ସଂସଦର କେନ୍ଦ୍ରୀୟ ହଲ ଠାରେ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ
ବିଜ୍ଞାନ ଭବନ ଠାରେ ସର୍ବୋଚ୍ଚ ନ୍ୟାୟାଳୟ ପକ୍ଷରୁ ଆୟୋଜିତ ସମ୍ବିଧାନ ଦିବସ ସମାରୋହକୁ ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନଭେମ୍ବର ୨୬ ତାରିଖରେ ଦେଶ ସମ୍ବିଧାନ ଦିବସ ପାଳନ କରିବ । ୧୯୪୯ ମସିହା ଏହି ତାରିଖରେ ସମ୍ବିଧାନ ସଭା ଭାରତୀୟ ସମ୍ବିଧାନକୁ ଗ୍ରହଣ କରିଥିଲା। ଏହି ଐତିହାସିକ ଦିବସର ସ୍ମୃତିଚାରଣ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପରିକଳ୍ପନା ଆଧାରରେ ୨୦୧୫ ଠାରୁ ଦେଶରେ ସମ୍ବିଧାନ ଦିବସ ପାଳନ କରାଯାଉଛି। ଏପରି ପରିକଳ୍ପନା ପଛରେ ଅତୀତର ଆଉ ଏକ କାରଣ ମଧ୍ୟ ରହିଛି। ୨୦୧୦ରେ ତତ୍କାଳୀନ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ “ସମ୍ବିଧାନ ଗୌରବ ଯାତ୍ରା” ଆୟୋଜନ କରିଥିଲେ।

ଚଳିତ ବର୍ଷ ସମ୍ବିଧାନ ଦିବସ ପାଳନ କରାଯିବାର ଏକ ଅଂଶବିଶେଷ ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୬, ୨୦୨୧ରେ ସଂସଦ ଭବନ ଏବଂ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।

ସଂସଦ ଭବନରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ ଏବଂ ଏହା ସଂସଦର କେନ୍ଦ୍ରୀୟ ସଭାଗୃହରେ ଅନୁଷ୍ଠିତ ହେବ। ମାନନୀୟ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଲୋକସଭା ବାଚସ୍ପତି ଏଥିରେ ଉଦବୋଧନ ଦେବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ, ସାରା ଦେଶ ତାଙ୍କ ସହିତ ସମ୍ବିଧାନର ମୁଖବନ୍ଧ ପାଠ କରିବ। ମାନନୀୟ ରାଷ୍ଟ୍ରପତି ସମ୍ବିଧାନ ସଭା ଅଭିଭାଷଣଗୁଡ଼ିକର ଡିଜିଟାଲ ସଂସ୍କରଣ, ଭାରତୀୟ ସମ୍ବିଧାନର ହସ୍ତଲିଖିତ ଡିଜିଟାଲ ସଂସ୍କରଣ ଏବଂ ବର୍ତ୍ତମାନ ସୁଦ୍ଧା ହୋଇଥିବା ସମସ୍ତ ସଂଶୋଧନ ସହିତ ସମ୍ବିଧାନର ଆଧୁନିକତମ ସଂସ୍କରଣକୁ ଉନ୍ମୋଚନ କରିବେ। ସେ ‘ସାମ୍ବିଧାନିକ ଗଣତନ୍ତ୍ର ଉପରେ ଅନଲାଇନ ପ୍ରଶ୍ନୋତ୍ତର’ ପ୍ରତିଯୋଗିତାର ମଧ୍ୟ ଉଦଘାଟନ କରିବେ।

ନୂଆଦିଲ୍ଲୀର ବିଜ୍ଞାନ ଭବନସ୍ଥିତ ପ୍ଲେନାରୀ ହଲ୍ ଠାରେ ଅପରାହ୍ନ 5ଟା 30 ମିନିଟ୍ ସମୟରେ ସର୍ବୋଚ୍ଚ ନ୍ୟାୟାଳୟ ପକ୍ଷରୁ ସମ୍ବିଧାନ ଦିବସ ଆୟୋଜନ କରାଯିବ। ସର୍ବୋଚ୍ଚ ନ୍ୟାୟାଳୟର ସମସ୍ତ ବିଚାରପତି, ସମସ୍ତ ହାଇକୋର୍ଟର ମୁଖ୍ୟ ବିଚାରପତି ଏବଂ ବରିଷ୍ଠ ବିଚାରପତି, ସୋଲିସିଟର ଜେନେରାଲ ଏବଂ ଆଇନ କ୍ଷେତ୍ରର ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ପ୍ରଧାନମନ୍ତ୍ରୀ ବିଶିଷ୍ଟ ବ୍ୟକ୍ତିବିଶେଷମାନଙ୍କ ସମାରୋହକୁ ମଧ୍ୟ ସମ୍ବୋଧିତ କରିବେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Ramaphosa lauds India's BRICS leadership for New Delhi Declaration

Media Coverage

Ramaphosa lauds India's BRICS leadership for New Delhi Declaration
NM on the go

Nm on the go

Always be the first to hear from the PM. Get the App Now!
...
Prime Minister congratulates Indian Women’s Cricket Team on winning Asia Cup
September 14, 2026

The Prime Minister, Shri Narendra Modi, has congratulated the Indian Women’s Cricket Team on winning the Asia Cup.

The Prime Minister said that the team’s confidence, consistency and remarkable spirit were on full display throughout the tournament.

Shri Modi expressed hope that this triumph would inspire millions of youngsters across the country to play more and shine.

In a post on X, Shri Modi said;

“A proud moment for Indian cricket!

Congratulations to the Women’s team on winning the Asia Cup. Their confidence, consistency and remarkable spirit were on full display throughout the tournament.

May this triumph inspire millions of youngsters across the country to play more and shine.”