ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଦୀପାବଳିର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ବ୍ୟକ୍ତିଗତ ଫୋନ କଲ୍ ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ଭାରତ-ଯୁକ୍ତରାଷ୍ଟ୍ର ଆମେରିକା ସହଭାଗୀତାର ସ୍ଥାୟୀ ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି ତଥା ଆତଙ୍କବାଦ ବିରୋଧରେ ଲଢ଼ିବା ଏବଂ ଅନ୍ତର୍ଜାତୀୟ ସହଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ଭାରତର ଅଟଳ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି ।
ଏକ୍ସରେ ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି;
“ରାଷ୍ଟ୍ରପତି ଟ୍ରମ୍ପ, ଆପଣଙ୍କ ଫୋନ କଲ ଏବଂ ଦୀପାବଳିର ହାର୍ଦ୍ଦିକ ଶୁଭେଚ୍ଛା ପାଇଁ ଧନ୍ୟବାଦ । ଆଲୋକର ଏହି ପର୍ବରେ ଆମର ଦୁଇଟି ମହାନ ଗଣତନ୍ତ୍ର ବିଶ୍ୱକୁ ଆଶା ରୂପକ ଜ୍ୟୋତିରେ ଆଲୋକିତ କରିବ ଏବଂ ସମସ୍ତ ପ୍ରକାରର ଆତଙ୍କବାଦ ବିରୁଦ୍ଧରେ ଏକତ୍ରିତ ହେବା ଉଚିତ ।
@realDonaldTrump
@POTUS”
Thank you, President Trump, for your phone call and warm Diwali greetings. On this festival of lights, may our two great democracies continue to illuminate the world with hope and stand united against terrorism in all its forms.@realDonaldTrump @POTUS
— Narendra Modi (@narendramodi) October 22, 2025


