ପୁନର୍ବାର ନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ
ଉଭୟ ନେତା ମିଳିତ ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜନସାଧାରଣଙ୍କ ମଧ୍ୟରେ ସମ୍ପର୍କ ଉପରେ ଆଧାରିତ ଦ୍ୱିପାକ୍ଷିକ ସମ୍ପର୍କକୁ ଆଗକୁ ବଢ଼ାଇବା ପାଇଁ ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଲେ
ବାଣିଜ୍ୟ, ପ୍ରାଣୀସମ୍ପଦ, ଔଷଧ, ଶିକ୍ଷା, ମହାକାଶ ଓ ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗକୁ ଆଗେଇ ନେବାକୁ ଉଭୟ ସହମତି ପ୍ରକାଶ କଲେ
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପ୍ରବାସୀ ଭାରତୀୟଙ୍କ ହିତ ପ୍ରତି ଧ୍ୟାନ ଦେବା ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ଲକ୍ସନଙ୍କୁ ଧନ୍ୟବାଦ ଜଣାଇଥିଲେ। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରତିଶ୍ରୁତି ଦେଲେ ପ୍ରଧାନମନ୍ତ୍ରୀ ଲକ୍ସନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ମହାମହିମ କ୍ରିଷ୍ଟୋଫର ଲକ୍ସନଙ୍କ ଠାରୁ ଟେଲିଫୋନ୍ କଲ୍‌ ପାଇ କଥା ହୋଇଛନ୍ତି ।

ଭାରତରେ ସାଧାରଣ ନିର୍ବାଚନରେ ପୁନଃ ନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଲକ୍ସନ୍ ଶୁଭେଚ୍ଛା ଜଣାଇଥିଲେ ।

ଭାରତ - ନ୍ୟୁଜିଲାଣ୍ଡ ସମ୍ପର୍କ ମିଳିତ ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜନସାଧାରଣଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କ ଉପରେ ଆଧାରିତ ବୋଲି ଉଲ୍ଲେଖ କରି ଉଭୟ ନେତା ଆଗାମୀ ବର୍ଷ ଗୁଡ଼ିକରେ ଦ୍ୱିପାକ୍ଷିକ ସହଯୋଗକୁ ନୂତନ ଉଚ୍ଚତାରେ ପହଞ୍ଚାଇବା ପାଇଁ ସେମାନଙ୍କର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଥିଲେ ।

ଦୁଇ ପକ୍ଷ ମଧ୍ୟରେ ନିକଟରେ ହୋଇଥିବା ଉଚ୍ଚସ୍ତରୀୟ ଯୋଗାଯୋଗ ଦ୍ୱାରା ସୃଷ୍ଟି ହୋଇଥିବା ପ୍ରଗତି ଉପରେ ଆଲୋକପାତ କରି ସେମାନେ ବାଣିଜ୍ୟ ଏବଂ ଆର୍ଥିକ ସହଯୋଗ, ପ୍ରାଣୀସମ୍ପଦ, ଔଷଧ, ଶିକ୍ଷା, ମହାକାଶ ସମେତ ବିଭିନ୍ନ କ୍ଷେତ୍ରରେ ପାରସ୍ପରିକ ଲାଭଦାୟକ ଦ୍ୱିପାକ୍ଷିକ ସହଯୋଗକୁ ଆଗେଇ ନେବାକୁ ସହମତ ହୋଇଥିଲେ ।

ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କ ହିତରକ୍ଷା ପ୍ରତି ଯତ୍ନବାନ ନେଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଲକ୍ସନଙ୍କୁ ଧନ୍ୟବାଦ ଜଣାଇଥିଲେ । ସେମାନଙ୍କ ସୁରକ୍ଷା ଏବଂ କଲ୍ୟାଣ ଦିଗରେ ନିରନ୍ତର ପ୍ରୟାସ ଜାରି ରହିବ ବୋଲି ପ୍ରଧାନମନ୍ତ୍ରୀ ଲକ୍ସନ୍ ପ୍ରତିଶ୍ରୁତି ଦେଇଥିଲେ ।

ଦୁଇ ନେତା ପରସ୍ପର ସହ ଯୋଗାଯୋଗରେ ରହିବାକୁ ସହମତି ପ୍ରକାଶ କରିଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi’s FTA push: Why India’s MSMEs now have a bigger export opportunity

Media Coverage

PM Modi’s FTA push: Why India’s MSMEs now have a bigger export opportunity
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 17, 2026
August 17, 2026

India Ascendant: Citizens Hail PM Modi's Vision and India’s Multi-Sectoral Growth