ଗାଜାର ଅଲ୍ ଅହଲି ହସ୍ପିଟାଲରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ
ଆତଙ୍କବାଦ, ହିଂସା ଏବଂ ଏହି ଅଞ୍ଚଳରେ ବିପନ୍ନ ହୋଇଥିବା ସୁରକ୍ଷା ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଗଭୀର ଉଦବେଗ ପ୍ରକାଶ
ଇସ୍ରାଏଲ-ପାଲେଷ୍ଟାଇନ୍ ପ୍ରସଙ୍ଗରେ ଭାରତର ଦୀର୍ଘଦିନର ସିଦ୍ଧାନ୍ତ ଆଧାରିତ ଆଭିମୁଖ୍ୟକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ
ରାଷ୍ଟ୍ରପତି ଆବ୍ବାସ ଭାରତର ସମର୍ଥନ ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଭାରତର ନିରପେକ୍ଷ ଆଭିମୁଖ୍ୟକୁ ପ୍ରଶଂସା କରିଛନ୍ତି
ପାଲେଷ୍ଟାଇନ ବାସୀଙ୍କ ପାଇଁ ଭାରତ ମାନବିକ ସହାୟତା ପଠାଇବା ଜାରି ରଖିବ ବୋଲି ପ୍ରଧାନମନ୍ତ୍ରୀଙ୍କ ସୂଚନା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପାଲେଷ୍ଟାଇନ୍ ରାଷ୍ଟ୍ରପତି ମହାମହିମ ମିଃ ମହମ୍ମଦ ଆବ୍ବାସଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି।

ଗାଜାର ଅଲ୍ ଅହଲି ହସ୍ପିଟାଲରେ ସାଧାରଣ ନାଗରିକଙ୍କ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଭାରତ ଏବଂ ଏହି ଅଞ୍ଚଳ ମଧ୍ୟରେ ପାରମ୍ପରିକ ଭାବେ ଘନିଷ୍ଠ ଏବଂ ଐତିହାସିକ ସମ୍ପର୍କ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ଆତଙ୍କବାଦ, ହିଂସା ଏବଂ ଏହି ଅଞ୍ଚଳରେ ଖରାପ ହେଉଥିବା ନିରାପତ୍ତା ପରିସ୍ଥିତିକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଥିଲେ ।

ସେ ଇସ୍ରାଏଲ-ପାଲେଷ୍ଟାଇନ୍ ପ୍ରସଙ୍ଗରେ ଭାରତର ଦୀର୍ଘଦିନର ନୀତିଗତ ଆଭିମୁଖ୍ୟକୁ ଦୋହରାଇଥିଲେ।

ରାଷ୍ଟ୍ରପତି ମହମ୍ମଦ ଆବ୍ବାସ ପରିସ୍ଥିତି ସମ୍ପର୍କରେ ନିଜର ଆକଳନ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ଭାରତର ସମର୍ଥନ ପାଇଁ ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଭାରତର ନିରପେକ୍ଷ ଆଭିମୁଖ୍ୟକୁ ପ୍ରଶଂସା କରିଥିଲେ ।

ପାଲେଷ୍ଟାଇନ ବାସୀଙ୍କ ପାଇଁ ଭାରତ ମାନବିକ ସହାୟତା ପଠାଇବା ଜାରି ରଖିବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି ।

ଦୁଇ ନେତା ପରସ୍ପର ସହ ଯୋଗାଯୋଗ ଜାରି ରଖିବାକୁ ରାଜି ହୋଇଥିଲେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
IIT Delhi tops India in QS Rankings 2027; 52 Indian institutions feature

Media Coverage

IIT Delhi tops India in QS Rankings 2027; 52 Indian institutions feature
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 18, 2026
June 18, 2026

PM Modi’s Leadership Delivers: Electronic Interlocking, Semiconductor Push & Tariff-Free UK Access