ଭାରତରୁ ବିଲୁପ୍ତ ହୋଇଯାଇଥିବା ହିଂସ୍ର ଚିତା କୁନୋ ଜାତୀୟ ଅଭୟରାଣ୍ୟରେ ଛଡ଼ାଯିବ
ଚିତା ପ୍ରକଳ୍ପ ଅଧୀନରେ ନାମ୍ବିଆରୁ ଭାରତ ଆସିବ ଚିତା ଏହା ହେଉଛି ବିଶ୍ୱରେ ପ୍ରଥମ ମହାଦେଶୀୟ ବୃହତ ହିଂସ୍ର ମାଂସାସୀ ପ୍ରାଣୀ ସ୍ଥାନାନ୍ତରଣ କାର୍ଯ୍ୟକ୍ରମ
ଭାରତକୁ ଚିତା ଅଣାଯିବା ଦ୍ୱାରା ଉନ୍ମୁକ୍ତ ଜଙ୍ଗଲ ଓ ତୃଣଭୂମି ବାତାବରଣର ପୁନରୁଦ୍ଧାର ହେବା ସହ ସ୍ଥାନୀୟ ଗୋଷ୍ଠୀଙ୍କ ଜୀବନଜୀବିକା ଉନ୍ନତ ହେବ
ପରିବେଶ ସୁରକ୍ଷା ଓ ବନ୍ୟପ୍ରାଣୀ ସଂରକ୍ଷଣ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ସ୍ୱରୂପ ଏହା କରାଯାଉଛି
ପ୍ରଧାନମନ୍ତ୍ରୀ କରହଲ, ସେଓପୁର ଏସଏଚଜି ସମ୍ମିଳନୀରେ ମଧ୍ୟ ଯୋଗ ଦେବେ
ସହସ୍ରାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ଓ ଗୋଷ୍ଠୀ ପ୍ରତିନିଧି ସମ୍ମିଳନୀରେ ଯୋଗଦେବେ
ପ୍ରଧାନମନ୍ତ୍ରୀ ପିଏମ କୌଶଳ ବିକାଶ ଯୋଜନା ଅଧୀନରେ ଚାରିଟି ଦୁର୍ବଳ ଜନଜାତି ଗୋଷ୍ଠୀ କୌଶଳ କେନ୍ଦ୍ରର ମଧ୍ୟ ଉଦଘାଟନ କରିବେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭ ତାରିଖ ଦିନ ମଧ୍ୟପ୍ରଦେଶ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ ବେଳେ ପ୍ରଧାନମନ୍ତ୍ରୀ ଚିତାକୁ କୁନୋ ଜାତୀୟ ଉଦ୍ୟାନ ଭିତରକୁ ଛାଡିବେ । ତା ପରେ ପାଖାପାଖି ମଧ୍ୟାହ୍ନ ବାରଟା ବେଳକୁ ସେ ସ୍ୱୟଂସହାୟକ ଗୋଷ୍ଠୀ ସମ୍ମିଳନୀରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ଓ ଗୋଷ୍ଠୀ ପ୍ରତିନିଧି ମାନଙ୍କ ସହିତ କରହଲ, ସେଓପୁରଠାରେ ଯୋଗଦେବେ ।

କୁନୋ ଜାତୀୟ ଉଦ୍ୟାନରେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କୁନୋ ଜାତୀୟ ଉଦ୍ୟାନକୁ ହିଂସ୍ର ଚିତା ଛଡାଯିବା ଭାରତୀୟ ହିଂସ୍ରପ୍ରାଣୀ ଓ ସେମାନଙ୍କ ବସତିକୁ ସଶକ୍ତ କରିବା ଦିଗରେ ଏକ ଉଦ୍ୟମ । ୧୯୫୨ ମସିହାରେ ଭାରତକୁ ଚିତା ଲୋପ ପାଇଯାଇଥିବା ଘୋଷଣା କରାଯାଇଥିଲା । ଛଡାଯିବାକୁ ଥିବା ଚିତାଗୁଡିକୁ ଚଳିତ ବର୍ଷ ପ୍ରାରମ୍ଭରେ ସ୍ୱାକ୍ଷରିତ ଏକ ବୁଝାମଣାପତ୍ର ଆଧାରରେ ନାମ୍ବିଆରୁ ଅଣାଯାଇଛି । ଚିତା ପ୍ରକଳ୍ପ ଅଧୀନରେ ଭାରତରେ ଚିତାଙ୍କୁ ପୁଣି ଛଡାଯାଉଛି । ଏହା ବିଶ୍ୱର ପ୍ରଥମ ଆନ୍ତଃ ମହାଦେଶୀୟ ହିଂସ୍ର ମାଂସାସୀ ପ୍ରାଣୀ ସ୍ଥାନାନ୍ତରଣ ପ୍ରକଳ୍ପ ।

ଚିତା ଛଡାଯିବା ଦ୍ୱାରା ଏହା ଭାରତର ଉନ୍ମୁକ୍ତ ଜଙ୍ଗଲ ଓ ତୃଣଭୂମି ବାତାବରଣ ପୁନରୁଦ୍ଧାରରେ ସହାୟକ ହେବ । ଏହା ଜୈବ ବିବିଧତାର ସଂରକ୍ଷଣ କରିବା ସହ ବାତାବରଣରେ ଜଳ ସୁରକ୍ଷା, ଅଙ୍ଗାରକାମ୍ଳ ବର୍ଜନ ଓ ମାଟିର ଆର୍ଦ୍ରତା ସଂରକ୍ଷଣ କରି ସମାଜ ପାଇଁ ହିତକାରକ ହେବ । ବନ୍ୟାପ୍ରାଣୀ ସଂରକ୍ଷଣ ସହ ପରିବେଶ ସୁରକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ଯୋଗୁଁ ସ୍ଥାନୀୟ ଜନସାଧାଣଙ୍କ ପରିବେଶ ପର୍ଯ୍ୟଟନ କାର୍ଯ୍ୟକଳାପ ବୃଦ୍ଧି ଓ ଜୀବିକାର୍ଜନ ସୁଯୋଗ ମଧ୍ୟ ବୃଦ୍ଧି ପାଇବ ।

ଏସଏଚଜି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ

ସେଓପୁର, କରହଲଠାରେ ଆୟୋଜିତ ହେଉଥିବା ଏସଏଚଜି ସମ୍ମେଳନୀରେ ମଧ୍ୟ ପ୍ରଧାନମନ୍ତ୍ରୀ ଯୋଗଦେବ । ଏଥିରେ ସହସ୍ରାଧିକ ସ୍ୱୟଂସହାୟକ ଗୋଷ୍ଠୀ ମହିଳା ସଦସ୍ୟ ଗୋଷ୍ଠୀ ବ୍ୟକ୍ତିବିଶେଷ ଯୋଗ ଦେଇଛନ୍ତି । ଏହି ସମ୍ମେଳନୀରେ ଦୀନଦୟାଲ ଅନ୍ତୋଦୟ ଯୋଜନା-ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ କାର୍ଯ୍ୟରତ ଏସଏଚଜି ସଦସ୍ୟ ଯୋଗଦାନ କରିବେ ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମଧ୍ୟ ଚାରିଟି ଦୁର୍ବଳ ଜନଜାତି ଗୋଷ୍ଠୀଙ୍କ କୌଶଳ କେନ୍ଦ୍ର ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ଅଧୀନରେ ଉଦଘାଟନ କରିବେ ।

ଡିଏୱାଇ-ଏନଆରଏଲଏମ ଗ୍ରାମୀଣ ଗରୀବ ପରିବାରଗୁଡିକ ଏସଏଚଜି ପର୍ଯ୍ୟାୟକ୍ରମେ ନେଇ ସେମାନଙ୍କ ଜୀବିକାର ବିକେନ୍ଦ୍ରୀକରଣ ଦ୍ୱାରା ସେମାନଙ୍କ ଆୟ ଓ ଜୀବନଧାରଣ ମାନ ବୃଦ୍ଧିରେ ସାହାଯ୍ୟ କରିଥାଏ । ଏହି ଅଭିଯାନ ଜରିଆରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନେ ମଧ୍ୟ ସଶକ୍ତ ହୋଇଥାନ୍ତି । ଘରୋଇ ହିଂସା, ମହିଳା ଶିକ୍ଷା ଓ ଅନ୍ୟାନ୍ୟ ଲିଙ୍ଗଗତ ବୈଷମ୍ୟ, ପୌଷ୍ଟିକତା, ପରିମଳ ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ସଚେତନତା ଓ ବ୍ୟାବହାରିକ ପ୍ରୟୋଗ ଦ୍ୱାରା ଏହି  ସଶକ୍ତିକରଣ ସମ୍ଭବ ହୋଇଥାଏ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Pharma exports to UK may rise up to 10% in FY27 as CETA takes effect

Media Coverage

Pharma exports to UK may rise up to 10% in FY27 as CETA takes effect
NM on the go

Nm on the go

Always be the first to hear from the PM. Get the App Now!
...
Prime Minister speaks with the Amir of Qatar
July 16, 2026
PM conveys heartfelt condolences on the passing of the Father Amir of Qatar
PM recalls the Father Amir’s visionary leadership and his contribution to strengthening India-Qatar relations
The two leaders reaffirm their resolve to carry forward the Father Amir’s legacy

Prime Minister Shri Narendra Modi had a telephone conversation today with the Amir of the State of Qatar, H.H. Sheikh Tamim bin Hamad Al Thani.

Prime Minister conveyed his heartfelt condolences on the passing of H.H. Sheikh Hamad bin Khalifa Al Thani, the Father Amir of Qatar.

Recalling the Father Amir’s significant contributions as the chief architect of modern Qatar, Prime Minister paid tribute to his visionary leadership, and recalled his pivotal role in strengthening India-Qatar relations over the years as well as his deep affection for India and the Indian community in Qatar.

The Amir of Qatar thanked Prime Minister for his call and conveyed his appreciation for the words of support in this difficult hour.

The two leaders reaffirmed their resolve to carry forward the Father Amir’s legacy and further strengthen the India-Qatar Strategic Partnership and people-to-people ties.

They agreed to remain in close touch.