ସମ୍ପ୍ରତି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସଡି ଭାବେ କାର୍ଯ୍ୟ କରୁଥିବା ଶ୍ରୀ ପିକେ ସିହ୍ନା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ଉପଦେଷ୍ଟା ଭାବେ ନିଯୁକ୍ତ ହୋଇଛନ୍ତି ।

ଜୁନ 13, 2015ରୁ ଅଗଷ୍ଟ 30, 2019 ମଧ୍ୟରେ ଶ୍ରୀ ସିହ୍ନା କ୍ୟାବିନେଟ ସଚିବ ଭାବେ କାର୍ଯ୍ୟ କରିଥିଲେ । ସେ ଉତ୍ତର ପ୍ରଦେଶ କ୍ୟାଡରର 1977 ବ୍ୟାଚର ଆଇଏଏସ ଅଧିକାରୀ । ତାଙ୍କ ଉଜ୍ଜ୍ୱଳ କ୍ୟାରିଅରରେ ଶ୍ରୀ ସିହ୍ନା ଶକ୍ତି ଓ ଜାହାଜ ଚଳାଚଳ ମନ୍ତ୍ରଣାଳୟର ସଚିବ ଭାବେ କାର୍ଯ୍ୟ କରିଛନ୍ତି । ସେ ମଧ୍ୟ ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରିଛନ୍ତି ।

ଦିଲ୍ଲୀ ବିଶ୍ୱବିଦ୍ୟାଳୟର ସେଂଟ ଷ୍ଟିଫେନ୍ସ କଲେଜରେ ସେ ଅର୍ଥନୀତିରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ । ଏହାପରେ ଦିଲ୍ଲୀ ସ୍କୁଲ ଅଫ ଇକୋନୋମିକ୍ସରେ ସେ ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ । ଏହାପରେ ଚାକିରିରେ ଥିବା ସମୟରେ ସେ ମଧ୍ୟ ପବ୍ଲିକ ଆଡମିନଷ୍ଟ୍ରେସନରେ ମାଷ୍ଟର୍ସ ଡିପ୍ଲୋମା ଏବଂ ସମାଜ ବିଜ୍ଞାନରେ ଏମଫିଲ ଡିଗ୍ରୀ ହାସଲ କରିଥିଲେ ।

ଆଇଏଏସ ଭାବେ ତାଙ୍କ ଦୀର୍ଘ କ୍ୟାରିଅରରେ ଶ୍ରୀ ସିହ୍ନା ଉଭୟ ଉତର ପ୍ରଦେଶ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ପଦ-ପଦବୀରେ ସଫଳତାର ସହ କାର୍ଯ୍ୟ କରିଛନ୍ତି ।

ଶ୍ରୀ ସିହ୍ନା ଜଉନପୁର, ଆଗ୍ରାର ଜିଲ୍ଲା ମାଜିଷ୍ଟ୍ରେଟ, ବାରାଣସୀର କମିଶନର, ସଚିବ (ପ୍ଲାନିଂ) ଓ ପ୍ରମୁଖ ସଚିବ (ଜଳସେଚନ) ଆଦି ପଦରେ ସଫଳତାର ସହ କାର୍ଯ୍ୟ କରିଛନ୍ତି । କେନ୍ଦ୍ର ସରକାରରେ ମୁଖ୍ୟତଃ ଶକ୍ତି ଓ ଭିତ୍ତିଭୂମି କ୍ଷେତ୍ରରେ ଯେପରିକି ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ, ଶକ୍ତି ମନ୍ତ୍ରଣାଳୟ ଏବଂ ଜାହାଜ ଚଳାଚଳ ମନ୍ତ୍ରଣାଳୟରେ ସେ ଅନେକ ବର୍ଷ ଧରି କାର୍ଯ୍ୟ କରିଛନ୍ତି । ଶକ୍ତି, ଭିତ୍ତିଭୂମି ଓ ଆର୍ଥିକ କ୍ଷେତ୍ରରେ ତାଙ୍କର ବିଶେଷ ଅନୁଭବ ରହିଛି  ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India accelerates ‘semiconductor drive’ with Rs 1.64 lakh crore investment plan

Media Coverage

India accelerates ‘semiconductor drive’ with Rs 1.64 lakh crore investment plan
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 29, 2026
June 29, 2026

PM Modi Advancing National Strength Through Unity, Innovation and Janbhagidari