ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ
ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ପରିକଳ୍ପନାରେ ଯୋଗଦାନ ପାଇଁ ନୂତନ ନିଯୁକ୍ତି
ନବ ନିଯୁକ୍ତମାନେ ଅନଲାଇନ ମଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ପ୍ରଶିକ୍ଷିତ ହେବେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩୦, ୨୦୨୩ ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ।

 

ସାରା ଦେଶରେ ୩୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ | ଏହି ପଦକ୍ଷେପକୁ ସମର୍ଥନ କରି କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ପ୍ରଦାନ କରାଯାଉଛି । ଦେଶର ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ଆର୍ଥିକ ସେବା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ଏହି ନୂତନ ନିଯୁକ୍ତି ମିଳିବ ।

 

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟିରେ ଏକ ଉତପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କ ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

 

ନବ ନିଯୁକ୍ତମାନେ ସେମାନଙ୍କର ଅଭିନବ ଚିନ୍ତାଧାରା ଏବଂ ଭୂମିକା ସମ୍ବନ୍ଧୀୟ ଦକ୍ଷତା ସହିତ ଦେଶର ଶିଳ୍ପ, ଅର୍ଥନୈତିକ ଏବଂ ସାମାଜିକ ବିକାଶକୁ ସୁଦୃଢ଼ କରିବା କାର୍ଯ୍ୟରେ ଅନ୍ୟାନ୍ୟ ବିଷୟ ସହିତ ଯୋଗଦାନ କରିବେ ଯାହା ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ସ୍ୱପ୍ନକୁ ସାକାର କରିବାରେ ସହାୟକ ହେବ ।

 

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ 'ଯେକୌଣସି ଡିଭାଇସ୍' ଶିକ୍ଷଣ ଫର୍ମାଟ ପାଇଁ ୮୦୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's services exports rise by 12.7 pc in April despite West Asia crisis: RBI

Media Coverage

India's services exports rise by 12.7 pc in April despite West Asia crisis: RBI
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 30, 2026
May 30, 2026

Viksit Bharat in Motion: How PM Modi is Building a Self-Reliant Global India”