ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ଅଲିମ୍ପିକ୍ସ ପାଇଁ ଯାତ୍ରା କରିବାକୁ ଥିବା ଭାରତୀୟ କ୍ରୀଡାବିତ୍‌ମାନଙ୍କ ସହ ଆସନ୍ତା ୧୩ତାରିଖ ଅପରାହ୍ନ ୫ଟାବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମତବିନିମୟ କରିବେ ।  

            ଖେଳାଳୀମାନଙ୍କ କ୍ରୀଡାରେ ଅବତୀର୍ଣ୍ଣ ହେବାର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଏପରି ବାର୍ତ୍ତା ବିନିମୟ ସେମାନଙ୍କୁ ଅଧିକ ଉତ୍ସାହିତ କରିବ । ଟୋକିଓ ନିମନ୍ତେ ଯାତ୍ରା କରୁଥିବା ଖେଳାଳୀମାନଙ୍କ ସୁବିଧା ଓ ଅସୁବିଧା ନେଇ ପ୍ରଧାନମନ୍ତ୍ରୀ ନିକଟରେ ସମୀକ୍ଷା କରିଥିଲେ । କେତେକ ଖେଳାଳୀଙ୍କ ଉତ୍ସାହପଦ ଯାତ୍ରା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମଧ୍ୟ ‘ମନ୍ କୀ ବାତ’ ରେ ଆଲୋଚନା କରିଥିଲେ ଓ ସମଗ୍ର ଦେଶ ଖେଳାଳୀମାନଙ୍କୁ ପୂର୍ଣ୍ଣପ୍ରାଣରେ ସମର୍ଥନ ଜଣାଇବାକୁ ଦେଶବାସୀଙ୍କୁ ନିବେଦନ କରିଥିଲେ ।

ଏହି ବାର୍ତ୍ତା ବିନିମୟ ସମାରୋହରେ କେନ୍ଦ୍ର ଯୁବବ୍ୟାପାର ଓ କ୍ରୀଡା ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର, ଯୁବ ବ୍ୟାପାର ଓ କ୍ରୀଡା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିତୀଶ ପରମାଣିକ ଓ ଆଇନମନ୍ତ୍ରୀ ଶ୍ରୀ କିରନ୍ ରିଜିଜ୍ଜୁ ମଧ୍ୟ ଯୋଗଦେବେ ।

ଭାରତୀୟ ଦଳ ସମ୍ପର୍କରେ-

୧୮ଟି କ୍ରୀଡା ଶ୍ରେଣୀରେ ୧୨୬ଜଣ କ୍ରୀଡାବିତ୍ ଟୋକିଓ ଅଲିମ୍ପିକ ନିମନ୍ତେ ଯାତ୍ରା କରିବେ । ଏଥର ସବୁଠାରୁ ବଡ ଖେଳାଳୀ ଦଳକୁ ଭାରତ ଅଲିମ୍ପିକ୍ସ ନିମନ୍ତେ ପଠାଉଛି । ମୋଟ ୬୯ଟି କ୍ରମବର୍ଦ୍ଧିଷ୍ଣୁ  ଶ୍ରେଣୀରୁ ୧୮ଟିରେ ପ୍ରତିନିଧିତ୍ୱ ମଧ୍ୟ ଦେଶ ପାଇଁ କୌଣସି ଅଲିମ୍ପିକ୍ସ ଦୃଷ୍ଟିରୁ ସର୍ବାଧିକ ।

ଅଂଶଗ୍ରହଣ କରୁଥିବା କ୍ରୀଡା ପ୍ରଭାଗରେ କେତେକ ସର୍ବପ୍ରଥମ । ପ୍ରଥମଥର ନିମନ୍ତେ ଇତିହାସରେ ଭାରତୀୟ ଅସୀଚାଳନାକାରୀ (ଭାବନୀ ଦେବୀ) ଅଲିମ୍ପିକ୍ସ ନିମନ୍ତେ ଯୋଗ୍ୟତା ହାସଲ କରିଛନ୍ତି । ଅଲିମ୍ପିକ ନିମନ୍ତେ ଯୋଗ୍ୟତା ହାସଲ କରିବାରେ ନୌଚାଳନାରେ ନେତ୍ରା କୁମାରନ୍ ଭାରତର ପ୍ରଥମ ମହିଳା । ସନ୍ତରଣ ‘କ’ ଶ୍ରେଣୀ ମାନ୍ୟତା ହାସଲ କରି ସଜ୍ଜନ ପ୍ରକାଶ ଓ ଶ୍ରୀହରି ନଟରାଜ ଅଲିମ୍ପିକ୍ସ ନିମନ୍ତେ ଭାରତରୁ ପ୍ରଥମ ସନ୍ତରଣକାରୀ ଭାବେ ଯୋଗ୍ୟତା ହାସଲ କରିଛନ୍ତି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi Takes A 'Jhooth Ki Goonj' Swipe At Rahul Gandhi On GDP Numbers: 'Those Mired In Despair...'

Media Coverage

PM Modi Takes A 'Jhooth Ki Goonj' Swipe At Rahul Gandhi On GDP Numbers: 'Those Mired In Despair...'
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting the virtues of instilling fearlessness and saving lives
September 02, 2026

Prime Minister Shri Narendra Modi shared a Sanskrit Subhashitam today, highlighting the virtues of instilling fearlessness and saving lives.

The Prime Minister wrote on X;

"अभयस्यैव यो दाता तस्यैव सुमहत्फलम् ।

न हि प्राणसमं दानं त्रिषु लोकेषु विद्यते ॥"

Whoever takes away people's fear receives great blessings, and in all three worlds, there is no greater gift than saving a life.