ଆନ୍ତଃବିଷୟକ, ଆନ୍ତଃକ୍ଷେତ୍ରୀୟ ଏବଂ ବହୁ-କ୍ଷେତ୍ରାଧିକାର ବିଶିଷ୍ଟ ଏକ ଢାଞ୍ଚା ପ୍ରସ୍ତୁତ କରିବା ଜରିଆରେ ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବ ଏହି ନୀତି
ସାମଗ୍ରିକ ଯୋଜନା ପ୍ରସ୍ତୁତି ଓ କାର୍ଯ୍ୟକାରିତା ପାଇଁ ସବୁ ଅଂଶୀଦାରମାନଙ୍କୁ ଏକତ୍ରିତ କରି ଦକ୍ଷତା ଓ ସମନ୍ବୟ ହାସଲ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ ସଂକଳ୍ପକୁ ସାକାର କରିବ
ବ୍ୟବସାୟିକ ସୁଗମତା ଓ ସହଜ ଜୀବନଧାରଣକୁ ପ୍ରୋତ୍ସାହିତ କରିବ ଏହି ନୀତି
ପିଏମ ଗତିଶକ୍ତି ପାଇଁ ସହାୟକ ହେବ ଜାତୀୟ ଲଜିଷ୍ଟିକ୍ସ ନୀତି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ସେପ୍ଟେମ୍ବର, ୨୦୨୨ ଅପରାହ୍ଣ ୫:୩୦ ମିନିଟ ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଜାତୀୟ ଲଜିଷ୍ଟିକ୍ସ ନୀତି (ଏନଏଲପି)ର ଶୁଭାରମ୍ଭ କରିବେ ।

ଅନ୍ୟ ବିକଶିତ ଅର୍ଥବ୍ୟବସ୍ଥା ତୁଳନାରେ ଭାରତରେ ଲଜିଷ୍ଟିକ୍ସ ଖର୍ଚ୍ଚ ଅଧିକ ହୋଇଥିବା କାରଣରୁ ଦେଶରେ ଏକ ଜାତୀୟ ଲଜିଷ୍ଟିକ୍ସ ନୀତି ଆଣିବାର ଆବଶ୍ୟକତା ରହିଛି । ଭାରତରେ ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବା ସହିତ ଉଭୟ ଘରୋଇ ଏବଂ ରପ୍ତାନି ବଜାରରେ ଭାରତୀୟ ଉତ୍ପାଦର ପ୍ରତିଦ୍ବନ୍ଦ୍ବିତାରେ ସୁଧାର ଆଣିବା ଲାଗି ଏଭଳି ଏକ ନୀତି ଅତ୍ୟନ୍ତ ଆବଶ୍ୟକ ହୋଇପଡ଼ିଛି । ଅର୍ଥବ୍ୟବସ୍ଥାର ବିଭିନ୍ନ କ୍ଷେତ୍ରରେ ଲଜିଷ୍ଟିକ୍ସ ଖର୍ଚ୍ଚରେ ସୁଧାର ଆସିବା ଫଳରେ ମୂଲ୍ୟ ସମ୍ବର୍ଦ୍ଧନ ଏବଂ ଉଦ୍ୟମିତାକୁ ପ୍ରୋତ୍ସାହନ ମିଳିବ ।

୨୦୧୪ ପରଠାରୁ, ସରକାର ବ୍ୟବସାୟିକ ସୁଗମତା ଏବଂ ସହଜ ଜୀବନ ଧାରଣରେ ସୁଧାର ଆଣିବା ଉପରେ ବିଶେଷ ଗୁରୁତ୍ବାରୋପ କରି ଆସୁଛନ୍ତି । ଆନ୍ତଃବିଷୟକ, ଆନ୍ତଃକ୍ଷେତ୍ରୀୟ ଏବଂ ବହୁ-କ୍ଷେତ୍ରାଧିକାର ବିଶିଷ୍ଟ ଏକ ଢାଞ୍ଚା ପ୍ରସ୍ତୁତ କରିବା ଜରିଆରେ ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବାରେ ଜାତୀୟ ଲଜିଷ୍ଟିକ୍ସ ନୀତି ସହାୟକ ହୋଇପାରିବ । ଲଜିଷ୍ଟିକ୍ସ କ୍ଷେତ୍ରରେ ରହିଥିବା ଅକ୍ଷମତା ଦୂର କରିବା ସହିତ ସମ୍ପୂର୍ଣ୍ଣ ଲଜିଷ୍ଟିକ୍ସ ଇକୋସିଷ୍ଟମରେ ପରିବର୍ତ୍ତନ ଆଣିବା ଦିଗରେ ଏନଏଲପି ସହାୟକ ହୋଇପାରିବ ବୋଲି ଆଶା କରାଯାଉଛି । ଭାରତୀୟ ଉତ୍ପାଦର ପ୍ରତିଦ୍ବନ୍ଦ୍ବିତାରେ ସୁଧାର ଆଣିବା, ଆର୍ଥିକ ଅଭିବୃଦ୍ଧି ଏବଂ ନିଯୁକ୍ତି ସୁଯୋଗ ବଢ଼ାଇବା ଦିଗରେ ଏହି ନୀତି ଏକ ପ୍ରମୁଖ ପଦକ୍ଷେପ ।

ଦେଶରେ ବିଶ୍ବସ୍ତରୀୟ ଆଧୁନିକ ଭିତ୍ତିଭୂମି ବିକଶିତ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଲକ୍ଷ୍ୟ ରଖିଛନ୍ତି । ସାମଗ୍ରିକ ଯୋଜନା ପ୍ରସ୍ତୁତି ଏବଂ କାର୍ଯ୍ୟକାରିତାରେ ସବୁ ଅଂଶୀଦାରମାନଙ୍କୁ ଏକତ୍ରିତ କରିବା ଏହି ଜାତୀୟ ଲଜିଷ୍ଟିକ୍ସ ନୀତିର ଉଦ୍ଦେଶ୍ୟ, ଯାହାଫଳରେ ପ୍ରକଳ୍ପ କାର୍ଯ୍ୟକାରିତା କ୍ଷେତ୍ରରେ ଦକ୍ଷତା ଓ ସମନ୍ବୟ ଆସିପାରିବ । ଗତ ବର୍ଷ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଦ୍ବାରା ପିଏମ ଗତିଶକ୍ତି – ବହୁମୁଖି ଯୋଗାଯୋଗ ପାଇଁ ଜାତୀୟ ମାଷ୍ଟର ପ୍ଲାନ୍‌- ଯୋଜନାର ଶୁଭାରମ୍ଭ କରାଯାଇଥିଲା, ଯାହାକି ଏ ଦିଗରେ ଏକ ପ୍ରାରମ୍ଭିକ ପ୍ରୟାସ ଥିଲା । ଏବେ ଜାତୀୟ ଲଜିଷ୍ଟିକ୍ସ ପଲିସିର ଶୁଭାରମ୍ଭ ହେବା ସହିତ ପିଏମ ଗତିଶକ୍ତିକୁ ଅଧିକ ପ୍ରୋତ୍ସାହନ ମିଳିବା ସହିତ ଏହି ନୀତି ଏକ ସହାୟକ ବ୍ୟବସ୍ଥା ଭାବେ କାର୍ଯ୍ୟ କରିବ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
In Photos: PM Narendra Modi Prays At Kashi Vishwanath, Holds Trishul-Damru

Media Coverage

In Photos: PM Narendra Modi Prays At Kashi Vishwanath, Holds Trishul-Damru
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 30, 2026
April 30, 2026

Investment Magnet India: PLI Triumphs, FTA Deals & Defence Milestones — How PM Modi’s Vision is Reshaping the Nation