ପ୍ରଧାନମନ୍ତ୍ରୀ ମହିଳା ମାନଙ୍କର ନେତୃତ୍ୱାଧୀନ ବିକାଶ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ କେନ୍ଦ୍ରର ଶୁଭାରମ୍ଭ କରିବେ
ଆସନ୍ତା ୩ ବର୍ଷ ମଧ୍ୟରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୫ ହଜାର ଡ୍ରୋନ୍ ପ୍ରଦାନ କରାଯିବ
ଏମ୍ସ ଦେଓଘରରେ ଐତିହାସିକ ୧୦,୦୦୦ତମ ଜନ ଔଷଧି କେନ୍ଦ୍ର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ
ଦେଶରେ ଜନ ଔଷଧି କେନ୍ଦ୍ର ଗୁଡିକର ସଂଖ୍ୟା ୧୦,୦୦୦ ରୁ ୨୫,୦୦୦କୁ ବୃଦ୍ଧି କରିବା ପାଇଁ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ
v

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩୦ ତାରିଖ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବେ । ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀ ମାନଙ୍କ ପାଖରେ ପହଂଚି ପାରିବ ସେଥିପାଇଁ ସମନ୍ୱୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି ।

ମହିଳାଙ୍କ ନେତୃତ୍ୱାଧୀନ ବିକାଶକୁ ସୁନିଶ୍ଚିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରୟାସ ଜାରି ରହିଛି । ଏହି ଦିଗରେ ଆଉ ଏକ ପଦକ୍ଷେପ ସ୍ୱରୂପ , ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ କେନ୍ଦ୍ରର ଶୁଭାରମ୍ଭ କରିବେ । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଙ୍କୁ ଡ୍ରୋନ୍ ଯୋଗାଇ ଦିଆଯିବ, ଯାହା ଦ୍ୱାରା ସେମାନେ ଏହି ଜ୍ଞାନକୌଶଳକୁ ଜୀବିକା ସହାୟତା ପାଇଁ ବ୍ୟବହାର କରିପାରିବେ । ଆସନ୍ତା ୩ ବର୍ଷ ମଧ୍ୟରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୫ ହଜାର ଡ୍ରୋନ୍ ଯୋଗାଇ ଦିଆଯିବ । ଡ୍ରୋନ୍ ଉଡ଼ାଣ କରିବା ନିମନ୍ତେ ଓ ଏହାର ବ୍ୟବହାର ପାଇଁ ମହିଳା ମାନଙ୍କୁ ଆବଶ୍ୟକ ତାଲିମ୍ ମଧ୍ୟ ଯୋଗାଇ ଦିଆଯିବ । ଏହି ପଦକ୍ଷେପ କୃଷିକ୍ଷେତ୍ରରେ ବୈଷୟିକ ଜ୍ଞାନକୌଶଳର ବ୍ୟବହାରକୁ ପ୍ରୋତ୍ସାହିତ କରିବ ।

ଏକ ସୁସ୍ଥ ଭାରତ ପାଇଁ ପ୍ରଧାନମନ୍ତ୍ରୀଙ୍କର ଯେଉଁ  ସ୍ୱପ୍ନ ରହିଛି , ସେଥିରେ ସ୍ୱାସ୍ଥ୍ୟ ସେବାକୁ ସୁଲଭ ଏବଂ ସହଜରେ ଉପଲବ୍ଧ କରାଇବା ମୂଳଦୁଆ ହୋଇଛି । ସୁଲଭ ମୂଲ୍ୟରେ ଔଷଧ ଉପଲବ୍ଧ କରାଇବା ପାଇଁ ଜନ ଔଷଧି କେନ୍ଦ୍ର ପ୍ରତିଷ୍ଠା ଏହି ଦିଗରେ ଏକ ପ୍ରମୁଖ ପଦକ୍ଷେପ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଓଘର ଏମ୍ସରେ ୧୦,୦୦୦ତମ ଜନ ଔଷଧି କେନ୍ଦ୍ରକୁ ଲୋକାର୍ପଣ କରିବେ । ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଦେଶରେ ଜନ ଔଷଧି କେନ୍ଦ୍ର ସଂଖ୍ୟା ୧୦,୦୦୦ ରୁ ୨୫,୦୦୦କୁ ବୃଦ୍ଧି କରିବା ପାଇଁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଡ୍ରୋନ୍ ଯୋଗାଇବା ଏବଂ ଜନ ଔଷଧି କେନ୍ଦ୍ର ସଂଖ୍ୟା ୧୦,୦୦୦ ରୁ ୨୫,୦୦୦ କୁ ବୃଦ୍ଧି କରିବା ଭଳି ଦୁଇଟି ପଦକ୍ଷେପ ବିଷୟରେ ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ତାଙ୍କ ସ୍ୱାଧୀନତା ଦିବସ ଅଭିଭାଷଣରେ ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମ ଏହି ପ୍ରତିଶ୍ରୁତି ପୂରଣ କରିବାର ପ୍ରତୀକ ଅଟେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Rs 6,000 Crore Earned, 12.33 Crore Sq Ft Freed: Inside Government's Big Clean-Up

Media Coverage

Rs 6,000 Crore Earned, 12.33 Crore Sq Ft Freed: Inside Government's Big Clean-Up
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 24, 2026
August 24, 2026

Beyond Announcements: Real Milestones Proving India’s Rise Across Defence, Tech & Economy Under the Leadership of PM Modi