ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁକ୍ରେନର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଭୋଲୋଦିମିର ଜେଲେନସ୍କିଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି।
ରାଷ୍ଟ୍ରପତି ଜେଲେନସ୍କି ୟୁକ୍ରେନର ସାମ୍ପ୍ରତିକ ସ୍ଥିତି ଉପରେ ନିଜର ଦୃଷ୍ଟିକୋଣ ବିଷୟରେ କହିଥିଲେ।
ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇବା ସହ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ତଥା ଯଥାଶୀଘ୍ର ଶାନ୍ତି ଫେରାଇ ଆଣିବା ଉଦ୍ଦେଶ୍ୟରେ ପ୍ରୟାସକୁ ସମର୍ଥନ କରିବା ଲାଗି ଭାରତର ଦୃଢ଼ ଏବଂ ନିରନ୍ତର ଆଭିମୁଖ୍ୟକୁ ଦୋହରାଇଥିଲେ। ଏହି ପରିପ୍ରେକ୍ଷୀରେ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବା ଲାଗି ଭାରତର ପ୍ରତିବଦ୍ଧତାକୁ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ।
ଦୁଇ ନେତା ଭାରତ-ୟୁକ୍ରେନ୍ ଦ୍ୱିପାକ୍ଷିକ ଭାଗିଦାରୀର ଅଗ୍ରଗତିର ମଧ୍ୟ ସମୀକ୍ଷା କରିଥିଲେ ଏବଂ ପାରସ୍ପରିକ ସ୍ୱାର୍ଥ ସହ ଜଡ଼ିତ ସମସ୍ତ କ୍ଷେତ୍ରରେ ସହଯୋଗକୁ ଆହୁରି ବୃଦ୍ଧି କରିବାର ଉପାୟ ଉପରେ ଆଲୋଚନା କରିଥିଲେ।
ଉଭୟ ନେତା ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ।
Thank President Zelenskyy for his phone call today. We exchanged views on the ongoing conflict, its humanitarian aspect, and efforts to restore peace and stability. India extends full support to all efforts in this direction. @ZelenskyyUa
— Narendra Modi (@narendramodi) August 30, 2025




