ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଟକରେ ଆୟକର ଆପିଲେଟ ଟ୍ରିବ୍ୟୁନାଲ (ଆଇଟିଏଟି)ର ଅତ୍ୟାଧୁନିକ କାର୍ଯ୍ୟାଳୟ ତଥା ଆବାସିକ ପରିସରକୁ ନଭେମ୍ବର 11 ତାରିଖ, 2020 ଅପରାହ୍ଣ ସାଢ଼େ ଚାରିଟା ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିବେ । କେନ୍ଦ୍ର ଆଇନ ମନ୍ତ୍ରୀ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ, ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଓ ବିଚାରପତିଗଣଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି ଅବସରରେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ, ଆଇଟିଏଟି ଉପରେ ଏକ ଇ–କଫି ଟେବୁଲ ପୁସ୍ତିକା ଉନ୍ମୋଚିତ ହେବ ।

ଆଇଟିଏଟି ନାମରେ ପରିଚିତ ଆୟକର ଆପିଲେଟ ଟ୍ରିବ୍ୟୁନାଲ ପ୍ରତ୍ୟକ୍ଷ ଟିକସ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଧାନିକ ସଂସ୍ଥା ଏବଂ ତଥ୍ୟ ପ୍ରମାଣ ମିଳିବା ପରେ ଏହାର ଆଦେଶକୁ ଚୂଡ଼ାନ୍ତ ବୋଲି ଗ୍ରହଣ କରାଯାଇଥାଏ । ଝାଡ଼ଖଣ୍ଡ ଓ ଗୁଜରାଟ ଉଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ଜଷ୍ଟିସ (ଅପସରପ୍ରାପ୍ତ) ପି. ପି. ଭଟ୍ଟ ବର୍ତ୍ତମାନ ଏହାର ମୁଖ୍ୟ ଅଛନ୍ତି । ପ୍ରଥମ ଟ୍ରିବ୍ୟୁନାଲ ଭାବେ 25 ଜାନୁଆରୀ, 1941ରେ ଆଇଟିଏଟି ପ୍ରତିଷ୍ଠା କରାଯାଇଥିଲା ଏବଂ ଏହା “ମୂଳ ଟ୍ରିବ୍ୟୁନାଲ” ଭାବେ ପରିଚିତ । ପ୍ରଥମେ ଦିଲ୍ଲୀ, ବମ୍ବେ ଓ କଲିକତାରେ ତିନୋଟି ବେଞ୍ଚ ସହିତ 1941ରେ ଏହା ପ୍ରତିଷ୍ଠା ହୋଇଥିଲା । ବର୍ତ୍ତମାନ ଭାରତର 30ଟି ସହରରେ ଏହାର 63ଟି ବେଞ୍ଚ ଓ ଦୁଇଟି ସର୍କିଟ ବେଞ୍ଚ ରହିଛି ।

23 ମେ, 1970ରେ ଆଇଟିଏଟିର କଟକ ବେଞ୍ଚ ପ୍ରତିଷ୍ଠା କରାଯାଇ କାର୍ଯ୍ୟାରମ୍ଭ କରାଯାଇଥିଲା । କଟକ ବେଞ୍ଚର ନ୍ୟାୟାଧିକାର କ୍ଷେତ୍ର ସମଗ୍ର ଓଡ଼ିଶାରେ ପରିବ୍ୟାପ୍ତ । ଦୀର୍ଘ 50 ବର୍ଷ ଧରି ଏହା ଭଡ଼ା ଘରେ ଚାଲିଥିଲା । 2015ରେ ରାଜ୍ୟ ସରକାର ମାଗଣାରେ ଯୋଗାଇ ଦେଇଥିବା 1.60 ଏକର ଜମିରେ ଆଇଟିଏଟିର ନୂଆ କାର୍ଯ୍ୟାଳୟ ତଥା ଆବାସିକ ପରିସର ନିର୍ମିତ ହୋଇଛି । ମୋଟ 1938 ବର୍ଗମିଟର ସ୍ଥାନରେ କାର୍ଯ୍ୟାଳୟ ପରିସର ନିର୍ମାଣ କରାଯାଇଛି । ତିନି ମହଲା ବିଶିଷ୍ଟ ଅଟ୍ଟାଳିକାରେ ବଡ଼ କୋର୍ଟ କକ୍ଷ, ଅତ୍ୟାଧୁନିକ ରେକର୍ଡ କକ୍ଷ, ବେଞ୍ଚର ସଦସ୍ୟମାନଙ୍କ ପାଇଁ ସୁବ୍ୟବସ୍ଥିତ ଚାମ୍ବର୍ସ, ପାଠାଗାର କକ୍ଷ, ଅତ୍ୟାଧୁନିକ ସମ୍ମିଳନୀ କକ୍ଷ, ମକଦ୍ଦମାକାରୀଙ୍କ ପାଇଁ ଯଥେଷ୍ଟ ସ୍ଥାନ, ଆଇନଜୀବୀ, ଚାଟାର୍ଡ ଆକାଉଣ୍ଟାଣ୍ଟ ଆଦିଙ୍କ ପାଇଁ ବାର କକ୍ଷ ଆଦି ରହିଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s maternal mortality drops nearly 80% since 1990: Global study

Media Coverage

India’s maternal mortality drops nearly 80% since 1990: Global study
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 29, 2026
March 29, 2026

Citizens Praise PM Modi for The Visionary Shift: Empowering Every Citizen in an Uncertain World