ପ୍ରଧାନମନ୍ତ୍ରୀ ୧୯,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ୫୫୩ ଟି ରେଳ ଷ୍ଟେସନର ପୁନଃନିର୍ମାଣ ପାଇଁ ଶିଳାନ୍ୟାସ କରିବେ
ପୁନଃବିକଶିତ ଗୋମତି ନଗର ରେଳ ଷ୍ଟେସନର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ପ୍ରାୟ ୨୧,୫୨୦ କୋଟି ଟଙ୍କା ବ୍ୟୟରେ ସମଗ୍ର ଦେଶରେ ୧୫୦୦ ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୨୬ ତାରିଖ ଅପରାହ୍ନ ସାଢେ ୧୨ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ୪୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରାୟ ୨୦୦୦ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।

ରେଳ ଷ୍ଟେସନରେ ବିଶ୍ୱସ୍ତରୀୟ ସୁବିଧା ଉପଲବ୍ଧ କରାଇବା ଉପରେ ପ୍ରଧାନମନ୍ତ୍ରୀ ବାରମ୍ବାର ଗୁରୁତ୍ୱାରୋପ କରିଛନ୍ତି । ଏହି ପ୍ରୟାସର ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ୫୫୩ ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିବେ । ୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଏହି ଷ୍ଟେସନଗୁଡ଼ିକୁ ୧୯,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ପୁନଃବିକଶିତ କରାଯିବ। ଏହି ଷ୍ଟେସନଗୁଡ଼ିକ ସହରର ଉଭୟ ପାର୍ଶ୍ୱକୁ ମିଶାଇ 'ସିଟି ସେଣ୍ଟର' ଭାବେ କାର୍ଯ୍ୟ କରିବ। ଏଥିରେ ରୁଫ୍ ପ୍ଲାଜା, ସୁନ୍ଦର ଲ୍ୟାଣ୍ଡସ୍କେପିଂ, ଇଣ୍ଟର ମୋଡାଲ କନେକ୍ଟିଭିଟି, ଉନ୍ନତ ଆଧୁନିକ ପ୍ଲାଟଫର୍ମ, କିଡ୍ସ ପ୍ଲେ ଏରିଆ, କିଓସ୍କ, ଫୁଡ୍ କୋର୍ଟ ଆଦି ଅତ୍ୟାଧୁନିକ ଯାତ୍ରୀ ସୁବିଧା ଉପଲବ୍ଧ ହେବ। ଏହାକୁ ପରିବେଶ ଅନୁକୂଳ ଏବଂ ଦିବ୍ୟାଙ୍ଗ ଅନୁକୂଳ ଭାବେ ପୁନଃବିକଶିତ କରାଯିବ। ସ୍ଥାନୀୟ ସଂସ୍କୃତି, ଐତିହ୍ୟ ଓ ସ୍ଥାପତ୍ୟ ରୁ ପ୍ରେରିତ ହୋଇ ଏହି ଷ୍ଟେସନ ଗୁଡ଼ିକର ଡିଜାଇନ୍ ପ୍ରସ୍ତୁତ କରାଯିବ।

ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଗୋମତୀ ନଗର ଷ୍ଟେସନକୁ ଉଦଘାଟନ କରିବେ ଯାହାକୁ ପ୍ରାୟ ୩୮୫ କୋଟି ଟଙ୍କା ବ୍ୟୟରେ ପୁନଃବିକଶିତ କରାଯାଇଛି । ଭବିଷ୍ୟତରେ ବଢ଼ୁଥିବା ଯାତ୍ରୀ ସଂଖ୍ୟାକୁ ଦୃଷ୍ଟିରେ ରଖି ଏହି ଷ୍ଟେସନରେ ଆଗମନ ଓ ପ୍ରସ୍ଥାନ ସୁବିଧାକୁ ଅଲଗା କରାଯାଇଛି। ଏହା ସହରର ଉଭୟ ପାର୍ଶ୍ୱକୁ ଏକାଠି କରିଥାଏ । ଏହି ସେଣ୍ଟ୍ରାଲ ଏୟାର କଣ୍ଡିସନ ଷ୍ଟେସନରେ ଏୟାର କନକୋର୍ସ, ଭିଡ଼ ମୁକ୍ତ ପରିବହନ, ଫୁଡ୍ କୋର୍ଟ ଏବଂ ଉପର ଓ ତଳ ବେସମେଣ୍ଟରେ ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ ଭଳି ଅତ୍ୟାଧୁନିକ ଯାତ୍ରୀ ସୁବିଧା ରହିଛି।

ପ୍ରଧାନମନ୍ତ୍ରୀ ୧୫୦୦ ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ୨୪ ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ବ୍ୟାପିଥିବା ଏହି ସଡ଼କ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ପ୍ରକଳ୍ପଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ୨୧,୫୨୦ କୋଟି ଟଙ୍କା। ଏହି ପ୍ରକଳ୍ପଗୁଡ଼ିକ ଭିଡ଼ ହ୍ରାସ କରିବ, ନିରାପତ୍ତା ଏବଂ ଯୋଗାଯୋଗ ବୃଦ୍ଧି କରିବ, ରେଳ ଯାତ୍ରାର କ୍ଷମତା ଏବଂ ଦକ୍ଷତାରେ ମଧ୍ୟ ଉନ୍ନତି ଆଣିବ । 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
In Photos: PM Narendra Modi Prays At Kashi Vishwanath, Holds Trishul-Damru

Media Coverage

In Photos: PM Narendra Modi Prays At Kashi Vishwanath, Holds Trishul-Damru
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam highlighting how enthusiasm and positive energy lead to success
April 30, 2026

Prime Minister Shri Narendra Modi today shared a Sanskrit Subhashitam highlighting that enthusiasm and positive energy inspire a person to remain consistently active in their actions.

The Prime Minister noted that this unwavering enthusiasm leads all those efforts to success which a person resolves to accomplish.

The Prime Minister posted on X:

"कर्मशील और ऊर्जावान देशवासी ही राष्ट्र की सबसे बड़ी शक्ति हैं, जिनके परिश्रम से विकास की नई राहें तय होती हैं। इनके प्रयासों से देश समृद्धि, आत्मनिर्भरता और उन्नति के शिखर को छूता है।

अनिर्वेदो हि सततं सर्वार्थेषु प्रवर्तकः।

करोति सफलं जन्तोः कर्म यच्च करोति सः॥"
Enthusiasm and positive energy inspire a person to remain consistently active in their actions. This unwavering enthusiasm leads all those efforts to success which a person resolves to accomplish.