ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୩, ୨୦୨୧ ମଧ୍ୟାହ୍ନ ୧୨.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜୁରାଟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ହିତାଧିକାରୀଙ୍କ ସହ ଆଲୋଚନା କରିବେ ।

ଏହି ଯୋଜନା ସମ୍ପର୍କରେ ଅଧିକ ସଚେତନତା ସୃଷ୍ଟି ପାଇଁ ରାଜ୍ୟରେ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଆରମ୍ଭ ହେଉଛି ।

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏଓ୍ୱାଇ) ସମ୍ପର୍କରେ

ପିଏମଜିକେଏଓ୍ୱାଇ ଏକ ଖାଦ୍ୟ ସୁରକ୍ଷା କଲ୍ୟାଣ ଯୋଜନା । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହାର ପରିକଳ୍ପନା କୋଭିଡ- ୧୯ର ଆର୍ଥିକ ପ୍ରଭାବ କମାଇବା ଓ ସହାୟତା ପ୍ରଦାନ ପାଇଁ ହୋଇଥିଲା । ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନ୍ତର୍ଗତ ସାମିଲ ସମସ୍ତ ହିତାଧିକାରୀଙ୍କୁ ଜଣ ପିଛା ଅତିରିକ୍ତ ୫ କିଲୋଗ୍ରାମ ଖାଦ୍ୟଶସ୍ୟ ପ୍ରଦାନ କରାଯାଏ ।

ଏହି ଅବସରରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PSBs post record ₹1.98 trillion net profit in FY26 amid robust growth

Media Coverage

PSBs post record ₹1.98 trillion net profit in FY26 amid robust growth
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 12, 2026
May 12, 2026

Building a Trusted India: Modi's Leadership in Finance, Manufacturing, and Global Partnerships