PM to participate in Rashtriya Ekta Diwas celebrations
PM to inaugurate and lay the foundation stone of various infrastructural and development projects worth over Rs 280 crore in Ekta Nagar
PM to address the Officer Trainees of the 99th Common Foundation Course in Aarambh 6.0

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ । ଅକ୍ଟୋବର ୩୦ ରେ ସେ ଏକତା ନଗର, କେଭାଡିଆ ଯିବେ ଏବଂ ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ଏକତା ନଗରରେ ୨୮୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଏହାପରେ ସନ୍ଧ୍ୟା ପ୍ରାୟ ୬ ଟାରେ ସେ ଆରମ୍ଭ ୬.୦ରେ ୯୯ତମ କମନ୍ ଫାଉଣ୍ଡେସନ୍ ପାଠ୍ୟକ୍ରମର ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କୁ ସମ୍ବୋଧିତ କରିବେ। ଅକ୍ଟୋବର ୩୧ ତାରିଖ ସକାଳ ପ୍ରାୟ ୭ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ପୁଷ୍ପମାଲ୍ୟ ଅର୍ପଣ କରିବେ ଏବଂ ଏହା ପରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯିବ ।

ପ୍ରଧାନମନ୍ତ୍ରୀ ଏକତା ନଗରରେ ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପଗୁଡିକ ପର୍ଯ୍ୟଟନ ଅଭିଜ୍ଞତାକୁ ବଢ଼ାଇବା, ଉପଲବ୍ଧତା ରେ ଉନ୍ନତି ଆଣିବା ଏବଂ ଏହି ଅଞ୍ଚଳରେ ସ୍ଥାୟୀତା ପଦକ୍ଷେପକୁ ସମର୍ଥନ କରିବା ଲକ୍ଷ୍ୟ ରଖିଛି ।

ପ୍ରଧାନମନ୍ତ୍ରୀ ଆରମ୍ଭ ୬.୦ରେ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ୯୯ତମ କମନ୍ ଫାଉଣ୍ଡେସନ୍ ପାଠ୍ୟକ୍ରମର ଅଧିକାରୀ ପ୍ରଶିକ୍ଷାର୍ଥୀମାନଙ୍କୁ ସମ୍ବୋଧିତ କରିବେ । ଚଳିତ ବର୍ଷର କାର୍ଯ୍ୟକ୍ରମର ବିଷୟବସ୍ତୁ ହେଉଛି 'ଆତ୍ମନିର୍ଭର ଓ ବିକଶିତ ଭାରତର ରୋଡ୍ ମ୍ୟାପ୍'। ୯୯ତମ କମନ୍ ଫାଉଣ୍ଡେସନ୍ ପାଠ୍ୟକ୍ରମ - ଆରମ୍ଭ ୬.୦ - ଭାରତର ୧୬ଟି ସିଭିଲ୍ ସର୍ଭିସ୍ ଏବଂ ଭୁଟାନର ୩ଟି ସିଭିଲ୍ ସର୍ଭିସର ୬୫୩ ଜଣ ଅଫିସର ପ୍ରଶିକ୍ଷଣର୍ଥୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।

ଅକ୍ଟୋବର ୩୧ ରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବେ । ସେ ଏକତା ଦିବସ ଶପଥ ପାଠ କରାଇବେ ଏବଂ ଏକତା ଦିବସ ପରେଡ୍ ର ସାକ୍ଷୀ ହେବେ ଯେଉଁଥିରେ ୯ଟି ରାଜ୍ୟ ଏବଂ ୧ଟି କେନ୍ଦ୍ରଶାସିତ ଅଞ୍ଚଳର ୧୬ଟି ମାର୍ଚିଂ ଦଳ, ୪ଟି କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ, ଏନସିସି ଏବଂ ଏକ ଶୋଭାଯାତ୍ରା ଦଳ ସାମିଲ ହେବେ । ଏନଏସଜିର ହେଲ୍ ମାର୍ଚ ଦଳ, ବିଏସଏଫ ଓ ସିଆରପିଏଫ ମହିଳା ଓ ପୁରୁଷ ବାଇକ୍ ଆରୋହୀଙ୍କ ଡେୟାରଡେଭିଲ୍ ସୋ, ବିଏସଏଫ ଦ୍ୱାରା ଭାରତୀୟ ମାର୍ଶାଲ ଆର୍ଟର ମିଶ୍ରଣ ଉପରେ ଏକ ଶୋ, ସ୍କୁଲ ପିଲାଙ୍କ ପାଇପ୍ ବ୍ୟାଣ୍ଡ୍ ଶୋ, ଭାରତୀୟ ବାୟୁସେନା ଦ୍ୱାରା 'ସୂର୍ଯ୍ୟ କିରଣ' ଫ୍ଲାଇପାଷ୍ଟ ଆଦି ବିଶେଷ ଆକର୍ଷଣ ରହିଛି।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Slovak nationals welcome PM Modi with Vande Mataram, folk dance performances

Media Coverage

Slovak nationals welcome PM Modi with Vande Mataram, folk dance performances
NM on the go

Nm on the go

Always be the first to hear from the PM. Get the App Now!
...
Prime Minister reaffirms commitment to building next-generation infrastructure for Viksit Bharat
June 16, 2026

The Prime Minister, Shri Narendra Modi has said that the last decade has witnessed record infrastructure upgrading. He has reiterated the Government’s commitment to building next-generation infrastructure for the people of the nation to realise the vision of a Viksit Bharat.

In a post on X, the Prime Minister said:

“The last decade has witnessed record infrastructure upgrading. We are committed to building next-generation infrastructure for the people of our nation to realise our vision of a Viksit Bharat.

#12YearsOfNayaBharatNirman”