ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 7, 2021ରେ ଆସାମ ଏବଂ ପଶ୍ଚିମବଙ୍ଗ ରାଜ୍ୟ ଗସ୍ତ କରିବେ। ପୂର୍ବାହ୍ନ ପ୍ରାୟ 11ଟା 45 ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ ଆସାମର ସୋନିତପୁର ଜିଲ୍ଲାର ଢ଼େକିଆଜୁଲି ଠାରେ ଦୁଇଟି ଡାକ୍ତରଖାନା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ରାଜ୍ୟ ରାଜପଥ ଏବଂ ବୃହତ ଜିଲ୍ଲା ସଡ଼କ କାର୍ଯ୍ୟକ୍ରମ ପାଇଁ ‘ଆସୋମ ମାଲା’ କାର୍ଯ୍ୟକ୍ରମ ଆରମ୍ଭ କରିବେ। ଏହାପରେ, ଅପରାହ୍ଣ ପାଖାପାଖି 4.50 ମିନିଟ୍ ସମୟରେ ସେ ପଶ୍ଚିମବଙ୍ଗର ହଳଦିଆ ଠାରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହିତ କେତେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

 

ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଭାରତ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ ଦ୍ବାରା ନିର୍ମାଣ କରାଯାଇଥିବା ଏଲପିଜି ରପ୍ତାନି ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହା 1100 କୋଟି ଟଙ୍କାର ନିବେଶ ସହିତ ନିର୍ମାଣ କରାଯାଇଛି ଏବଂ ଏହାର ବାର୍ଷିକ କ୍ଷମତା ହେଉଛି ଏକ ମିଲିୟନ ମେଟ୍ରିକ୍ ଟନ୍। ଏହା ପଶ୍ଚିମବଙ୍ଗ ତଥା ପୂର୍ବ ଓ ଉତ୍ତର–ପୂର୍ବ ଭାରତରେ ଥିବା ଅନ୍ୟ ରାଜ୍ୟରେ ବୃଦ୍ଧି ପାଉଥିବା ଏଲପିଜି ଚାହିଦା ମେଣ୍ଟାଇବାରେ ସହାୟକ ହୋଇପାରିବ। ଏହା ମଧ୍ୟ ପ୍ରତ୍ୟେକ ପରିବାରକୁ ସ୍ବଚ୍ଛ ରନ୍ଧନ ଗ୍ୟାସ ଯୋଗାଇ ଦେବା ଲାଗି ପ୍ରଧାନମନ୍ତ୍ରୀଙ୍କ ସଂକଳ୍ପକୁ ବାସ୍ତବ ରୂପ ଦେବା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ । ପ୍ରଧାନମନ୍ତ୍ରୀ ଊର୍ଜା ଗଙ୍ଗା ପ୍ରକଳ୍ପର ଏକ ଅଂଶବିଶେଷ ଭାବେ, 348 କିମି ଲମ୍ବ ଧୋଭି–ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପଲାଇନ ପ୍ରକଳ୍ପକୁ ମଧ୍ୟ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ‘ଏକ ରାଷ୍ଟ୍ର, ଏକ ଗ୍ୟାସ ଗ୍ରୀଡ ଲକ୍ଷ୍ୟ ହାସଲ ଦିଗରେ ଏହା ମଧ୍ୟ ଏକ ଗୁରୁତ୍ବପୂର୍ଣ୍ଣ ମାଇଲଖୁଣ୍ଟ। ମୋଟ 2400 କୋଟି ଟଙ୍କାର ନିବେଶ ସହିତ ନିର୍ମାଣ ହୋଇଥିବା ଏହି ପାଇପଲାଇନ ଫଳରେ ଏଚୟୁଆରଏଲ ସିନ୍ଦ୍ରି (ଝାଡ଼ଖଣ୍ଡ) ସାର କାରଖାନାର ପୁନରୁଦ୍ଧାର ସମେତ ଦୁର୍ଗାପୁର (ପଶ୍ଚିମବଙ୍ଗ) ସ୍ଥିତ ମାଟ୍ରିକ୍ସ ସାର କାରଖାନାକୁ ଗ୍ୟାସ ଯୋଗାଇ ଦିଆଯାଇପାରିବ। ଏହାବ୍ୟତୀତ ରାଜ୍ୟର ସମସ୍ତ ଶିଳ୍ପ, ବାଣିଜ୍ୟ, ଅଟୋମେବାଇଲ କ୍ଷେତ୍ର ଏବଂ ବଡ଼ ସହରଗୁଡ଼ିକୁ ସହରାଞ୍ଚଳ ଗ୍ୟାସ ବିତରଣ ପାଇଁ ଆବଶ୍ୟକ ଗ୍ୟାସ ଚାହିଦାକୁ ପୂରଣ କରାଯାଇପାରିବ।

ପ୍ରଧାନମନ୍ତ୍ରୀ ମଧ୍ୟ ଇଣ୍ଡିଆନ ଅଏଲ କର୍ପୋରେସନର ହଳଦିଆ ତୈଳ ବିଶୋଧନାଗାରର ଦ୍ବିତୀୟ କାଟାଲିଟିକ–ଆଇସୋଡଓ୍ବାକ୍ସିଂ ୟୁନିଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବାର୍ଷିକ 270 ହଜାର ମେଟ୍ରିକ ଟନ୍ କ୍ଷମତାବିଶିଷ୍ଟ ଏହି ୟୁନିଟ୍ କାର୍ଯ୍ୟକ୍ଷମ ହୋଇପାରିଲେ ଏହା ପାଖାପାଖି 185 ନିୟୁତ ଆମେରିକୀୟ ଡଲାର ବୈଦେଶିକ ମୁଦ୍ରା ସଞ୍ଚୟ କରିବାରେ ସହାୟକ ହୋଇପାରିବ।

ପ୍ରଧାନମନ୍ତ୍ରୀ ମଧ୍ୟ ହଳଦିଆର ରାଣୀଛକ ଠାରେ 41 ନମ୍ବର ଜାତୀୟ ରାଜପଥର 4 ଲେନ୍ ବିଶିଷ୍ଟ ଆରଓବି ତଥା ଫ୍ଲାଏଓଭରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହାକୁ 190 କୋଟି ଟଙ୍କା ଖର୍ଚ୍ଚ କରି ନିର୍ମାଣ କରାଯାଇଛି। ଏହି ଫ୍ଲାଏଓଭର କାର୍ଯ୍ୟକ୍ଷମ ହେବା ଫଳରେ କୋଲାଘାଟରୁ ହଳଦିଆ ଡକ୍ କମ୍ପ୍ଲେକ୍ସ ଏବଂ ଆଖାପାଖ ଅଞ୍ଚଳରେ ବାଧାମୁକ୍ତ ଯାନବାହାନ ଗମନାଗମନ ସୁଗମ ହୋଇପାରିବ। ଏହାମଧ୍ୟ ଯାତ୍ରା ସମୟ ଏବଂ ବନ୍ଦର ବାହାରେ ଓ ଭିତରେ ଚଳାଚଳ କରୁଥିବା ଗାଡ଼ି ଗୁଡ଼ିକର ପରିଚାଳନା ଖର୍ଚ୍ଚ ହ୍ରାସ କରିବ।

ଏହିସବୁ ପ୍ରକଳ୍ପ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ସଂକଳ୍ପକୁ ସାକାର କରିବା ସହିତ ପୂର୍ବ ଭାରତରେ ଅଭିବୃଦ୍ଧିର ବାହକ ସାଜିବ। ଏହି ଅବସରରେ ପଶ୍ଚିମବଙ୍ଗର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଉପସ୍ଥିତ ରହିବେ।

 

ଆସାମରେ ପ୍ରଧାନମନ୍ତ୍ରୀ

ରାଜ୍ୟରେ ରାଜ୍ୟ ରାଜପଥ ଏବଂ ପ୍ରମୁଖ ଜିଲ୍ଲା ସଡ଼କ ଭିତ୍ତିଭୂମିର ଉନ୍ନତି ପାଇଁ ପ୍ରଧାନମନ୍ତ୍ରୀ ‘ଆସୋମ ମାଲା’ ଯୋଜନାର ଶୁଭାରମ୍ଭ କରିବେ। ନିରନ୍ତର ଭାବେ କ୍ଷେତ୍ରୀୟ ତଥ୍ୟ ସଂଗ୍ରହ ଜରିଆରେ ପ୍ରଭାବୀ ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ବାରୋପ କରିବା ସହିତ ଏହାକୁ ସଡ଼କ ସମ୍ପତ୍ତି ପରିଚାଳନା ବ୍ୟବସ୍ଥା ସହିତ ଯୋଡ଼ା ଯାଇଥିବାରୁ ଏହି କାର୍ଯ୍ୟକ୍ରମ ଅତ୍ୟନ୍ତ ଅଭିନବ ହୋଇପାରିଛି। ‘ଆସୋମ ମାଲା’ ଜାତୀୟ ରାଜପଥ ଏବଂ ଗ୍ରାମୀଣ ସଡ଼କଗୁଡ଼ିକୁ ପରସ୍ପର ସହ ଯୋଡ଼ିବା ଲାଗି ଗୁଣବତ୍ତାପୂର୍ଣ୍ଣ ଆନ୍ତଃସଂଯୋଗ ବ୍ୟବସ୍ଥା ଯୋଗାଇ ଦେବ। ଏହା ମଧ୍ୟ ବାଧାମୁକ୍ତ ବହୁମୁଖୀ ପରିବହନ ବ୍ୟବସ୍ଥା ଯୋଗାଇ ଦେବାରେ ସହାୟକ ହେବ। ଏହା ମଧ୍ୟ ଆର୍ଥିକ ଅଭିବୃଦ୍ଧି କେନ୍ଦ୍ରଗୁଡ଼ିକୁ ପରିବହନ କରିଡର ସହିତ ଯୋଡ଼ିବାରେ ଏକ ଆନ୍ତଃସଂଯୋଗ ବ୍ୟବସ୍ଥା ପ୍ରତିଷ୍ଠା କରିବ ଏବଂ ଆନ୍ତଃରାଜ୍ୟ ସଡ଼କ ଯୋଗାଯୋଗରେ ସୁଧାର ଆଣିବ।

ପ୍ରଧାନମନ୍ତ୍ରୀ ମଧ୍ୟ ଦୁଇଟି ମେଡ଼ିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହି ଦୁଇଟି ପ୍ରକଳ୍ପ 1100 କୋଟି ଟଙ୍କା ବିନିୟମରେ ବିଶ୍ବନାଥ ଏବଂ ଚାରାଇଦେଓ ଠାରେ ପ୍ରତିଷ୍ଠା କରାଯିବ। 500 ଶଯ୍ୟା ବିଶିଷ୍ଟ ପ୍ରତ୍ୟେକ ହସ୍ପିଟାଲରେ 100 ଏମବିବିଏସ ସିଟ୍ ରହିବ। ମେଡ଼ିକାଲ କଲେଜ ଓ ହସ୍ପିଟାଲଗୁଡ଼ିକର ସଂଖ୍ୟା ବୃଦ୍ଧି ଫଳରେ ରାଜ୍ୟରେ କେବଳ ଡାକ୍ତରମାନଙ୍କ ଅଭାବ ଦୂର କରାଯାଇପାରିବ ନାହିଁ ବରଂ ସମ୍ପୂର୍ଣ୍ଣ ଉତ୍ତର–ପୂର୍ବାଞ୍ଚଳରେ ଆସାମକୁ ଗମ୍ଭୀର ରୋଗ ଚିକିତ୍ସା ଏବଂ ଡାକ୍ତରୀ ଶିକ୍ଷାର କେନ୍ଦ୍ରରେ ପରିଣତ କରିପାରିବ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
In a first, NCERT adds Emergency to Class 9 textbooks; chapter details rights suspension and press censorship

Media Coverage

In a first, NCERT adds Emergency to Class 9 textbooks; chapter details rights suspension and press censorship
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 25, 2026
June 25, 2026

Viksit Bharat in Action: PM Modi's Reforms Powering Inclusive Growth, Tech Innovation & Global Competitiveness