ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ ରକ୍ଷା କରି ଯୁକ୍ତରାଷ୍ଟ୍ର ଆମେରିକାର ମହାମହୀମ ରାଷ୍ଟ୍ରପତି ଡୋନାଲ୍ଡ ଜେ. ଟ୍ରମ୍ପ ଓ ପ୍ରଥମ ମହିଳା ମେଲାନିଆ ଟ୍ରମ୍ପ ଫେବୃଆରୀ 24 ଓ 25 ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି । ଏହା ଆମେରିକା ରାଷ୍ଟ୍ରପତିଙ୍କ ପ୍ରଥମ ଭାରତ ଗସ୍ତ । ଏହି ଗସ୍ତକାଳରେ ରାଷ୍ଟ୍ରପତି ଟ୍ରମ୍ପ ଏବଂ ପ୍ରଥମ ମହିଳା ନୂଆଦିଲ୍ଲୀ ଏବଂ ଅହମ୍ମଦାବାଦରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ବିଭିନ୍ନ ବର୍ଗର ଅଧିକାରୀ ଓ ଭାରତୀୟ ସମୁଦାୟଙ୍କ ସହ ମତ ବିନିମୟ କରିବେ । ଭାରତ ଓ ଆମେରିକା ମଧ୍ୟରେ ବୈଶ୍ୱିକ ରଣନୀତିକ ଭାଗିଦାରିତା, ପାରସ୍ପରିକ ବିଶ୍ୱାସ, ସହଯୋଗ, ବୁଝାମଣା, ସମ୍ମାନ ଓ ଉଭୟ ଦେଶର ଲୋକମାନଙ୍କ ମଧ୍ୟରେ ରହିଥିବା ବନ୍ଧୁତା ଉପରେ ପର୍ଯ୍ୟବସିତ । ଏହି ସମ୍ପର୍କ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରପତି ଟ୍ରମ୍ପଙ୍କ କାର୍ଯ୍ୟକାଳରେ ଆହୁରି ଦୃଢ ହୋଇଛି ଏବଂ ଦୁଇଦେଶ ମଧ୍ୟରେ ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ଆନ୍ତର୍ଜାତିକ ପ୍ରସଙ୍ଗ ଉପରେ ସହଯୋଗ ବୃଦ୍ଧି ପାଇଛି । ଏହି ଗସ୍ତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ପ୍ରସଙ୍ଗକୁ ସମୀକ୍ଷା କରିବା ଲାଗି ଉଭୟ ନେତାଙ୍କୁ ଏକ ସୁଯୋଗ ପ୍ରଦାନ କରିବ ଏବଂ ଦୁଇଦେଶ ମଧ୍ୟରେ ସହଯୋଗ ଓ ରଣନୀତିକ ଭାଗିଦାରିତାକୁ ଆହୁରି ସମୃଦ୍ଧ କରିବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Nepal praises India's efforts in times of crisis; calls PM Modi 'exceptionally generous'

Media Coverage

Nepal praises India's efforts in times of crisis; calls PM Modi 'exceptionally generous'
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 30, 2026
August 30, 2026

Tiranga in Tashkent, Relief in Nepal: Soft Power Meets First Responder

Vocal for Local, Nari Shakti, Real Heroes: Mann Ki Baat’s Atmanirbhar Hour