ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସେ କେବଳ ଶିକ୍ଷାକୁ ପ୍ରୋତ୍ସାହିତ କରିବାରେ ନୁହେଁ, ବରଂ ଭାରତୀୟ ସଂସ୍କୃତି ଏବଂ ପରମ୍ପରାକୁ ସମୃଦ୍ଧ କରିବାରେ ମଧ୍ୟ ଅତୁଳନୀୟ ଯୋଗଦାନ ଦେଇଛନ୍ତି। ସାମାଜିକ ସଂସ୍କାର ପାଇଁ ତାଙ୍କର ପ୍ରୟାସ ଦେଶର ଲୋକମାନଙ୍କ ପାଇଁ ପ୍ରେରଣାର ଉତ୍ସ ଭାବେ କାର୍ଯ୍ୟ ଜାରି ରଖିବୋଲି ଶ୍ରୀ ମୋଦୀ କହିଥିଲେ।
ପ୍ରଧାନମନ୍ତ୍ରୀ 'ଏକ୍ସ’ ରେ ପୋଷ୍ଟ କରିଛନ୍ତି:
"ମା ଭାରତୀଙ୍କ ସେବା ପାଇଁ ସାରା ଜୀବନ ଉତ୍ସର୍ଗୀକୃତ ଥିବା ମହର୍ଷି ଦୟାନନ୍ଦ ସରସ୍ୱତୀ ଜୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଶିକ୍ଷାର ପ୍ରୋତ୍ସାହନ ତଥା ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ସମୃଦ୍ଧ କରିବାରେ ତାଙ୍କର ଅତୁଳନୀୟ ଯୋଗଦାନ ରହିଛି। ସାମାଜିକ ସଂସ୍କାର ପାଇଁ ତାଙ୍କର ପ୍ରୟାସ ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ।
मां भारती की सेवा में आजीवन समर्पित रहे महर्षि दयानंद सरस्वती जी को उनकी जयंती पर आदरपूर्ण श्रद्धांजलि। उन्होंने शिक्षा को बढ़ावा देने के साथ-साथ भारतीय संस्कृति और परंपरा की समृद्धि के लिए अतुलनीय योगदान दिया। सामाजिक सुधार के उनके प्रयास देशवासियों के लिए प्रेरणापुंज बने…
— Narendra Modi (@narendramodi) February 12, 2026


