ୟୁକ୍ରେନ ସହ ଜଡ଼ିତ ସାମ୍ପ୍ରତିକ ଘଟଣା ଉପରେ ନିଜର ମତ ରଖିଛନ୍ତି ରାଷ୍ଟ୍ରପତି ଜେଲେନସ୍କି
ପ୍ରଧାନମନ୍ତ୍ରୀ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଭାରତର ନିରନ୍ତର ଆଭିମୁଖ୍ୟକୁ ଦୋହରାଇଥିଲେ ଏବଂ ଯଥାଶୀଘ୍ର ଶାନ୍ତି ଫେରାଇ ଆଣିବା ଉଦ୍ଦେଶ୍ୟରେ ପ୍ରୟାସକୁ ସମର୍ଥନ କରିଥିଲେ
ଭାରତ-ୟୁକ୍ରେନ୍ ଦ୍ୱିପାକ୍ଷିକ ଭାଗିଦାରୀକୁ ଗଭୀର କରିବା ଲାଗି ଉଭୟ ନେତା ପ୍ରତିବଦ୍ଧତା ଦୋହରାଇଥିଲେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁକ୍ରେନର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଭୋଲୋଦିମିର ଜେଲେନସ୍କିଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି।

ରାଷ୍ଟ୍ରପତି ଜେଲେନସ୍କି ୟୁକ୍ରେନର ସାମ୍ପ୍ରତିକ ସ୍ଥିତି ଉପରେ ନିଜର ଦୃଷ୍ଟିକୋଣ ବିଷୟରେ କହିଥିଲେ।

ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇବା ସହ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ତଥା ଯଥାଶୀଘ୍ର ଶାନ୍ତି ଫେରାଇ ଆଣିବା ଉଦ୍ଦେଶ୍ୟରେ ପ୍ରୟାସକୁ ସମର୍ଥନ କରିବା ଲାଗି ଭାରତର ଦୃଢ଼ ଏବଂ ନିରନ୍ତର ଆଭିମୁଖ୍ୟକୁ ଦୋହରାଇଥିଲେ। ଏହି ପରିପ୍ରେକ୍ଷୀରେ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବା ଲାଗି ଭାରତର ପ୍ରତିବଦ୍ଧତାକୁ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ।

ଦୁଇ ନେତା ଭାରତ-ୟୁକ୍ରେନ୍ ଦ୍ୱିପାକ୍ଷିକ ଭାଗିଦାରୀର ଅଗ୍ରଗତିର ମଧ୍ୟ ସମୀକ୍ଷା କରିଥିଲେ ଏବଂ ପାରସ୍ପରିକ ସ୍ୱାର୍ଥ ସହ ଜଡ଼ିତ ସମସ୍ତ କ୍ଷେତ୍ରରେ ସହଯୋଗକୁ ଆହୁରି ବୃଦ୍ଧି କରିବାର ଉପାୟ ଉପରେ ଆଲୋଚନା କରିଥିଲେ।

ଉଭୟ ନେତା ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Rural commercial vehicle retail sales growth outpaces urban: Fada data

Media Coverage

Rural commercial vehicle retail sales growth outpaces urban: Fada data
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 31, 2026
August 31, 2026

New India, One Time, One Direction: Growth at Home, Stature Abroad Under PM Modi