ଏହି ଅବସରରେ ଶ୍ରୀ ଅରବିନ୍ଦଙ୍କ ସମ୍ମାନାର୍ଥେ ସ୍ମାରକୀ ମୁଦ୍ରା ଏବଂ ଡାକ ଟିକଟ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ଡିସେମ୍ବର ୨୦୨୨ ଅପରାହ୍ନ ୫ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶ୍ରୀ ଅରବିନ୍ଦଙ୍କ ୧୫୦ ତମ ଜନ୍ମ ବାର୍ଷିକୀର ସ୍ମରଣୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ପୁଡୁଚେରୀର କାମ୍ବନ କାଲାଇ ସଙ୍ଗମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ଅରବିନ୍ଦଙ୍କ ସମ୍ମାନାର୍ଥେ ଏକ ସ୍ମାରକୀ ମୁଦ୍ରା ଏବଂ ଡାକ ଟିକଟ ଉନ୍ମୋଚନ କରିବେ । ଏହି ଅବସରରେ ସେ ସମାବେଶକୁ ସମ୍ବୋଧିତ କରିବେ, ଯେଉଁଥିରେ ସାରା ଦେଶରୁ ଶ୍ରୀ ଅରବିନ୍ଦଙ୍କ ଅନୁଗାମୀମାନେ ଯୋଗଦେବେ ।

୧୫ ଅଗଷ୍ଟ ୧୮୭୨ ରେ ଜନ୍ମ ହୋଇଥିବା ଶ୍ରୀ ଅରବିନ୍ଦ ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତି ଯିଏକି ଭାରତର ସ୍ୱାଧୀନତା ସଂଗ୍ରାମରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ଆଜାଦୀ କା ଅମୃତ ମହୋତ୍ସବ - ସ୍ୱାଧୀନତାର ୭୫ବର୍ଷ ଅବସରରେ ଭାରତର ଜନସାଧାରଣ, ସଂସ୍କୃତି ଏବଂ ସଫଳତାର ଗୌରବମୟ ଇତିହାସକୁ ପାଳନ କରିବା ପାଇଁ ଏକ ପ୍ରୟାସ - ଶ୍ରୀ ଅରବିନ୍ଦଙ୍କ ୧୫୦ ତମ ଜନ୍ମ ବାର୍ଷିକୀକୁ ସମଗ୍ର ଦେଶରେ ବର୍ଷବ୍ୟାପି ବିଭିନ୍ନ କାର୍ଯ୍ୟକଳାପ ଏବଂ କାର୍ଯ୍ୟକ୍ରମ ଆୟୋଜନ ଦ୍ୱାରା ପାଳନ କରାଯାଉଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Standing for medical science, together with AIIMS

Media Coverage

Standing for medical science, together with AIIMS
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 8, 2026
April 08, 2026

Bold Vision, Tangible Wins: PM Modi’s India Leads in AI, EVs, Nuclear & Inclusive Entrepreneurship