ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୩, ୨୦୨୩ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଯଶୋଭୂମିଠାରେ ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି୨୦)କୁ ଉଦଘାଟନ କରିବେ । ଭାରତର ଜି-୨୦ ଅଧ୍ୟକ୍ଷତାର ବ୍ୟାପକ ଢାଞ୍ଚା ରେ ଭାରତୀୟ ସଂସଦ ଏହି ଶିଖର ସମ୍ମିଳନୀ ଆୟୋଜନ କରୁଛି ।

ଭାରତର ଜି-୨୦ ଅଧ୍ୟକ୍ଷତାର ବିଷୟବସ୍ତୁ ଅନୁଯାୟୀ, ନବମ ପି୨୦ ଶିଖର ସମ୍ମିଳନୀର ବିଷୟବସ୍ତୁ ହେଉଛି "ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ପାଇଁ ସଂସଦ" । ଏହି କାର୍ଯ୍ୟକ୍ରମରେ ଜି-୨୦ ସଦସ୍ୟ ଏବଂ ଆମନ୍ତ୍ରିତ ଦେଶର ସଂସଦର ବାଚସ୍ପତିମାନେ ଯୋଗଦେବେ। ସେପ୍ଟେମ୍ବର ୯-୧୦, ୨୦୨୩ରେ ନୂଆଦିଲ୍ଲୀ ଜି-୨୦ ନେତୃତ୍ବ ସମ୍ମିଳନୀରେ ଆଫ୍ରିକୀୟ ସଂଘ ଜି-୨୦ର ସଦସ୍ୟ ହେବା ପରେ ପ୍ରଥମ ଥର ପାଇଁ ପାନ୍-ଆଫ୍ରିକା ସଂସଦ ପି-୨୦ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବ ।

ଏହି ପି-୨୦ ଶିଖର ସମ୍ମିଳନୀରେ ବିଷୟବସ୍ତୁଗତ ଅଧିବେଶନରେ ନିମ୍ନଲିଖିତ ଚାରିଟି ବିଷୟ ଉପରେ ଧ୍ୟାନ ଦିଆଯିବ - ସାର୍ବଜନୀନ ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଲୋକଙ୍କ ଜୀବନରେ ପରିବର୍ତ୍ତନ; ମହିଳାଙ୍କ ନେତୃତ୍ବ ଭିତ୍ତିକ ବିକାଶ; ଏସଡିଜିକୁ ତ୍ୱରାନ୍ୱିତ କରିବା; ଏବଂ ଦୀର୍ଘସ୍ଥାୟୀ ଶକ୍ତି ରୂପାନ୍ତରଣ ।

ପ୍ରକୃତି ସହ ସମନ୍ୱୟ ରକ୍ଷା କରି ସବୁଜ ଏବଂ ସ୍ଥାୟୀ ଭବିଷ୍ୟତ ଦିଗରେ ପଦକ୍ଷେପ ଉପରେ ଆଲୋଚନା କରିବା ପାଇଁ ୧୨ ଅକ୍ଟୋବର ୨୦୨୩ରେ ମିଶନ ଲାଇଫ୍‍ (ପରିବେଶ ପାଇଁ ଜୀବନଶୈଳୀ) ଉପରେ ଏକ ପ୍ରାକ୍ ଶିଖର ସଂସଦୀୟ ଫୋରମ୍ ମଧ୍ୟ ଅନୁଷ୍ଠିତ ହେବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Led by iPhones, ‘Made in India’ smartphone exports grow 28% y-o-y in CY25: Counterpoint

Media Coverage

Led by iPhones, ‘Made in India’ smartphone exports grow 28% y-o-y in CY25: Counterpoint
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 24, 2026
April 24, 2026

Made in India, Built for 2047: PM Modi’s Reforms Turning Rural Hope into National Strength