ଟ୍ରବାଦ ଓ ନିଃସ୍ୱାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ୱ ରହିଛି । ଆମେ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନ କରୁଛେ । ତାଙ୍କ ଜୀବନ ସାହସ ଏବଂ ମା’ ଭାରତୀ ପ୍ରତି ଅତୁଟ ସମର୍ପଣର ଏକ ଚିରସ୍ଥାୟୀ ଉଦାହରଣ ହୋଇ ରହିଛି । ଆଧୁନିକ ଭାରତରେ ଏପରି ନେତା ବିରଳ ଯାହାଙ୍କ ଠାରେ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଭଳି ବୁଦ୍ଧିମତ୍ତା, ଜନସେବା ଏବଂ ନୈତିକ ଦୃଢ଼ତାର ଏତେ ଗଭୀର ସଂଗମ ଦେଖିବାକୁ ମିଳୁଥିବ।

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀ ଏପରି ଏକ ପରିସ୍ଥିତିରେ ଜନ୍ମଗ୍ରହଣ କରିଥିଲେ ଯେଉଁଠି ସେ ଚାହିଁଥିଲେ ସୁରକ୍ଷିତ ଏବଂ ଆରାମଦାୟକ ଜୀବନଯାପନ ଅତିବାହିତ କରିପାରିଥାନ୍ତେ । ତାଙ୍କ ପିତା ସାର୍‌ ଆଶୁତୋଷ ମୁଖାର୍ଜୀ ତତ୍କାଳୀନ ସମୟର ଜଣେ ଅଗ୍ରଣୀ ଶିକ୍ଷାବିତ୍‌ ଏବଂ ବୁଦ୍ଧିଜୀବୀ ଥିଲେ। ଭାଗ୍ୟ ତାଙ୍କ ଆଗରେ ବିଶେଷାଧିକାରର ମାର୍ଗ ରଖିଥିଲେ ମଧ୍ୟ ତାଙ୍କର ଅନ୍ତରାତ୍ମା ତାଙ୍କୁ ବଳିଦାନ ଏବଂ ରାଷ୍ଟ୍ର ସେବା ଦିଗରେ ଆଗେଇ ନେଇଥିଲା । ଉପନିବେଶବାଦ, ସାମ୍ପ୍ରଦାୟିକତା, ମାନବୀୟ ଆହ୍ୱାନ ହେଉ କିମ୍ବା ଅନ୍ୟ କୌଣସି ସମସ୍ୟା ନିଜ ସମୟର ଅସ୍ଥିରତାକୁ ଦେଖି ସେ କେବଳ ଜଣେ ମୂକ ଦର୍ଶକ ସାଜିପାରିବେ ନାହିଁ ବୋଲି ତାଙ୍କ ମନରେ ବିଶ୍ୱାସ ଦୃଢ଼ ହୋଇଥିଲା। ଏହି ଯାତ୍ରା ସମୟରେ ତାଙ୍କୁ ଗୁରୁତର ବ୍ୟକ୍ତିଗତ ଦୁଃଖର ସାମ୍ନା କରିବାକୁ ପଡ଼ିଥିଲା। ପ୍ରଥମେ ତାଙ୍କର ନବଜାତ ଶିଶୁ ଏବଂ ପରେ ତାଙ୍କ ପତ୍ନୀ ପ୍ରାଣ ହରାଇଥିଲେ। କିନ୍ତୁ ଏହି ସବୁ ବ୍ୟକ୍ତିଗତ ଧକ୍କା ତାଙ୍କର ସଂକଳ୍ପକୁ ଆହୁରି ଗଭୀର କରିଥିଲା ଏବଂ ସେବା ପ୍ରତି ତାଙ୍କର ଅତୁଟ ପ୍ରତିବଦ୍ଧତାକୁ ଅଧିକ ମଜବୁତ କରିଥିଲା ।

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସାର୍ବଜନୀନ ଜୀବନକୁ ପରିଭାଷିତ କରିଥିବା ଏକମାତ୍ର ଆଦର୍ଶ ଥିଲା ଭାରତର ଅଖଣ୍ଡତା । ବିଭାଜନର ଅସ୍ଥିରତାପୂର୍ଣ୍ଣ ସମୟରେ ସେ ଦୃଢ଼ତାର ସହ ଛିଡ଼ା ହୋଇଥିଲେ, ଯାହାଫଳରେ ପଶ୍ଚିମବଙ୍ଗ ଭାରତର ଅଭିନ୍ନ ଅଙ୍ଗ ହୋଇରହିବା ସୁନିଶ୍ଚିତ ହୋଇଥିଲା । କିଛି ବର୍ଷ ପରେ ଏହି ଦୃଢ଼ ବିଶ୍ୱାସ ତାଙ୍କୁ ଜାମ୍ମୁ-କାଶ୍ମୀର ଆଡ଼କୁ ଆଗେଇ ନେଇଥିଲା। ଜେଲରେ ବନ୍ଦୀ ହେବା ସତ୍ତ୍ୱେ ତାଙ୍କର ଦୃଢ଼ ସଂକଳ୍ପ ଅତୁଟ ରହିଥିଲା ଏବଂ ନିସଂଗତା ତାଙ୍କର ମନୋବଳକୁ ଭାଙ୍ଗି ପାରିନଥିଲା। କାରାବାସରେ ହିଁ ତାଙ୍କର ଜୀବନ ଦୀପ ଅକସ୍ମାତ୍‌ ଲିଭି ଯାଇଥିଲା। ଶେଷ ସମୟରେ ଡକ୍ଟର ମୁଖାର୍ଜୀ ସେହି ଅଗଣିତ ଲୋକଙ୍କ ଠାରୁ ଦୂରରେ ଥିଲେ ଯେଉଁମାନଙ୍କ ଲକ୍ଷ୍ୟକୁ ସେ ଆପଣାଇ ନେଇଥିଲେ । ଇତିହାସରେ ଏପରି ମୁହୂର୍ତ୍ତ ଆସିଥାଏ ଯେତେବେଳେ କୌଣସି ବ୍ୟକ୍ତିଙ୍କର ଅନ୍ତିମ ବଳିଦାନ ରାଜନୀତି ଠାରୁ ଊର୍ଦ୍ଧ୍ୱକୁ ଯାଇ ରାଷ୍ଟ୍ରୀୟ ସ୍ମୃତିର ଏକ ଅଂଶବିଶେଷ ପାଲଟିଯାଏ। ଡକ୍ଟର ମୁଖାର୍ଜୀଙ୍କ ଅନ୍ତିମ ଯାତ୍ରା ମଧ୍ୟ ଏପରି ଏକ ମୁହୂର୍ତ୍ତ। ଆଚାର୍ଯ୍ୟ ବିନୋବା ଭାବେ କହିଥିଲେ, ‘‘ଡକ୍ଟର ମୁଖାର୍ଜୀ ସେହି ଲକ୍ଷ୍ୟ ପାଇଁ ନିଜର ବଳିଦାନ ଦେଇଥିଲେ ଯେଉଁଥିରେ ତାଙ୍କର ବିଶ୍ୱାସ ରହିଥିଲା। ଅନେକ ବର୍ଷ ପରେ ୨୦୧୯ରେ ଅନୁଚ୍ଛେଦ ୩୭୦ ଓ ୩୫ (ଏ) ଉଚ୍ଛେଦ ତାଙ୍କ ବଳିଦାନ ପାଇଁ ସବୁଠୁ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ଥିଲା।

ଡକ୍ଟର ମୁଖାର୍ଜୀଙ୍କ ପାଇଁ ଭାରତ ଏବଂ ଭାରତୀୟ ମୂଲ୍ୟବୋଧ ସର୍ବୋପରି ଥିଲା। ସେ ଏପରି ପ୍ରତିଷ୍ଠାନ ଗଢ଼ିଥିଲେ ଏବଂ ଏଭଳି ପ୍ରଣାଳୀ ବିକଶିତ କରିଥିଲେ, ଯାହା ତତ୍କାଳୀନ ସମୟର ପାରମ୍ପରିକ ଚିନ୍ତାଧାରାର ବିପରୀତ ଥିଲା । ସେ କଲିକତା ବିଶ୍ୱବିଦ୍ୟାଳୟର ସବୁଠୁ କମ୍‌ ବୟସ୍କ କୁଳପତି ହୋଇଥିଲେ। ନିଜର ଅଭିନବ ଶୈଳୀରେ ସେ ଏପରି ସକାରାତ୍ମକ ପରିବର୍ତ୍ତନ ଆଣିଥିଲେ ଯାହା ଦେଶଭକ୍ତିପୂର୍ଣ୍ଣ ଏବଂ ଭବିଷ୍ୟତ ଆଧାରିତ ଥିଲା। ଶିକ୍ଷାବିତ୍‌ ମାନଙ୍କର ଏକ ସମ୍ମିଳନୀରେ ଉଦବୋଧନ ଦେଇ ଡକ୍ଟର ମୁଖାର୍ଜୀ ଗୋଟିଏ ଭଲ କଥା କହିଥିଲେ: ‘‘ଶିକ୍ଷାନୁଷ୍ଠାନକୁ କେବଳ କିଛି କିରାଣୀ ଏବଂ କମ୍‌ ବେତନ ପାଉଥିବା କର୍ମଚାରୀଙ୍କ ପ୍ରସ୍ତୁତି କାରଖାନା ରୂପେ ଦେଖିବା ଭୁଲ। ଆମକୁ ଏପରି ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ କରିବାକୁ ହେବ ଯେଉଁମାନେ ଆମର ସ୍ୱୟଂଶାସିତ ଅନୁଷ୍ଠାନ-ଯଥା ନଗର ନିଗମ, ପ୍ରାନ୍ତୀୟ ଏବଂ କେନ୍ଦ୍ରୀୟ ବିଧାନସଭାର ନେତୃତ୍ୱ ନେଇପାରିବେ। ଏଥିସହିତ ଆର୍ଥିକ, ବାଣିଜ୍ୟିକ ଏବଂ ଔଦ୍ୟୋଗିକ ଭଳି ଜୀବନର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ ପରିଚାଳନା କରିପାରିବେ ।’’

ତାଙ୍କ ନେତୃତ୍ୱରେ, କଲିକତା ବିଶ୍ୱବିଦ୍ୟାଳୟ ପାଠାଗାର ଭିତ୍ତିଭୂମିର ଉନ୍ନତି, ବିଜ୍ଞାନ ଗବେଷଣା ବୃଦ୍ଧି, କଳାକୃତି ଅଧ୍ୟୟନକୁ ପ୍ରୋତ୍ସାହନ ଏବଂ କୃଷିରେ ପାଠ୍ୟକ୍ରମ ପ୍ରଚଳନ କରିବା ଭଳି ଅଭିନବ ପଦକ୍ଷେପ ଗ୍ରହଣ କରିଥିଲା। ସେ କ୍ରୀଡା, ଶିକ୍ଷକ ତାଲିମ ଏବଂ ଛାତ୍ର କଲ୍ୟାଣ ଭଳି କ୍ଷେତ୍ରଗୁଡ଼ିକ ପ୍ରତି ଧ୍ୟାନ ଦେଇଥିଲେ। ଛାତ୍ରଛାତ୍ରୀ ଏବଂ ପୂର୍ବତନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗର୍ବର ଭାବନା ସୃଷ୍ଟି କରିବା ପାଇଁ, ସେ ୨୪ ଜାନୁଆରୀକୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ ଭାବରେ ପାଳନ କରିବାର ଏକ ପରମ୍ପରା ଆରମ୍ଭ କରିଥିଲେ। ବିଶ୍ୱବିଦ୍ୟାଳୟ ପାଇଁ ଏକ ଗୀତ ରଚନା କରିବା ଲାଗି ସେ ଅନ୍ୟ କେହି ନୁହେଁ ସ୍ୱୟଂ ଗୁରୁଦେବ ଟାଗୋରଙ୍କୁ ଅନୁରୋଧ କରିଥିଲେ ।

ଏପରି ମନୋଭାବର ଆଉ ଏକ ଉଦାହରଣ ତାଙ୍କ ଜୀବନର ଶେଷ ଭାଗରେ ଦେଖିବାକୁ ମିଳିଥିଲା। ଏହି ସମୟରେ ସେ ଭାରତୀୟ ଜନସଂଘ ଗଠନ କରିବାକୁ ନିଷ୍ପତ୍ତି ନେଇଥିଲେ। ତତ୍କାଳୀନ ସମୟରେ କଂଗ୍ରେସ ଦଳ ସର୍ବବ୍ୟାପୀ ଥିଲା । ଆମର ସାଂସ୍କୃତିକ ମୂଳଦୁଆ ସହ ଜଡିତ ରହି ଭାରତର ପ୍ରଗତି ପାଇଁ ଏକ ବିକଳ୍ପ ସ୍ୱର ଉତ୍ତୋଳନ କରିବାର ଆବଶ୍ୟକତା ରହିଛି ବୋଲି ସେ ଅନୁଭବ କରିଥିଲେ । ଦଳର ପ୍ରତୀକ ସ୍ୱରୂପ ଦୀୟା ବା ମାଟି ଦୀପକୁ ଗ୍ରହଣ କରିବା ଉପଯୁକ୍ତ ନିଷ୍ପତ୍ତି ଥିଲା। ଦୀପ ସାମାନ୍ୟ ହୋଇପାରେ କିନ୍ତୁ ଏହା ନିଜ ଠାରୁ ବହୁ ଦୂରରେ ଥିବା ଅନ୍ଧକାରକୁ ଦୂର କରିବାର ସାମର୍ଥ୍ୟ ରଖିଥାଏ। ଜନସଂଘ ଠିକ୍‌ ଏହିପରି ଭାବରେ କାର୍ଯ୍ୟ କରିଥିଲା ।

ଭାରତର ପ୍ରଥମ ଶିଳ୍ପ ଏବଂ ଯୋଗାଣ ମନ୍ତ୍ରୀ ଭାବରେ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ କାର୍ଯ୍ୟକାଳ ଜଣେ ରାଜନେତା ଭାବେ ତାଙ୍କ ବ୍ୟକ୍ତିତ୍ୱକୁ ପରିପ୍ରକାଶ କରିଥିଲା। ବିକାଶକୁ ନେଇ ତାଙ୍କର ଧାରଣା ଅତ୍ୟନ୍ତ ବ୍ୟାପକ ଏବଂ ମାନବୀୟ ଥିଲା। ନୂଆ କରି ସ୍ୱାଧୀନ ହୋଇଥିବା ଗୋଟିଏ ରାଷ୍ଟ୍ରର ମର୍ଯ୍ୟାଦା, ସୁଯୋଗ ଏବଂ ଆତ୍ମବିଶ୍ୱାସ ଫେରାଇ ଆଣିବା ଲାଗି ସେ ଶିଳ୍ପକୁ ଏକ ମାଧ୍ୟମ ରୂପେ ଦେଖୁଥିଲେ । ସେ ସମ୍ପତ୍ତି ସୃଷ୍ଟି ଏବଂ ମୂଲ୍ୟ ବୃଦ୍ଧିକୁ ସମ୍ମାନ କରୁଥିଲେ। ଦାମୋଦର ଭ୍ୟାଲି କର୍ପୋରେସନ, ସିନ୍ଦ୍ରି ସାର କାରଖାନା ଏବଂ ଏକ ଦୃଢ଼ ଶିଳ୍ପ ନୀତି ଭଳି ଅଗ୍ରଣୀ ପଦକ୍ଷେପ ମାଧ୍ୟମରେ ଡକ୍ଟର ମୁଖାର୍ଜୀ ଆଧୁନିକ ଶିଳ୍ପ ସମ୍ପନ୍ନ ଭାରତର ମୂଳଦୁଆ ଗଢ଼ିଥିଲେ । ଅନୁରୂପ ଭାବେ ସେ ଭାରତର ପାରମ୍ପରିକ ଶକ୍ତିକୁ ମଧ୍ୟ କେବେ ଅବହେଳା କରିନଥିଲେ । ହସ୍ତତନ୍ତ, କୁଟୀର ଶିଳ୍ପ, କାରିଗର ଏବଂ ବୟନ ଶ୍ରମିକଙ୍କ କଲ୍ୟାଣ ପାଇଁ ସେ ଉଲ୍ଲେଖନୀୟ କାର୍ଯ୍ୟ କରିଯାଇଛନ୍ତି ।

ଏଠାରେ, ମୁଁ ଏକ ବ୍ୟକ୍ତିଗତ ଅଭିଜ୍ଞତା ବାଣ୍ଟିବାକୁ ଚାହେଁ । ଡକ୍ଟର ମୁଖାର୍ଜୀ ଯେଉଁ ସିନ୍ଦ୍ରି ପ୍ଲାଣ୍ଟକୁ ଆତ୍ମନିର୍ଭରଶୀଳତାର ସ୍ପଷ୍ଟ ଦୃଷ୍ଟିକୋଣ ସହିତ ପ୍ରତିଷ୍ଠା କରିବା ପାଇଁ କାମ କରିଥିଲେ ସେହି ଶିଳ୍ପାନୁଷ୍ଠାନକୁ ଅନେକ ଦଶନ୍ଧି ଧରି ଦେଶ ଚଳାଉଥିବା ଲୋକମାନେ ଅଣଦେଖା କରିଥିଲେ। ଆମ ସରକାରଙ୍କୁ ଏହାର ପୁନରୁଦ୍ଧାରରେ ଯୋଗଦାନ ଦେବାର ସୁଯୋଗ ମିଳିଥିବାରୁ ମୁଁ ଗୌରବାନ୍ୱିତ ମନେ କରୁଛି । ଏପରି କାର୍ଯ୍ୟକ୍ରମରେ ସେଠାରେ ଉପସ୍ଥିତ ରହିବା ପ୍ରକୃତରେ ସବୁଠାରୁ ସ୍ୱତନ୍ତ୍ର ମୁହୂର୍ତ୍ତ ମଧ୍ୟରୁ ଅନ୍ୟତମ ଥିଲା।

ଭାରତର ସଭ୍ୟତାଗତ ପରମ୍ପରାରେ ଆଲୋଚନା ଓ ବିତର୍କକୁ ଦୀର୍ଘ ଦିନ ଧରି ସମ୍ମାନ ଦିଆଯାଇ ଆସୁଛି । ଡକ୍ଟର ମୁଖାର୍ଜୀ ଏହି ଗଣତାନ୍ତ୍ରିକ ଭାବନାକୁ ମୂର୍ତ୍ତିମନ୍ତ କରିଥିଲେ। ସେ ପଣ୍ଡିତ ନେହରୁଙ୍କ ମନ୍ତ୍ରିମଣ୍ଡଳରେ ଯୋଗ ଦେଇଥିଲେ। କାରଣ ପ୍ରାରମ୍ଭିକ ବର୍ଷଗୁଡ଼ିକରେ ରାଷ୍ଟ୍ର ନିର୍ମାଣର କାର୍ଯ୍ୟ ରାଜନୈତିକ ମତଭେଦ ଠାରୁ ଊର୍ଦ୍ଧ୍ୱରେ ଥିଲା ବୋଲି ସେ ଚିନ୍ତା କରୁଥିଲେ। ସେ ଆନ୍ତରିକତା ଏବଂ ଗଠନମୂଳକ ମନୋଭାବ ସହିତ ସେବା କରିଥିଲେ। କିନ୍ତୁ ରାଷ୍ଟ୍ରୀୟ ଗୁରୁତ୍ୱ ବହନ କରୁଥିବା ପ୍ରଶ୍ନଗୁଡ଼ିକ ପାଇଁ ଏକ ଭିନ୍ନ ପଥର ଆବଶ୍ୟକତା ରହିଛି ବୋଲି ଯେତେବେଳେ ସେ ଅନୁଭବ କଲେ ସେତେବେଳେ ମର୍ଯ୍ୟାଦାର ସହିତ ନିଜ ପଦ ତ୍ୟାଗ କରିଥିଲେ । ଏହାପରେ ରାଷ୍ଟ୍ର ଆବଶ୍ୟକ କରୁଥିବା ରାଜନୈତିକ କାର୍ଯ୍ୟରେ ନିଜକୁ ପୂର୍ଣ୍ଣପ୍ରାଣରେ ଉତ୍ସର୍ଗ କଲେ ।

୭୫ ବର୍ଷ ପୂର୍ବେ ପଣ୍ଡିତ ନେହରୁ ପ୍ରଥମ ସଂଶୋଧନ ଆଣିଥିଲେ, ଯାହା ବାକ୍ ସ୍ୱାଧୀନତା ଉପରେ ପ୍ରତ୍ୟକ୍ଷ ଆକ୍ରମଣ ଥିଲା। ଡକ୍ଟର ମୁଖାର୍ଜୀ ଏହାର କଠୋର ସମାଲୋଚକମାନଙ୍କ ମଧ୍ୟରୁ ଜଣେ ଥିଲେ। ସେ କଂଗ୍ରେସ କ’ଣ କରିପାରିବ ତାହା ସମ୍ପୂର୍ଣ୍ଣ ବୁଝିପାରିଥିଲେ। ଆଉ ତାଙ୍କର ଏହି ଭାବନା ଠିକ୍‌ ଥିଲା । ୭୫ ବର୍ଷ ପୂର୍ବେ ପ୍ରଥମ ସଂଶୋଧନ ଆଣିଥିବା ଲୋକମାନେ ହିଁ ୫୦ ବର୍ଷ ପୂର୍ବେ ୧୯୭୫ ମସିହାରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଥିଲେ। ଏଥିପାଇଁ ସେମାନେ ୪୨ତମ ସଂଶୋଧନ ଆଇନ ଆଣିଥିଲେ, ଯାହା ପୁଣି ଥରେ ଉଦାର ଗଣତାନ୍ତ୍ରିକ ମୂଲ୍ୟବୋଧର ମୂଳଦୁଆ ଉପରେ ଆଘାତ କରିଥିଲା।

ଡକ୍ଟର ମୁଖାର୍ଜୀଙ୍କ ମାନବୀୟ କାର୍ଯ୍ୟ ମଧ୍ୟ ଅସାଧାରଣ ଥିଲା। ୧୯୪୩ ମସିହାରେ ବଙ୍ଗରେ ସବୁଠାରୁ ଭୟଙ୍କର ଦୁର୍ଭିକ୍ଷ ପଡ଼ିଥିବା ସମୟରେ ସେ ପ୍ରଭାବିତ ଲୋକଙ୍କ ସେବା କରିବାରେ ନିଜକୁ ଉତ୍ସର୍ଗ କରିଥିଲେ । ଲୋକମାନଙ୍କୁ ଖାଦ୍ୟ ଯୋଗାଇବା ପାଇଁ ଅନେକ କ୍ୟାଣ୍ଟିନ୍ ଏବଂ ରିଲିଫ୍ କେନ୍ଦ୍ର ଖୋଲିବାରେ ତାଙ୍କର ମହତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଗୋଟିଏ ପଟେ ନିଜ ଲୋକଙ୍କ ଦୁର୍ଦ୍ଦଶା ଦେଖି ସେ ଗଭୀର ଭାବରେ ମର୍ମାହତ ହୋଇଥିଲେ ଏବଂ ଅନ୍ୟପଟେ, ଉପନିବେଶବାଦୀ ଶାସକଙ୍କ ସମ୍ବେଦନହୀନତା ତାଙ୍କ ମନରେ ଘୃଣା ଉତ୍ପନ୍ନ କରିଥିଲା । ସେ ‘ପଞ୍ଚଶେର ମନ୍ୱନ୍ତର’ ନାମକ ଏକ ପୁସ୍ତକ ମଧ୍ୟ ଲେଖିଥିଲେ, ଯେଉଁଥିରେ ସେ ତାଙ୍କର କ୍ଷୋଭ ପ୍ରକାଶ କରିଥିଲେ। ୧୯୪୨ ମସିହାରେ ମେଦିନୀପୁରରେ ହୋଇଥିବା ଏକ ମହାବାତ୍ୟା ସମୟରେ ସହାୟତା ଯୋଗାଇ ଦେବା ଏବଂ ସ୍ୱାଭାବିକତା ଫେରାଇ ଆଣିବାରେ ସେ ବ୍ୟାପକ ପ୍ରୟାସ କରିଥିଲେ। ତାଙ୍କର ଏହି ପ୍ରୟାସକୁ ସର୍ବତ୍ର ପ୍ରଶଂସା କରାଯାଇଥିଲା।

କୋଲକାତାର ଏକ ମହାବିଦ୍ୟାଳୟରେ ଭାଷଣ ଦେବା ଅବସରରେ ଡକ୍ଟର ମୁଖାର୍ଜୀ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇଥିଲେ, ‘‘ତୁମେମାନେ ଯେଉଁ କାର୍ଯ୍ୟ କରୁଛ, ତାକୁ ଗମ୍ଭୀରତାର ସହିତ, ସମ୍ପୂର୍ଣ୍ଣ ଏବଂ ଭଲ ଭାବରେ କର; ଏହାକୁ କେବେବି ଅଧା କିମ୍ବା ଅସମ୍ପୂର୍ଣ୍ଣ ଛାଡ଼ି ଦିଅ ନାହିଁ । ନିଜର ସର୍ବୋତ୍ତମ ପ୍ରୟାସ ନକରିବା ପର୍ଯ୍ୟନ୍ତ ସନ୍ତୁଷ୍ଟ ହୁଅ ନାହିଁ ।’’ ଆମ ଦେଶ ଏକ ବିକଶିତ ଭାରତର ଲକ୍ଷ୍ୟ ଦିଗରେ ଅଗ୍ରସର ହେବା ସହିତ ଡକ୍ଟର ମୁଖାର୍ଜୀଙ୍କୁ ସର୍ବୋତ୍ତମ ଶ୍ରଦ୍ଧାଞ୍ଜଳି ଦେବା ଲାଗି ଆମ ପାଖରେ ଉପଯୁକ୍ତ ସୁଯୋଗ ରହିଛି । ଆସନ୍ତୁ ଆମେ ଏକ ଶକ୍ତିଶାଳୀ, ଅଖଣ୍ଡ, ଆତ୍ମବିଶ୍ୱାସୀ ଏବଂ କରୁଣାପୂର୍ଣ୍ଣ ଭାରତ ଗଠନ କରିବା ଲାଗି ଦୈନନ୍ଦିନ ପ୍ରୟାସ କରିବା । ଏଭଳି ଏକ ଭାରତ ଗଢ଼ିବା ଲାଗି ଡକ୍ଟର ମୁର୍ଖାଜୀଙ୍କର ଦୃଢ଼ ବିଶ୍ୱାସ ରହିଥିଲା। ବର୍ତ୍ତମାନର ଯୁବପିଢ଼ିଙ୍କୁ ମୁଁ ଯେତିକି ଜାଣିଛି ସେମାନେ ଏ ସୁଯୋଗର ଲାଭ ଉଠାଇ ନିଶ୍ଚିତ ଭାବେ ଏହି ସ୍ୱପ୍ନକୁ ସାକାର କରିବେ ବୋଲି ମୋର ବିଶ୍ୱାସ ।