ପ୍ରଧାନମନ୍ତ୍ରୀ ଜଲଗାଓଁରେ ଲକ୍ଷପତି ଦିଦି ସମ୍ମିଳନୀରେ ଭାଗନେବେ
ପ୍ରଧାନମନ୍ତ୍ରୀ ୧୧ ଲକ୍ଷ ନୂଆ ଲକ୍ଷପତି ଦିଦିଙ୍କୁ ପ୍ରମାଣପତ୍ର ପ୍ରଦାନ ଓ ସମ୍ମାନିତ କରିବେ
ପ୍ରଧାନମନ୍ତ୍ରୀ ୨,୫୦୦ କୋଟି ଟଙ୍କାର ଏକ ରିଭଲ୍‌ଭିଙ୍ଗ୍ ଫଣ୍ଡ୍ ଜାରି କରିବେ ଓ ୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ବାଣ୍ଟିବେ
ପ୍ରଧାନମନ୍ତ୍ରୀ ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର ପ୍ଲା୍‌ଟିନମ ଜୟନ୍ତୀ ଉତ୍ସବର ଉଦ୍‌ଯାପନ ସମାରୋହକୁ ସମ୍ବୋଧିତ କରିବେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ଅଗଷ୍ଟରେ ମହାରାଷ୍ଟ୍ରର ଜଲଗାଓଁ ଏବଂ ରାଜସ୍ଥାନର ଯୋଧପୁର ଗସ୍ତ କରିବେ । ସକାଳ ପ୍ରାୟ ୧୧:୧୫ ସମୟରେ, ପ୍ରଧାନମନ୍ତ୍ରୀ ଲକ୍ଷପତି ଦିଦି ସମ୍ମିଳନୀରେ ଅଂଶଗ୍ରହଣ କରିବେ । ଅପରାହ୍ନ ପ୍ରାୟ ୪:୩୦ ସମୟରେ, ପ୍ରଧାନମନ୍ତ୍ରୀ ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।

ମହାରାଷ୍ଟ୍ରରେ ପ୍ରଧାନମନ୍ତ୍ରୀ :

ଲକ୍ଷପତି ଦିଦି ସମ୍ମିଳନୀରେ ଭାଗ ନେବା ପାଇଁ ପ୍ରଧାନମନ୍ତ୍ରୀ ଜଲଗାଓଁ ଗସ୍ତ କରିବେ । ସେଠାରେ ସେ ୧୧ ଲକ୍ଷ ନୂଆ ଲକ୍ଷପତି ଦିଦିଙ୍କୁ ପ୍ରମାଣପତ୍ର ପ୍ରଦାନ କରିବା ସହ ସମ୍ମାନିତ କରିବେ, ଯେଉଁମାନେ ନିକଟରେ ଏନ୍‌ଡିଏ ସରକାରର ତୃତୀୟ କାର୍ଯ୍ୟକାଳରେ ଲକ୍ଷପତି ହୋଇଛନ୍ତି । ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ଲକ୍ଷପତି ଦିଦିଙ୍କ ସହ ମଧ୍ୟ ଆଲୋଚନା କରିବେ ।

ପ୍ରଧାନମନ୍ତ୍ରୀ ୨,୫୦୦ କୋଟି ଟଙ୍କାର ଏକ ରିଭଲ୍‌ଭିଙ୍ଗ୍ ଫଣ୍ଡ୍ ଜାରି କରିବେ, ଯାହା ଦ୍ୱାରା ୪.୩ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ପ୍ରାୟ ୪୮ ଲକ୍ଷ ସଦସ୍ୟ ଲାଭବାନ ହେବେ । ସେ ମଧ୍ୟ ୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ କରିବେ, ଯାହା ଦ୍ୱାରା ୨.୩୫ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ପ୍ରାୟ ୨୫.୮ ଲକ୍ଷ ସଦସ୍ୟ ଉପକୃତ ହେବେ ।

ଲକ୍ଷପତି ଦିଦି ଯୋଜନା ଆରମ୍ଭ ହେବା ପରଠାରୁ ବର୍ତ୍ତମାନ ସୁଦ୍ଧା ୧ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରାଯାଇଛି । ଆଗାମୀ ଦିନରେ ୩ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ।

ରାଜସ୍ଥାନରେ ପ୍ରଧାନମନ୍ତ୍ରୀ :

ଯୋଧପୁର ହାଇକୋର୍ଟ ପରିସରରେ ଆୟୋଜିତ ହେବାକୁ ଥିବା ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୟନ୍ତୀ ଉତ୍ସବର ଉଦ୍‌ଯାପନ ସମାରୋହରେ ପ୍ରଧାନମନ୍ତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗଦେବେ । ପ୍ରଧାନମନ୍ତ୍ରୀ ମଧ୍ୟ ରାଜସ୍ଥାନ ହାଇକୋର୍ଟ ସଂଗ୍ରହାଳୟର ଉଦ୍‌ଘାଟନ କରିବେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Defence ministry inks Rs 5,083 cr pact for acquisition of six Mk-III light helicopters and missiles

Media Coverage

Defence ministry inks Rs 5,083 cr pact for acquisition of six Mk-III light helicopters and missiles
NM on the go

Nm on the go

Always be the first to hear from the PM. Get the App Now!
...
Prime Minister thanks President Emmanuel Macron for Holi greetings
March 04, 2026

The Prime Minister, Shri Narendra Modi, today thanked the President of the French Republic, H.E. Emmanuel Macron, for his Holi greetings.

Responding to the X post of French President about Holi Greetings, Shri Modi posted on X;

“बहुत-बहुत धन्यवाद, मेरे मित्र!

होली के पावन अवसर पर आपको और फ्रांस के लोगों को ढेर सारी खुशियां और समृद्धि की हार्दिक शुभकामनाएं।”