ଭାରତ ପ୍ରଥମ ଥର ପାଇଁ ଚେସ ଅଲିମ୍ପିଆଡ ଆୟୋଜନ କରିବ
ଅଲିମ୍ପିକ ଶୈଳୀରେ ମଶାଲ ଦୌଡ ପ୍ରଥମ ଥର ପାଇଁ ଚେସ ଅଲମ୍ପିଆଡରେ ଆରମ୍ଭ ହେବ
ଭବିଷ୍ୟତରେ ଚେସ ଅଲିମ୍ପିଆଡର ମଶାଲ ଦୌଡ ଭାରତରୁ ହିଁ ଆରମ୍ଭ ହେବ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ ୧୯, ସନ୍ଧ୍ୟା ୫ଟା ବେଳେ ଇନ୍ଦିରା ଗାନ୍ଧି ଷ୍ଟାଡିୟମ, ନୂଆଦିଲ୍ଲୀ ଠାରେ ୪୪ତମ ଚେସ ଅଲିମ୍ପିଆଡ ପାଇଁ ଐତିହାସିକ ମଶାଲ ଦୌଡ ଶୁଭାରମ୍ଭ କରିବେ । ଏହି ଅବସରରେ ଆୟୋଜିତ ସଭାରେ ସେ ଉଦବୋଧନ ଦେବେ ।

ଆନ୍ତର୍ଜାତିକ ଚେସ ସଙ୍ଘ, ଫିଡେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଅଲିମ୍ପିକ ପରମ୍ପରାର ଅଂଶ ଭାବେ ଚେସ ଅଲିମ୍ପିଆଡ ମଶାଲ ଦୌଡ ଆରମ୍ଭ କରିଛନ୍ତି । ପ୍ରଥମ ଦେଶ ଭାବରେ ଭାରତ ଚେସ ଅଲିମ୍ପିଆଡ ମଶାଲ ଦୌଡ ଆୟୋଜନ କରୁଛି । ଉଲ୍ଲେଖଯୋଗ୍ୟ, ଭାରତର ଚେସ ପରମ୍ପରାକୁ ଆଗେଇ ନେବା ପାଇଁ ଚେସ ଅଲିମ୍ପିଆଡ ମଶାଲ ଦୌଡ ସଦାବେଳେ ଭାରତରୁ ହିଁ ଆରମ୍ଭ ହେବ ଓ ବିଭିନ୍ନ ମହାଦେଶ ଭ୍ରମଣ କରି ଆୟୋଜକ ଦେଶରେ ପହଞ୍ଚିବ । 

ଫିଡେ ସଭାପତି ଆରକଡି ଦ୍ରୋକୋଭିଚ ପ୍ରଧାନମନ୍ତ୍ରୀଙ୍କୁ ମଶାଲ ହସ୍ତାନ୍ତର କଲାପରେ ସେ ଏହି ମଶାଲ ଗ୍ରାଣ୍ଡମାଷ୍ଟର ବିଶ୍ୱନାଥନ ଆନନ୍ଦଙ୍କୁ ହସ୍ତାନ୍ତର କରିବେ । ଚେନ୍ନାଇ ନିକଟସ୍ଥ ମହାବଳୀପୁରମ ଠାରେ ଏହି ଦୌଡର ଶେଷ ପର୍ଯ୍ୟାୟରେ ପହଞ୍ଚିବା ପୂର୍ବରୁ ଏହି ମଶାଲ ୪୦ ଦିନରେ ୭୫ ସହର ଅତିକ୍ରମ କରିବ । ପ୍ରତ୍ୟେକ ସ୍ଥାନରେ ସେହି ରାଜ୍ୟର ଚେସ ଗ୍ରାଣ୍ଡମାଷ୍ଟର ମଶାଲକୁ ସ୍ୱାଗତ କରିବେ । 

୪୪ତମ ଚେସ ଅଲିମ୍ପିଆଡ ଜୁଲାଇ ୨୮ରୁ ଅଗଷ୍ଟ ୧୦, ୨୦୨୨ ପର୍ଯ୍ୟନ୍ତ ଚେନ୍ନାଇ ଠାରେ ଆୟୋଜିତ ହେବ । ୧୯୨୭ରୁ ଆୟୋଜିତ ହେଉଥିବା ଏହି ସମ୍ମାନଜନକ ପ୍ରତିଯୋଗିତା ପ୍ରଥମ ଥର ପାଇଁ ଭାରତରେ ଓ ୩୦ ବର୍ଷ ପରେ ଏସିଆରେ ଆୟୋଜିତ ହେଉଛି । ୧୮୯ ଦେଶର ଭାଗିଦାରୀ ସହ ଏହା ସବୁଠାରୁ ବଡ ଚେସ ଅଲିମ୍ପିଆଡ ହେବାକୁ ଯାଉଛି ।  

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'We'll provide AI skill training to 1 crore youth': PM Modi's big announcement on Independence Day 2026

Media Coverage

'We'll provide AI skill training to 1 crore youth': PM Modi's big announcement on Independence Day 2026
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 15, 2026
August 15, 2026

Azadi Ka Amrit Mahotsav Continues: PM Modi’s Independence Day Vision Unites Growth, Youth Power & National Pride