୨୦୨୨ର ଭବ୍ୟ ଉଦ୍‌ଯାପନ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ଭବ୍ୟ ସମାରୋହରେ ଦେଶର ୭୫ଟି କେନ୍ଦ୍ରରୁ ୧୫ହଜାରରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ
ଉଦ୍‌ଯାପନୀ ସମାରୋହରେ ୨୯୦୦ ବିଦ୍ୟାଳୟ ୨୨୦୦ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନର ଛାତ୍ରଛାତ୍ରୀ ୫୩ଟି କେନ୍ଦ୍ରୀୟ ମନ୍ତ୍ରଣାଳୟର ୪୭୬ଟି ସମସ୍ୟାବଳୀର ସମାଧାନ ସୂତ୍ର ଖୋଜିବେ
ସ୍ମାର୍ଟ ଇଣ୍ଡିଆ ହାକାଥନ ଗୁଡିକ ନବୋନ୍ମୋଷ ସଂସ୍କୃତି ଓ ଯୁବ ମାନସ ମଧ୍ୟରେ ସମସ୍ୟା ସମାଧାନ କୌଶଳ ବୃଦ୍ଧି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାନ୍ତି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୫ ତାରିଖ ରାତି ଆଠଟା ବେଳେ ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ର ଭବ୍ୟ ଉଦ୍‌ଯାପନୀ ସମାରୋହକୁ ଦୃଶ୍ୟ ଶ୍ରାବ୍ୟ ମାଧ୍ୟମରେ ସମ୍ବୋଧନ କରିବେ ।

ବିଶେଷକରି ଯୁବ ମାନସ ମଧ୍ୟରେ ନବୋନ୍ମୋଷର ଉତ୍ସାହ ଜାଗ୍ରତ କରିବା ପ୍ରଧାନମନ୍ତ୍ରୀଙ୍କ ନିରବଚ୍ଛିନ୍ନ ଉଦ୍ୟମ ହୋଇ ରହି ଆସିଛି ।  ଏହାକୁ ଆଖି ଆଗରେ ରଖି ସ୍ମାର୍ଟ ଇଣ୍ଡିଆ ହାକାଥନ (ଏସଆଇଏଚ) ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା । ଏସଆଇଏଚ୍ ଏକ ଦେଶବ୍ୟାପୀ ପଦକ୍ଷେପ ଯେଉଁଥିରେ କି ଛାତ୍ରଛାତ୍ରୀମାନେ ସମାଜ, ସଂଗଠନ ଓ ସରକାର ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସୁଯୋଗ ପାଇଥାନ୍ତି । ଏଗୁଡ଼ିକ ନବୋନ୍ମୋଷ ସଂସ୍କୃତିର ପରିଚାଳନା, ସମସ୍ୟା ସମାଧାନ ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁସନ୍ଧାନ କୌଶଳ ବୃଦ୍ଧି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି ।

ଏସଆଇଏଚର ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏସଆଇଏଚରେ ପଞ୍ଜୀକୃତ ହେଉଥିବା ଦଳଗୁଡିକର ଚାରିଗୁଣ ବୃଦ୍ଧି ଏହାର ପ୍ରମାଣ । ପ୍ରଥମ ସଂସ୍କରଣରେ ୭୫୦୦ ଦଳ ଭାଗ ନେଇଥିବାବେଳେ ଚଳିତ ପଞ୍ଚମ ସଂସ୍କରଣରେ  ଏହା ୨୯, ୬୦୦କୁ ବୃଦ୍ଧି ପାଇଛି ।

ଏହି ବର୍ଷ ୧୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଓ ସେମାନଙ୍କ ପୃଷ୍ଠପୋଷକ ୨୦୨୨ ଏସଆଇଏଚର ଭବ୍ୟ ସମାରୋହରେ ଯୋଗଦେବା ପାଇଁ ୭୫ଟି ଏହାର ମୁଖ୍ୟ କେନ୍ଦ୍ରଗୁଡିକୁ ଯାତ୍ରା କରିଛନ୍ତି । ୨୯୦୦ ବିଦ୍ୟାଳୟ ଓ ୨୨୦୦ ଉଚ୍ଚଶିକ୍ଷା ଅନୁଷ୍ଠାନର ଛାତ୍ରଛାତ୍ରୀ ୫୩ଟି ମନ୍ତ୍ରଣାଳୟର ୪୭୬ଟି ବିଭିନ୍ନ ସମସ୍ୟାର ସମାଧାନ କରିବେ । ଏଥିରେ ମନ୍ଦିର ଗାତ୍ରରେ ଖୋଦେଇ ଶିଳାଲିପିର ଅପ୍‌ଟିକାଲ କ୍ୟାରେକ୍ଟର ରେକଗନିସନ(ଓସିଆର) ଓ ଦେବନାଗରୀ ଲିପିରେ ଅନୁବାଦ ଓ ନଷ୍ଟ ହୋଇଯାଉଥିବା ସାମଗ୍ରୀର ରକ୍ଷଣାବେକ୍ଷଣ ସୂତ୍ର, ପାହାଡ ଉପତ୍ୟକାର ଥ୍ରୀଡି ମଡେଲ ହାଇ ରିଜୋଲେସନ, ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରେ ଭିତ୍ତିଭୂମି ଓ ରାସ୍ତା ଅବସ୍ଥା ଇତ୍ୟାଦି ଅନ୍ତର୍ଭୁକ୍ତ ।

ଚଳିତବର୍ଷ ସ୍ମାର୍ଟ ଇଣ୍ଡିଆ ହାକାଥନ-ଜୁନିୟର ମଧ୍ୟ ପ୍ରଦର୍ଶିତ ହୋଇଛି । ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନବୋନ୍ମେଷ ସଂସ୍କୃତି ଓ ବିଦ୍ୟାଳୟସ୍ତରରେ ସମସ୍ୟା ସମାଧାନ ନେଇ ଦକ୍ଷ ହେବା ବା ଶିଖିବା ଏହାର ଉଦ୍ଦେଶ୍ୟ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
One of the world’s first canal-top solar projects placed a 750-meter solar array above an Indian irrigation canal, generating clean power while saving an estimated 9 million liters of water each year

Media Coverage

One of the world’s first canal-top solar projects placed a 750-meter solar array above an Indian irrigation canal, generating clean power while saving an estimated 9 million liters of water each year
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 17, 2026
July 17, 2026

Green Trains, Private Rockets & Global Partnerships — PM Modi’s New India is Playing to Win