ରାଣୀ କମଳା ପତି ରେଳଷ୍ଟେସନରେ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ପାଂଚଟି ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାର କରିବେ ଶୁଭାରମ୍ଭ
ବନ୍ଦେ ଭାରତ ଏକ୍ସପ୍ରେସ ଭୋପାଳ (ରାଣୀ କମଳାପତି)ଇନ୍ଦୋର, ଭୋପାଳ (ରାଣୀ କମଳାପତି ) ଜବଲପୁର, ରାଞ୍ଚି-ପାଟନା, ଧରୱାଡ-ବେଙ୍ଗାଲୁରୁ ଏବଂ ଗୋଆ -ମାଡଗାଁଓ-ମୁମ୍ବାଇ ମଧ୍ୟରେ ଚଳାଚଳ କରିବ
ଗୋଆ, ବିହାର ଓ ଝାଡଖଣ୍ଡ ସହ ପ୍ରଥମ ଥର ପାଇଁ ବନ୍ଦେ ଭାରତ ଟ୍ରେନ ସଂଯୋଗ ହେବ
ଟ୍ରେନ ଯାତ୍ରୀମାନଙ୍କୁ ବିଶ୍ୱସ୍ତରୀୟ ସୁବିଧା ଦେବା ସହ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଜୁନ ୨୭, ୨୦୨୩  ଦିନ ମଧ୍ୟପ୍ରଦେଶ ଗସ୍ତ କରିବେ ।

ପୂର୍ବାହ୍ନ ସାଢେ ୧୦ଟାରେ ବେଳେ ପ୍ରଧାନମନ୍ତ୍ରୀ ରାଣୀ କମଳାପତି ରେଳଷ୍ଟେସନରେ ପହଞ୍ଚି ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ । ଏହି ପାଚଟି ବନ୍ଦେ ଭାରତ ଟ୍ରେନ ହେଲା-ଭୋପାଳ(ରାଣୀ କମଳାପତି)-ଇନ୍ଦୋର, ବନ୍ଦେ ଭାରତ ଏକ୍ସପ୍ରେସ, ଭୋପାଳ (ରାଣୀ କମଳାପତି)-ଜବଲପୁର ବନ୍ଦେ ଭାରତ ଏକ୍ସପ୍ରେସ, ରାଞ୍ଚି ପାଟନା ବନ୍ଦେ ଭାରତ ଏକ୍ସପ୍ରେସ, ଧରୱାଡ-ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଗୋଆ (ମାଡଗାଓଁ) ମୁମ୍ବାଇ ବନ୍ଦେ ଭାରତ ଏକ୍ସପ୍ରେସ ।

ଭୋପାଳ(ରାଣୀ କମଳାପତି) -ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ ମଧ୍ୟପ୍ରଦେଶର ଦୁଇ ନଗରୀ ମଧ୍ୟରେ ସହଜ ଓ ଦୃତ ଯାତ୍ରାର  ସୁବିଧା କରିବା ସହ ସେ ଅଞ୍ଚଳରେ ସାଂସ୍କୃତିକ, ପର୍ଯ୍ୟଟନ ଓ ଧାର୍ମିକ ସ୍ଥଳୀ ସହ ସଂଯୋଗୀକରଣ ବୃଦ୍ଧି କରିବ ।

ଭୋପାଳ-(ରାଣୀ କମଳାପତି) ଜବଲପୁର ବନ୍ଦେ ଭାରତ ଏକ୍ସପ୍ରେସ ମହାକୋଶଳ ଅଞ୍ଚଳ (ଜବଲପୁର)ରୁ କେନ୍ଦ୍ରାଞ୍ଚଳ ଭୋପାଳକୁ ସଂଯୋଗ କରିବ । ସଂଯୋଗକରଣର ଉନ୍ନତି ସହ ସେ ଅଞ୍ଚଳର ପର୍ଯ୍ୟଟନ ସ୍ଥଳୀଗୁଡିକ ମଧ୍ୟ ସୁବିଧା ପାଇବେ ।

ରାଞ୍ଚି-ପାଟନା ବନ୍ଦେ ଭାରତ ଏକ୍ସପ୍ରେସ ଝାଡଖଣ୍ଡ ଓ ବିହାର ନିମନ୍ତେ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ  । ପାଟନା- ରାଞ୍ଚି ମଧ୍ୟରେ ସଂଯୋଗୀକରଣ ବୃଦ୍ଧି ସହ ଏହି ଟ୍ରେନ ପର୍ଯ୍ୟଟକ, ବ୍ୟବସାୟୀ ଓ ବିଦ୍ୟାର୍ଥୀମାନଙ୍କ ନିମନ୍ତେ ଖୁବ୍ ସୁବିଧାଜନକ ହେବ ।

ଧରୱାଡ-ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ କର୍ଣ୍ଣାଟକର ଗୁରୁତ୍ୱପୂର୍ଣ୍ଣ ସହର ଧରୱାଡ, ହୁବିଲୀ ସହ ରାଜଧାନୀ ବେଙ୍ଗାଲୁରୁକୁ ସଂଯୋଗ କରିବ  । ଏହା ପର୍ଯ୍ୟଟକ, ଛାତ୍ରଛାତ୍ରୀ, ଶିଳ୍ପପତିମାନଙ୍କ ନିମନ୍ତେ ବେଶ୍ ସୁବିଧାଜନକ ହେବ ।

ଗୋଆ(ମାଡଗାଓଁ)-ମୁମ୍ବାଇ ବନ୍ଦେ ଭାରତ ଏକ୍ସପ୍ରେସ ଗୋଆ ନିମନ୍ତେ ହେବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଟର୍ମିନାଲ ଓ ଗୋଆ ମାଡଗାଓଁ  ଷ୍ଟେସନ ମଧ୍ୟରେ ଚଳାଚଳ କରିବ। ଏହି ଟ୍ରେନ ଗୋଆର ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
The entrepreneurs building a self-reliant India

Media Coverage

The entrepreneurs building a self-reliant India
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 21, 2026
July 21, 2026

Self-Reliance Is No Longer a Slogan — It’s Happening Across Engines, UPI, Vaccines & FDI Under the Leadership of PM Modi