ପୁରୀ ଏବଂ ହାୱଡା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଓଡିଶାରେ ରେଳ ନେଟୱର୍କର ୧୦୦% ବିଦ୍ୟୁତିକରଣକୁ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ
ପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମେ ୧୮ ତାରିଖରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ ।

ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ପୁରୀ ଏବଂ ହାୱଡା ବନ୍ଦେ ଭାରତ ଏକ୍ସପ୍ରେସକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହି ଟ୍ରେନ୍ ଓଡିଶାର ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲା ଏବଂ ପଶ୍ଚିମବଙ୍ଗର ପଶ୍ଚିମ ମେଦିନୀପୁର, ପୂର୍ବ ମେଦିନୀପୁର ଜିଲ୍ଲା ଦେଇ ଯିବ । ଏହି ଟ୍ରେନ୍ ରେଳଯାତ୍ରୀଙ୍କୁ ଦ୍ରୁତ, ଆରାମଦାୟକ ଏବଂ ସୁବିଧାଜନକ ଭ୍ରମଣ ଅଭିଜ୍ଞତା ପ୍ରଦାନ କରିବ, ପର୍ଯ୍ୟଟନକୁ ବୃଦ୍ଧି କରିବ ଏବଂ ଏହି ଅଞ୍ଚଳର ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବ ।

ପ୍ରଧାନମନ୍ତ୍ରୀ ପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପୁନଃବିକାଶ ହେଉଥିବା ଷ୍ଟେସନଗୁଡିକରେ ରେଳ ଯାତ୍ରୀମାନଙ୍କୁ ବିଶ୍ୱ ସ୍ତରର ଅଭିଜ୍ଞତା ପ୍ରଦାନ କରୁଥିବା ସମସ୍ତ ଆଧୁନିକ ସୁବିଧା ରହିବ ।

ଓଡ଼ିଶାରେ ରେଳ ନେଟୱାର୍କର ୧୦୦% ବିଦ୍ୟୁତିକରଣକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ । ଏହା ଅପରେଟିଂ ଏବଂ ରକ୍ଷଣାବେକ୍ଷଣ ମୂଲ୍ୟ ହ୍ରାସ କରିବ ଏବଂ ଆମଦାନୀ ହେଉଥିବା ଅଶୋଧିତ ତୈଳ ଉପରେ ର୍ନିଭରଶୀଳତା ହ୍ରାସ କରିବ ।

ପ୍ରଧାନମନ୍ତ୍ରୀ ସମ୍ବଲପୁର-ଟିଟିଲାଗଡ ରେଳ ଲାଇନର ଦୋହରୀକରଣ, ଅନୁଗୁଳ-ସୁକିନ୍ଦା ମଧ୍ୟରେ ଏକ ନୂତନ ବ୍ରଡ ଗଜ ରେଳ ଲାଇନ, ମନୋହରପୁର-ରାଉରକେଲା-ଝାରସୁଗୁଡା-ଜାମଗା ମଧ୍ୟରେ ତୃତୀୟ ଲାଇନ୍‍ ଏବଂ ବିଛୁପାଲି -ଝାରତରଭା ମଧ୍ୟରେ ନୂତନ ବ୍ରଡ-ଗଜ୍ ଲାଇନର ଲୋକାର୍ପଣ କରିବେ । ଓଡିଶାର ଇସ୍ପାତ‍ ଏବଂ ଖଣି କ୍ଷେତ୍ରରେ ଦ୍ରୁତ ଶିଳ୍ପ ବିକାଶ ହେତୁ ଏଗୁଡିକ ବର୍ଦ୍ଧିତ ପରିବହନ ଚାହିଦା ପୂରଣ କରିବ ଏବଂ ଏହି ରେଳ ସେକ୍ସନରେ ଯାତ୍ରୀ ପରିବହନ ଉପରେ ଚାପକୁ ମଧ୍ୟ ହ୍ରାସ କରିବାରେ ସାହାଯ୍ୟ କରିବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
From 17,000 Violent Incidents To Bastar Olympics: How PM Modi Got The Maoists To Turn In

Media Coverage

From 17,000 Violent Incidents To Bastar Olympics: How PM Modi Got The Maoists To Turn In
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 23, 2026
June 23, 2026

Holistic Development under the Modi Government: Delivering Positive Transformation Across Every Sector