ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୮, ୨୦୨୪ ଦିନ ୧୨:୩୦ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।

ଦେଶବ୍ୟାପୀ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହଜାର ହଜାର ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧିମାନେ ଯୋଗଦେବେ।

୧୫ ନଭେମ୍ବର, ୨୦୨୩ ରେ ଏହାର ଶୁଭାରମ୍ଭ ପରଠାରୁ ପ୍ରଧାନମନ୍ତ୍ରୀ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ନିୟମିତ ଭାବରେ ଆଲୋଚନା କରିଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ (୩୦ ନଭେମ୍ବର, ୯  ଡିସେମ୍ବର ୧୬ ଏବଂ ଡିସେମ୍ବର ୨୭) ଏହି ଆଲୋଚନା ଚାରି ଥର ହୋଇଛି। ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଗତ ମାସରେ ବାରଣାସୀ ଗସ୍ତ ସମୟରେ କ୍ରମାଗତ ଦୁଇ ଦିନ (ଡିସେମ୍ବର ୧୭-୧୮) ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିଛନ୍ତି ।

ଏହି ଯୋଜନାଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଂଚିପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନାଗୁଡ଼ିକର ସମନ୍ୱୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କରାଯାଉଛି ।

ଜାନୁଆରୀ ୫, ୨୦୨୪ରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଅଂଶଗ୍ରହଣକାରୀଙ୍କ ସଂଖ୍ୟା ୧୦ କୋଟି ଅତିକ୍ରମ କରିବା ସହ ଏକ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିଛି। ଏହି ଯାତ୍ରା ଆରମ୍ଭ ହେବାର ୫୦ ଦିନରେ ପହଂଚିଥିବା ଏହି ଆଶ୍ଚର୍ଯ୍ୟଜନକ ସଂଖ୍ୟା ସମଗ୍ର ଦେଶବାସୀଙ୍କୁ ବିକଶିତ ଭାରତର ମିଳିତ ଦର୍ଶନ ଦିଗରେ ଏକଜୁଟ କରିବାରେ ଯାତ୍ରାର ଗଭୀର ପ୍ରଭାବ ଏବଂ ଅତୁଳନୀୟ କ୍ଷମତାକୁ ସୂଚାଇଥାଏ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Womaniya' initiative of GeM, sees 27.6% growth, Rs 28,000 crore contracts awarded to women MSEs

Media Coverage

Womaniya' initiative of GeM, sees 27.6% growth, Rs 28,000 crore contracts awarded to women MSEs
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 11, 2026
April 11, 2026

PM Modi’s Vision in Overdrive: From Electric Buses to Gaganyaan — India’s Multi-Speed March to Viksit Bharat