ପ୍ରଧାନମନ୍ତ୍ରୀ ଶିରିଡିର ଶ୍ରୀ ସାଇବାବା ସମାଧି ମନ୍ଦିରରେ ପୂଜା କରିବା ସହ ଦର୍ଶନ କରିବେ
ମନ୍ଦିରରେ ନୂତନ ଦର୍ଶନ ଫକ୍ତି ପରିସର ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ
ପ୍ରଧାନମନ୍ତ୍ରୀ ନୀଲୱାଣ୍ଡେ ନଦୀ ବନ୍ଧର ଜଳପୂଜନ କରିବା ସହ ଏହାର ବାମ ପାର୍ଶ୍ଵ କେନାଲକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ
ପ୍ରଧାନମନ୍ତ୍ରୀ ନମୋ ଶେତକାରୀ ମହା ସମ୍ମାନ ନିଧି ଯୋଜନାର ଉଦ୍‌ଘାଟନ କରିବେ, ଏହା ଦ୍ୱାରା ୮୬ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ
ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରରେ ୭୫୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ବିକାଶ ପ୍ରକଳ୍ପ ସମୂହର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ
ପ୍ରଥମ ଥର ପାଇଁ ଗୋଆରେ ହେଉଥିବା ୩୭ତମ ଜାତୀୟ କ୍ରୀଡା ପ୍ରତିଯୋଗିତାକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୬, ୨୦୨୩ଦିନ ମହାରାଷ୍ଟ୍ର ଓ ଗୋଆ ଗସ୍ତ କରିବେ ।

 ଦିନ ପ୍ରାୟ ଗୋଟାଏ ବେଳେ ପ୍ରଧାନମନ୍ତ୍ରୀ ଅହମ୍ମଦନଗର ଜିଲ୍ଲାର ଶିରିଡିଠାରେ ପହଞ୍ଚି ଶ୍ରୀ ସାଇବାବା ସମାଧି  ମନ୍ଦିରରେ ପୂଜା କରିବା ସହ ଦର୍ଶନ କରିବେ । ମନ୍ଦିରରେ ସେ ମଧ୍ୟ ନବନିର୍ମିତ ଧାଡିି ଦର୍ଶନ ପରିସରକୁ ଉଦ୍‌ଘାଟନ କରିବେ । ପ୍ରାୟ ଅପରାହ୍ନ ଦୁଇଟା ବେଳେ, ପ୍ରଧାନମନ୍ତ୍ରୀ ନୀଳୱାଣ୍ଡେ ଆନିକଟରେ ଜଳପୂଜନ କରିବା ସହ ବାମପାର୍ଶ୍ଵ କେନାଲକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଅପରାହ୍ନ ପ୍ରାୟ ୩ଟା ୧୫ମିନିଟ୍‌ରେ ପ୍ରଧାନମନ୍ତ୍ରୀ ଶିରିଡିଠାରେ ଏକ ଜନସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ସେ ସ୍ୱାସ୍ଥ୍ୟ, ରେଳ, ସଡକ ଏବଂ ତୈଳ ଓ ଗ୍ୟାସ କ୍ଷେତ୍ରରେ ପ୍ରାୟ ୭୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । ପ୍ରାୟ ସନ୍ଧ୍ୟା ୬ଟା ୩୦ରେ ପ୍ରଧାନମନ୍ତ୍ରୀ ଗୋଆ ପହଂଚି ୩୭ତମ ଜାତୀୟ କ୍ରୀଡାକୁ ଉଦ୍‌ଘାଟନ କରିବେ ।

ମହାରାଷ୍ଟ୍ରରେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶିରିଡିଠାରେ ଉଦ୍‌ଘାଟିତ ହେବାକୁ ଥିବା ନୂତନ ଧାଡି ଦର୍ଶନ ପରିସର ଭବନ ଅତ୍ୟାଧୁନିକ ଢାଞ୍ଚାରେ ଆରାମ ଦାୟକ ପ୍ରତୀକ୍ଷା ସ୍ଥଳଭାବେ ନିର୍ମିତ ହୋଇଛି । ଏଥିରେ କେତେଗୁଡିଏ ପ୍ରତୀକ୍ଷାଳୟ ରହିଛି ଯେଉଁଥିରେ ଦଶ ହଜାରରୁ ଅଧିକ ଭକ୍ତ ଏକା ସମୟରେ ଦର୍ଶନ ପାଇଁ ଅପେକ୍ଷା କରିପାରିବେ । ଏଥିରେ ବାତାନୁକୂଳୀତ ଜନ ସୁବିଧା ଯଥା ଆସବାବପତ୍ର ରଖିବା ଘର, ଶୌଚାଳୟ, ବୁକିଂ କାଉଣ୍ଟର, ପ୍ରସାଦ କାଉଣ୍ଟର, ସୂଚନା କେନ୍ଦ୍ର ଇତ୍ୟାଦି ରହିଛି । ପ୍ରଧାନମନ୍ତ୍ରୀ ମଧ୍ୟ ଅକ୍ଟୋବର ୨୦୧୮ରେ ଏହି ନୂତନ ଧାଡି ଦର୍ଶନ ପରିସରର ଶିଳାନ୍ୟାସ କରିଥିଲେ ।

ପ୍ରଧାନମନ୍ତ୍ରୀ ନୀଲୱାଣ୍ଡେ ଡ୍ୟାମର ୮୫ କିଲୋମିଟର ଦୀର୍ଘ ବାମପାର୍ଶ୍ଵ କେନାଲକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କରିବେ । ଏଥି ଯୋଗୁଁ ଅହମ୍ମଦନଗର ଜିଲ୍ଲାରୁ ଛଅ ଓ ନାସିକରୁ ଗୋଟିଏ, ଏହିପରି ମୋଟ ସାତଟି ତହସିଲରେ ୧୮୨ଟି ଗ୍ରାମର ଜନସାଧାରଣ ପାଇପ୍ ଯୋଗେ ପାଣି ପାଇ ଉପକୃତ ହେବେ । ନୀଲୱାଣ୍ଡେ ଡ୍ୟାମ କାର୍ଯ୍ୟ ୧୯୭୦ରେ ଆରମ୍ଭ କରାଯାଇଥିବାବେଳେ ଏହା ୫୧୭୭ କୋଟି ଟଙ୍କାରେ ସମ୍ପୂର୍ଣ୍ଣ ହୋଇଛି ।

ଜନସାଧାରଣଙ୍କ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନମୋ ଶେତକାରୀ ମହାସମ୍ମାନ ନିଧି ଯୋଜନାର ଶୁଭାରମ୍ଭ କରିବେ । ଏହି ଯୋଜନା ଯୋଗୁଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ମହାରାଷ୍ଟ୍ରର ୮୬ଲକ୍ଷରୁ ଅଧିକ କୃଷକ ସୁବିଧା ପାଇବେ । ସେମାନଙ୍କୁ ବାର୍ଷିକ ଛଅହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।

ପ୍ରଧାନମନ୍ତ୍ରୀ ମଧ୍ୟ କେତେକ ବିକାଶମୂଳକ ପ୍ରକଳ୍ପ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ସେଗୁଡିକ ମଧ୍ୟରେ ଅହମ୍ମଦନଗର ସିଭିଲ ହସ୍‌ପିଟାଲରେ ଆୟୁଷ ହସପିଟାଲ, କୁର୍ଦୁୱାଡୀ-ଲାଟୁର ରୋଡ ୧୮୬ କିଲୋମିଟର ଦୀର୍ଘ ରେଳପଥ ବିଦ୍ୟୁତୀକରଣ, ଜଳଗାଓଁରୁ ଭୂଷାବଲ ମଧ୍ୟରେ ୨୪.୪୬ କିଲୋମିଟର ତୃତୀୟ ଓ ଚତୁର୍ଥ ରେଲପଥ, ଏନଏଚ୍‌-୧୬୬ ସାଙ୍ଗିଲିରୁ ବୋରଗାଓଁ ଚାରିଲାଇନ ବିଶିଷ୍ଟ ସଡକ, ଭାରତୀୟ  ‌ତୌଳ ନିଗମର ମନମାଡ ଟର୍ମିନାଲରେ ଅତିରିକ୍ତ ସୁବିଧା ଅର୍ନ୍ତଭୁର୍କ୍ତ ।

ପ୍ରଧାନମନ୍ତ୍ରୀ ମଧ୍ୟ ଅହମ୍ମଦନଗର ସିଭିଲ ହସ୍‌ପିଟାଲରେ ମାଆ ଓ ଶିଶୁ ସ୍ୱାସ୍ଥ୍ୟ ଶାଖାର ଶିଳାନ୍ୟାସ କରିବେ ।

 କାର୍ଯ୍ୟକ୍ରମ କାଳରେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଓ ସ୍ୱାମୀତ୍ୱ କାର୍ଡ ହିତାଧିକାରୀଙ୍କ ମଧ୍ୟରେ ବଣ୍ଟନ କରିବେ ।

ଗୋଆରେ ପ୍ରଧାନମନ୍ତ୍ରୀ- ପ୍ରଧାନମନ୍ତ୍ରୀ ତାଙ୍କ ନେତୃତ୍ୱରେ ଦେଶର କ୍ରୀଡା ସଂସ୍କୃତିରେ ବିଶାଳ ପରିବର୍ତ୍ତନ ଘଟିଛି। ନିରବଚ୍ଛିନ୍ନ ସରକାରୀ ପ୍ରୋତ୍ସାହନ ଯୋଗୁଁ କ୍ରୀଡାବିତ୍‌ମାନଙ୍କ କ୍ରୀଡ ନୈପଣ୍ୟ ଆର୍ନ୍ତଜାତିକ ସ୍ତରରେ ଛୁଇଁଛି । କ୍ରୀଡାବିତମାନଙ୍କ ଉତ୍ତମ ପ୍ରଦର୍ଶନକୁ ଆଖି ଆଗରେ ରଖି ଦେଶର ବିଭିନ୍ନ ସ୍ଥାନରେ ଜାତୀୟ କ୍ରୀଡାମାନ ଅନୁଷ୍ଠିତ ହେଉଛି । 

ପ୍ରଧାନମନ୍ତ୍ରୀ ଗୋଆର ମାଓଗାଓଁ ସ୍ଥିତ ଜବାହରଲାଲ ନେହେରୁ ଷ୍ଟାଡିୟମଠାରେ ୨୬ତାରିଖ ଦିନ ୩୭ତମ ଜାତୀୟ କ୍ରୀଡାର ଉଦ୍‌ଘାଟନ କରିବେ । ଏହି ଅବସରରେ ସେ ଅଂଶଗ୍ରହଣକାରୀ କ୍ରୀଡାବିତମାନଙ୍କୁ ମଧ୍ୟ ସମ୍ବୋଧନ କରିବେ ।

 ପ୍ରଥମଥର ନିମନ୍ତେ ଗୋଆରେ ଏହି ଜାତୀୟ କ୍ରୀଢା ଅନୁଷ୍ଠିତ ହେଉଛି । ଏହା ଅକ୍ଟୋବର ୨୬ରୁ ନଭେମ୍ବର ୯ତାରିଖ ପର୍ଯ୍ୟନ୍ତ ଚାଲିବ । ଦେଶବ୍ୟାପୀ ୧୦ହଜାରରୁ ଅଧିକ ଖେଳାଳି ଏଥିରେ ଅଂଶଗ୍ରହଣ କରୁଥିବାବେଳେ ୪୩ଟି ବିଭିନ୍ନ ପ୍ରକାର ଖେଳ ୨୮ଟି ସ୍ଥାନରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India pulls off a power miracle. A big thanks to the Sun

Media Coverage

India pulls off a power miracle. A big thanks to the Sun
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam highlighting how enthusiasm and positive energy lead to success
April 30, 2026

Prime Minister Shri Narendra Modi today shared a Sanskrit Subhashitam highlighting that enthusiasm and positive energy inspire a person to remain consistently active in their actions.

The Prime Minister noted that this unwavering enthusiasm leads all those efforts to success which a person resolves to accomplish.

The Prime Minister posted on X:

"कर्मशील और ऊर्जावान देशवासी ही राष्ट्र की सबसे बड़ी शक्ति हैं, जिनके परिश्रम से विकास की नई राहें तय होती हैं। इनके प्रयासों से देश समृद्धि, आत्मनिर्भरता और उन्नति के शिखर को छूता है।

अनिर्वेदो हि सततं सर्वार्थेषु प्रवर्तकः।

करोति सफलं जन्तोः कर्म यच्च करोति सः॥"
Enthusiasm and positive energy inspire a person to remain consistently active in their actions. This unwavering enthusiasm leads all those efforts to success which a person resolves to accomplish.