ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୮ ତାରିଖ ପୂର୍ବାହ୍ନ ୯ଟା ୩୦ମିନିଟ୍‌ରେ ନୂଆଦିଲ୍ଲୀସ୍ଥିତ ହୋଟେଲ ତାଜ ପାଲେସ ଠାରେ ଆତଙ୍କବାଦ ମୁକାବିଲା ସଂକ୍ରାନ୍ତ ତୃତୀୟ ମନ୍ତ୍ରିସ୍ତରୀୟ ସମ୍ମିଳନୀ ‘ନୋ ମନି ଫର ଟେରର’ ରେ ଉଦ୍‌ଘାଟନୀ ଅଭିଭାଷଣ ପ୍ରଦାନ କରିବେ ।

ନଭେମ୍ବର ୧୮ ଓ ୧୯ରେ ଆୟୋଜିତ ହେଉଥିବା ଏହି ଦୁଇଦିନିଆ ସମ୍ମିଳନୀ ବିଭିନ୍ନ  ଅଂଶଗ୍ରହଣକାରୀ ଦେଶ ଏବଂ ସଂଗଠନକୁ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପାଇଁ ଏକ ମଞ୍ଚ ଯୋଗାଇବ । ବିଶେଷ କରି ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ସମସ୍ୟାର ମୁକାବିଲା ପାଇଁ ବର୍ତ୍ତମାନର ଅର୍ନ୍ତଜାତୀୟ ବ୍ୟବସ୍ଥା ଉପରେ ବିଚାରବିମର୍ଶ କରିବା ଏବଂ ଅନ୍ୟାନ୍ୟ ସମସ୍ୟାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ  ଗ୍ରହଣ କରିବା ନେଇ ସମ୍ମିଳନୀରେ ଆଲୋଚନା ହେବ । ପୂର୍ବରୁ ୨୦୧୮ ଏପ୍ରିଲରେ ପ୍ୟାରିସ୍  ଏବଂ ୨୦୧୯ ନଭେମ୍ବରରେ ମେଲବୋର୍ଣ୍ଣଠାରେ ଏହି ସମ୍ମିଳନୀର ପ୍ରଥମ ଦୁଇଟି ସଂସ୍କରଣ ଅନୁଷ୍ଠିତ ହୋଇଥିଲା। ଏଥିରେ ହୋଇଥିବା ଆଲୋଚନାକୁ ଆଗକୁ ବଢ଼ାଇବା ଓ ପରବର୍ତ୍ତୀ ପଦକ୍ଷେପ ପାଇଁ ଯୋଜନା ପ୍ରସ୍ତୁତ କରିବା ସମେତ ଆତଙ୍କବାଦୀମାନଙ୍କୁ ମିଳୁଥିବା ଆର୍ଥିକ ସହାୟତାକୁ ବନ୍ଦ କରିବା ନେଇ ବୈଶ୍ୱିକ ସହଯୋଗ ଉପରେ ବିଚାରବିମର୍ଶ କରାଯିବ । ଏହି ସମ୍ମିଳନୀରେ ବିଭିନ୍ନ ଦେଶର ମନ୍ତ୍ରୀ, ବହୁରାଷ୍ଟ୍ରୀୟ ସଂଗଠନର ସଦସ୍ୟ ଓ ଆର୍ଥିକ କାର୍ଯ୍ୟାନୁଷ୍ଠାନ ଟାସ୍କଫୋର୍ସଙ୍କ ସମେତ ୪୫୦ ଦେଶର ପ୍ରତିନିଧି ଏଥିରେ ଅଂଶଗ୍ରହଣ କରିବେ ।

ସମ୍ମିଳନୀରେ ମୁଖ୍ୟତଃ ଚାରିଟି ଅଧିବେଶନ ଜରିଆରେ ଆଲୋଚନା ହେବ । ସେଗୁଡିକ ମଧ୍ୟରେ ରହିଛି ‘ଆତଙ୍କବାଦ ଏବଂ ଆତଙ୍କବାଦକୁ ପାଣ୍ଠି ଯୋଗାଣର ବୈଶ୍ୱିକ ସ୍ଥିତି, ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ପାଇଁ ଆନୁଷ୍ଠାନିକ ଓ ଅଣ ଆନୁଷ୍ଠାନିକ ପଦ୍ଧତିର ଉପଯୋଗ,  ନୂଆ ବୈଷୟିକ ଜ୍ଞାନ ଓ ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ଏବଂ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ବନ୍ଦ କରିବା ସମସ୍ୟାର ମୁକାବିଲା ପାଇଁ ଅନ୍ତର୍ଜାତୀୟ ସହଯୋଗ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Centre releases Rs 1.09 lakh crore tax devolution; Uttar Pradesh gets biggest share to accelerate development spending

Media Coverage

Centre releases Rs 1.09 lakh crore tax devolution; Uttar Pradesh gets biggest share to accelerate development spending
NM on the go

Nm on the go

Always be the first to hear from the PM. Get the App Now!
...
Governor of Jharkhand meets Prime Minister
August 03, 2026