ପ୍ରିୟଜନଙ୍କୁ ହରାଇଥିବା ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ସରକାର ଦୃଢ଼ ଭାବେ ଛିଡ଼ା ହୋଇଛନ୍ତି : ପ୍ରଧାନମନ୍ତ୍ରୀ
ଆହତମାନଙ୍କୁ ଯଥାସମ୍ଭବ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ସବୁମତେ ଉଦ୍ୟମ କରାଯିବ : ପ୍ରଧାନମନ୍ତ୍ରୀ
ହୃଦୟ ବିଦାରକ ଦୁର୍ଘଟଣାର ପ୍ରଶମନ ଲାଗି ‘ସାମଗ୍ରିକ ସରକାର’ ଆଭିମୁଖ୍ୟ ନେଇ କାର୍ଯ୍ୟ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱ
ଘଟଣାର ତୁରନ୍ତ ତଦନ୍ତ ସାରିବା ସହିତ ଦୋଷୀଙ୍କ ବିରୋଧରେ ସକ୍ରିୟ ଓ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ
ଉଦ୍ଧାର ଓ ସହାୟତା କାର୍ଯ୍ୟ ସହିତ ଯଥାଶୀଘ୍ର ରେଳଧାରଣା ମରାମତି ପାଇଁ ରେଳବାଇ କାର୍ଯ୍ୟ କରୁଛି ବୋଲି କହିଲେ ପ୍ରଧାନମନ୍ତ୍ରୀ
ସକ୍ରିୟତାର ସହିତ ଉଦ୍ଧାର ଓ ସହାୟତା କାର୍ଯ୍ୟ ଆରମ୍ଭ କରିଥିବାରୁ ଓଡ଼ିଶା ସରକାର, ସ୍ଥାନୀୟ ପ୍ରଶାସନ ଏବଂ ସ୍ଥାନୀୟ ଲୋକ, ବିଶେଷ କରି ଯୁବବର୍ଗଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ବାଲେଶ୍ୱର ବାହାନଗାରେ ଦୁଃଖଦ ରେଳ ଦୁର୍ଘଟଣା ଘଟିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଉଦ୍ଧାର ଓ ସହାୟତା କାର୍ଯ୍ୟର ସମୀକ୍ଷା କରିଛନ୍ତି । ପ୍ରଧାନମନ୍ତ୍ରୀ ରେଳ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଡାକ୍ତରଖାନାକୁ ଯାଇ ଚିକିତ୍ସିତ ହେଉଥିବା ଆହତ ଯାତ୍ରୀଙ୍କ ସହିତ କଥା ହୋଇଥିଲେ । 

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦୁର୍ଘଟଣାଗ୍ରସ୍ତ ଟ୍ରେନ୍‌ଗୁଡ଼ିକରେ ଯାତ୍ରା କରୁଥିବା ବିଭିନ୍ନ ରାଜ୍ୟର ବାସିନ୍ଦା ଏହି ହୃଦୟ ବିଦାରକ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଯାତ୍ରୀମାନଙ୍କର ଜୀବନହାନି ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ପ୍ରିୟଜନଙ୍କୁ ହରାଇଥିବା ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ସରକାର ଦୃଢ଼ ଭାବେ ଛିଡ଼ା ହୋଇଛନ୍ତି। ଆହତମାନଙ୍କୁ ଯଥାସମ୍ଭବ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ସବୁମତେ ଉଦ୍ୟମ କରାଯିବ । 

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଆହୁରି କହିଛନ୍ତି ଯେ, ଏହି ଦୁଃଖଦ ଘଟଣାର ଉଚିତ୍‌ ଏବଂ ଶୀଘ୍ର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଦୋଷୀ ସାବ୍ୟସ୍ତ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ ସକ୍ରିୟ ଓ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରାତି ସାରା ଉଦ୍ଧାର ଓ ସହାୟତା କାର୍ଯ୍ୟରେ ନିୟୋଜିତ ରହିଥିବା ଓଡ଼ିଶା ସରକାର, ସ୍ଥାନୀୟ ପ୍ରଶାସନ, ସ୍ଥାନୀୟ ଲୋକ, ବିଶେଷ କରି ଯୁବବର୍ଗଙ୍କୁ ପ୍ରଧାନମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି। ଆହତମାନଙ୍କୁ ସାହାଯ୍ୟ କରିବା ଲାଗି ରକ୍ତଦାନ ନିମେନ୍ତ ବହୁସଂଖ୍ୟାରେ ଆଗେଇ ଆସିଥିବା ସ୍ଥାନୀୟ ବାସିନ୍ଦାଙ୍କୁ ମଧ୍ୟ ସେ ପ୍ରଶଂସା କରିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ, ଉଦ୍ଧାର ଓ ସହାୟତା କାର୍ଯ୍ୟ ସହିତ ଯଥାଶୀଘ୍ର ରେଳଧାରଣା ମରାମତି ପାଇଁ ରେଳବାଇ କାର୍ଯ୍ୟ କରୁଛି । ସ୍ଥାନୀୟ ପ୍ରଶାସନିକ କର୍ତ୍ତୃପକ୍ଷ, ବିପର୍ଯ୍ୟୟ ଉଦ୍ଧାରକାରୀ ବାହିନୀ ଏବଂ ରେଳ ଅଧିକାରୀଙ୍କ ସହିତ କଥା ହୋଇ ପ୍ରଧାନମନ୍ତ୍ରୀ ଏହି ହୃଦୟ ବିଦାରକ ଦୁର୍ଘଟଣାର ପ୍ରଶମନ ଲାଗି ‘ସାମଗ୍ରିକ ସରକାର’ ଆଭିମୁଖ୍ୟ ନେଇ କାର୍ଯ୍ୟ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି।  

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's fertiliser exports rise 52% in three years from FY24 to FY26

Media Coverage

India's fertiliser exports rise 52% in three years from FY24 to FY26
NM on the go

Nm on the go

Always be the first to hear from the PM. Get the App Now!
...
Chief Minister of Andhra Pradesh meets the Prime Minister
July 22, 2026

The Chief Minister of Andhra Pradesh, Shri N. Chandrababu Naidu, today met Prime Minister Shri Narendra Modi.

In a post on X, the Prime Minister shared:

"Chief Minister of Andhra Pradesh, Shri @ncbn met Prime Minister @narendramodi.

@AndhraPradeshCM"