ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଜୁଲାଇ, ୨୦୨୫ରେ ପୂର୍ବାହ୍ନ ପ୍ରାୟ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଓ ସଙ୍ଗଠନରେ ନବନିଯୁକ୍ତ ୫୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବିତରଣ କରିବେ । ଏହି ଅବସରରେ ସେ ନବନିଯୁକ୍ତଙ୍କୁ ସମ୍ବୋଧିତ କରିବେ ।

ରୋଜଗାର ମେଳା, ରୋଜଗାର ସୃଜନକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ସମ୍ପୂର୍ଣ୍ଣ କରିବା ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଯୁବପିଢ଼ିକୁ ସଶକ୍ତ କରିବା ସହ ରାଷ୍ଟ୍ର ନିର୍ମାଣରେ ସେମାନଙ୍କ ଭାଗିଦାରୀ ସକାଶେ ସାର୍ଥକ ଅବସର ପ୍ରଦାନ କରିବା ପାଇଁ ଏକ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଦେଶବ୍ୟାପୀ ରୋଜଗାର ମେଳା ମାଧ୍ୟମରେ ଏ ପର୍ଯ୍ୟନ୍ତ ୧୦ ଲକ୍ଷରୁ ଅଧିକ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି ।

ଷୋଡ଼ଶ ରୋଜଗାର ମେଳା ଦେଶବ୍ୟାପୀ ୪୭ ଟି ସ୍ଥାନରେ ଆୟୋଜନ କରାଯିବ । ଏହି ନିଯୁକ୍ତି କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ ପ୍ରଦାନ କରାଯାଉଛି । ଦେଶବ୍ୟାପୀ ଚୟନ ହୋଇଥିବା ଏହି ନୂତନ କର୍ମଚାରୀମାନେ ରେଳ ମନ୍ତ୍ରଣାଳୟ, ଗୃହ ମନ୍ତ୍ରଣାଳୟ, ଡାକ ବିଭାଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଅର୍ଥ ସେବା ବିଭାଗ, ଶ୍ରମ ଏବଂ ରୋଜଗାର ମନ୍ତ୍ରଣାଳୟ ସହିତ ଅନ୍ୟ ବିଭାଗ ଏବଂ ମନ୍ତ୍ରଣାଳୟ ଗୁଡ଼ିକରେ  ଯୋଗଦେବେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
New high for India-made car exports

Media Coverage

New high for India-made car exports
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 11, 2026
July 11, 2026

Record Exports, Record Investments, Record Pride: India’s Rise Under PM Modi is Multi-Dimensional