ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଯୋଗ ଦେବେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୮, ୨୦୨୪ ଦିନ ୧୨:୩୦ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।

ଦେଶବ୍ୟାପୀ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହଜାର ହଜାର ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧିମାନେ ଯୋଗଦେବେ।

୧୫ ନଭେମ୍ବର, ୨୦୨୩ରେ ଏହାର ଶୁଭାରମ୍ଭ ପରଠାରୁ ପ୍ରଧାନମନ୍ତ୍ରୀ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ନିୟମିତ ଭାବରେ ଆଲୋଚନା କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ (୩୦ ନଭେମ୍ବର, ୯ ଡିସେମ୍ବର ୧୬, ଡିସେମ୍ବର ୨୭ ଡିସେମ୍ବର ଏବଂ ଜାନୁଆରୀ ୮, ୨୦୨୪) ଏହି ଆଲୋଚନା ପାଞ୍ଚ ଥର ହୋଇଛି। ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଗତ ମାସରେ ବାରଣାସୀ ଗସ୍ତ ସମୟରେ କ୍ରମାଗତ ଦୁଇ ଦିନ (ଡିସେମ୍ବର ୧୭-୧୮) ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀଙ୍କ ସହ ପ୍ରତକ୍ଷ୍ୟ ଭାବରେ ଆଲୋଚନା କରିଥିଲେ ।

ଏହି ଯୋଜନାଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଂଚିପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନାଗୁଡ଼ିକର ସମନ୍ୱୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କରାଯାଉଛି ।

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଅଂଶଗ୍ରହଣକାରୀଙ୍କ ସଂଖ୍ୟା ୧୫ କୋଟି ଅତିକ୍ରମ କରିଛି। ଏହା ଭୂମିରେ ଗଭୀର ପ୍ରଭାବ ସୃଷ୍ଟି କରିବାରେ ଯାତ୍ରାର ସଫଳତାର ପ୍ରମାଣ ଯାହା ସମଗ୍ର ଦେଶବାସୀଙ୍କୁ ବିକଶିତ ଭାରତର ଏକ ମିଳିତ ଦୃଷ୍ଟିକୋଣ ପ୍ରତି ଏକଜୁଟ କରୁଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi becomes first world leader to cross 100 million Instagram followers

Media Coverage

PM Modi becomes first world leader to cross 100 million Instagram followers
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 26, 2026
February 26, 2026

Historic Knesset Honor and Netanyahu's Embrace: PM Modi's Diplomacy Resonates Beyond Borders