ପ୍ରଧାନମନ୍ତ୍ରୀ ଓମ୍‌କାରେଶ୍ୱର ଭାସମାନ ସୌର ପ୍ରକଳ୍ପର ଉଦ୍‌ଘାଟନ କରିବେ
ପ୍ରଧାନମନ୍ତ୍ରୀ ୧୧୫୩ ଅଟଳ ଗ୍ରାମ ସୁଶାସନ ଭବନର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ଡିସେମ୍ବରରେ ମଧ୍ୟପ୍ରଦେଶ ଗସ୍ତ କରିବେ । ମଧ୍ୟାହ୍ନ ପ୍ରାୟ ୧୨:୩୦ ସମୟରେ ସେ ଖଜୁରାହୋରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

ପ୍ରଧାନମନ୍ତ୍ରୀ କେନ୍ – ବେତୱା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ଜାତୀୟ ପରିପ୍ରେକ୍ଷିତ ଯୋଜନା ଅଧିନରେ ଦେଶର ପ୍ରଥମ ନଦୀ ସଂଯୋଗୀକରଣ ପ୍ରକଳ୍ପ ଅଟେ । ଏହି ପ୍ରକଳ୍ପ ମଧ୍ୟପ୍ରଦେଶ ଏବଂ ଉତ୍ତର ପ୍ରଦେଶର ବିଭିନ୍ନ ଜିଲ୍ଲାକୁ ଜଳସେଚନ ସୁବିଧା ଯୋଗାଇବ, ଯାହାଦ୍ୱାରା ଲକ୍ଷ ଲକ୍ଷ କୃଷକ ପରିବାର ଉପକୃତ ହେବେ । ଏହି ପ୍ରକଳ୍ପ ଦ୍ୱାରା ଉକ୍ତ ଅଞ୍ଚଳର ଲୋକମାନଙ୍କୁ ପାନୀୟ ଜଳ ସୁବିଧା ମଧ୍ୟ ଯୋଗାଇ ଦିଆଯିବ । ଏଥିସହିତ ଏହା ଜଳବିଦ୍ୟୁତ ପ୍ରକଳ୍ପ ସବୁଜ ଶକ୍ତିରେ ୧୦୦ ମେଗାୱାଟରୁ ଅଧିକ ଯୋଗଦାନ ଦେବ । ଏହି ପ୍ରକଳ୍ପ ଗ୍ରାମୀଣ ଅର୍ଥନୀତିକୁ ମଜବୁତ କରିବା ସହିତ ଅନେକ ନିଯୁକ୍ତ ସୁଯୋଗ ସୃଷ୍ଟି କରିବ ।

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକ ଡାକ ଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିବେ । ସେ ୧୧୫୩ ଅଟଳ ଗ୍ରାମ ସୁଶାସନ ଭବନର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ । ଏହି କୋଠାଗୁଡିକ ସ୍ଥାନୀୟ ସ୍ତରରେ ସୁଶାସନ ପାଇଁ ଗ୍ରାମ ପଞ୍ଚାୟତଗୁଡିକର କାର୍ଯ୍ୟ ଓ ବ୍ୟବହାରିକ ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ଶକ୍ତି ପର୍ଯ୍ୟାପ୍ତତା ଏବଂ ସବୁଜ ଶକ୍ତିକୁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ଖଣ୍ଡୱା ଜିଲ୍ଲାର ଓମ୍‌କାରେଶ୍ୱରରେ ସ୍ଥାପିତ ଓମ୍‌କାରେଶ୍ୱର ଭାସମାନ ସୌର ପ୍ରକଳ୍ପର ଉଦ୍‌ଘାଟନ କରିବେ । ଏହି ପ୍ରକଳ୍ପ ଦ୍ୱାରା ଅଙ୍ଗାରକାମ୍ଳ ନିର୍ଗମନ ହ୍ରାସ ପାଇବ ଏବଂ ୨୦୭୦ ସୁଦ୍ଧା ଶୂନ କାର୍ବନ ନିର୍ଗମନର ସରକାରଙ୍କ ମିଶନରେ ଯୋଗଦାନ ଦେବ । ଏହା ଜଳ ବାଷ୍ପୀକରଣ ହ୍ରାସ କରି ଜଳ ସଂରକ୍ଷଣରେ ମଧ୍ୟ ସହାୟକ ହେବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India-UK FTA comes into effect today, unlocking duty-free access for Indian exports

Media Coverage

India-UK FTA comes into effect today, unlocking duty-free access for Indian exports
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 14, 2026
July 14, 2026

From Local Fields to Global Recognition: PM Modi’s ‘Vocal for Local’ is Now Delivering Real Global Respect