ଆମ ଦେଶକୁ ସୁରକ୍ଷା ଦେବାରେ ବାୟୁବୀର ଏବଂ ସୈନିକଙ୍କ ସାହସ ପ୍ରଶଂସନୀୟ: ପ୍ରଧାନମନ୍ତ୍ରୀ
'ଭାରତ ମାତା କି ଜୟ' କେବଳ ଏକ ସ୍ଲୋଗାନ ନୁହେଁ, ଏହା ପ୍ରତ୍ୟେକ ସୈନିକର ଶପଥ, ଯିଏ ନିଜ ଦେଶର ସମ୍ମାନ ଏବଂ ମର୍ଯ୍ୟାଦା ପାଇଁ ନିଜ ଜୀବନକୁ ବାଜିରେ ଲଗାନ୍ତି: ପ୍ରଧାନମନ୍ତ୍ରୀ
ଅପରେସନ ସିନ୍ଦୂର ହେଉଛି ଭାରତର ନୀତି, ଉଦ୍ଦେଶ୍ୟ ଏବଂ ନିର୍ଣ୍ଣାୟକ ଶକ୍ତିର ତ୍ରିମୂର୍ତ୍ତି: ପ୍ରଧାନମନ୍ତ୍ରୀ
ଯେତେବେଳେ ଆମର ଭଉଣୀ ଏବଂ ଝିଅମାନଙ୍କ ମଥାର ସିନ୍ଦୁର ଲିଭାଇ ଦିଆଗଲା, ଆମେ ଆତଙ୍କବାଦୀମାନଙ୍କୁ ସେମାନଙ୍କ ଆଡ୍ଡାରେ ନିପାତ କଲୁ: ପ୍ରଧାନମନ୍ତ୍ରୀ
ଆତଙ୍କବାଦର ମାଷ୍ଟରମାଇଣ୍ଡମାନେ ଏବେ ଜାଣିଛନ୍ତି ଯେ ଭାରତକୁ ଆଖି ଦେଖାଇବା ଦ୍ୱାରା ବିନାଶ ବ୍ୟତୀତ ଆଉ କିଛି ହେବ ନାହିଁ: ପ୍ରଧାନମନ୍ତ୍ରୀ
ପାକିସ୍ତାନରେ କେବଳ ଆତଙ୍କବାଦୀ ଆଡ୍ଡା ଏବଂ ବାୟୁସେନା ଧ୍ୱଂସ କରାଯାଇ ନାହିଁ, ବରଂ ସେମାନଙ୍କର ମନ୍ଦ ଉଦ୍ଦେଶ୍ୟ ଏବଂ ଦୁଃସାହସ ମଧ୍ୟ ପରାସ୍ତ ହୋଇଛି: ପ୍ରଧାନମନ୍ତ୍ରୀ
ଆତଙ୍କବାଦ ବିରୋଧରେ ଭାରତର ଲକ୍ଷ୍ମଣ ରେଖା ଏବେ ସ୍ପଷ୍ଟ, ଯଦି ଆଉ ଏକ ଆତଙ୍କବାଦୀ ଆକ୍ରମଣ ହୁଏ, ତେବେ ଭାରତ ଜବାବ ଦେବ ଏବଂ ତାହା ଏକ ନିର୍ଣ୍ଣାୟକ ଜବାବ ହେବ: ପ୍ରଧାନମନ୍ତ୍ରୀ
ଅପରେସନ ସିନ୍ଦୂରର ପ୍ରତ୍ୟେକ ମୁହୂର୍ତ୍ତ ଭାରତର ସଶସ୍ତ୍ର ବାହିନୀର ଶକ୍ତିର ପ୍ରମାଣ: ପ୍ରଧାନମନ୍ତ୍ରୀ
ଯଦି ପାକିସ୍ତାନ ଆଉ କୌଣସି ଆତଙ୍କବାଦୀ କାର୍ଯ୍ୟକଳାପ
ସେ ଘୋଷଣା କରିଥିଲେ ଯେ ଯେତେବେଳେ ଭାରତର ସେନା ପରମାଣୁ ବ୍ଲାକମେଲର ବିପଦକୁ ଦୂର କରିବେ, ସେତେବେଳେ ସ୍ବର୍ଗ ମର୍ତ୍ତ୍ୟ ପାତାଳରେ ଗୋଟିଏ ଧ୍ବନି ପ୍ରତିଧ୍ୱନିତ ହେବ - 'ଭାରତ ମାତା କି ଜୟ'

ଭାରତ ମାତା କୀ ଜୟ !

ଭାରତ ମାତା କୀ ଜୟ !

ଭାରତ ମାତା କୀ ଜୟ !

 

ଏହି ଜୟଘୋଷର ଶକ୍ତିକୁ ଏବେ ଏବେ ସାରା ଦୁନିଆଁ ଦେଖୁଛି। ଭାରତ ମାତା କୀ ଜୟ, ଏହା କେବଳ ଏକ ଘୋଷଣା ନୁହେଁ, ଏହା ଦେଶର ପ୍ରତିଟି ସେଇ ସୈନିକଙ୍କର ଶପଥ ଅଟେ, ଯିଏ ଦେଶମାତୃକାର ସମ୍ମାନ ଓ ମର୍ଯ୍ୟାଦା ପାଇଁ ଜୀବନକୁ ବାଜି ଲଗାଇ ଥାଏ। ଏହା ଦେଶର ପ୍ରତିଟି ନାଗରିକଙ୍କର ସ୍ୱର, ଯିଏ ଦେଶ ପାଇଁ ବଂଚିବାକୁ ଇଚ୍ଛା କରନ୍ତି, ଯିଏ କିଛି କରିବାକୁ ଇଚ୍ଛା କରନ୍ତି।

 

ଭାରତ ମାତା କୀ ଜୟ, ଯୁଦ୍ଧକ୍ଷେତ୍ରରେ ମଧ୍ୟ ଶୁଣାଯାଏ ଏବଂ ଅଭିଯାନରେ ମଧ୍ୟ ଶୁଣାଯାଏ। ଯେତେବେଳେ ଭାରତୀୟ ସେନା ଭାରତ ମାତା କୀ ଜୟ ଉଚ୍ଚାରଣ କରନ୍ତି, ସେତେବେଳ, ଶତ୍ରୁଙ୍କର କଲିଜାରେ କମ୍ପନ ସୃଷ୍ଟି ହୁଏ। ଯେତେବେଳେ ଆମର ଡ୍ରୋନ୍ସ, ଶତ୍ରୁଙ୍କ ଦୁର୍ଗର ପ୍ରାଚୀରକୁ ଧ୍ୱଂସ କରେ, ଯେତେବେଳେ ଆମର ମିସାଇଲ୍‌ମାନ କ୍ଷୀପ୍ରଗତିରେ ଲକ୍ଷ୍ୟସ୍ଥଳରେ ପହଁଚିଥାଏ, ସେତେବେଳେ ଶତ୍ରୁକୁ ଶୁଣାଯାଏ ଭାରତ ମାତା କୀ ଜୟ! ଯେତେବେଳେ ରାତିର ଅନ୍ଧକାର ମଧ୍ୟରେ ମଧ୍ୟ ଆମେ ସୂର୍ଯ୍ୟଙ୍କ ଉଦୟ କରିଥାଉ ସେତେବେଳେ ଶତ୍ରୁଙ୍କୁ ଦେଖାଯାଏ ଭାରତ ମାତା କୀ ଜୟ! ଯେତେବେଳେ ଆମର ସେନା ପରମାଣୁ ଧମକର ଜବାବ ଦିଏ, ସେତେବେଳେ ଆକାଶରୁ ପାତାଳ ପର୍ଯ୍ୟନ୍ତ ଗୋଟିଏ କଥା ଶୁଭିଥାଏ! ଭାରତ ମାତା କୀ ଜୟ!

 

ବନ୍ଧୁଗଣ,

ବାସ୍ତବରେ, ଆପଣମାନେ ସମସ୍ତେ କୋଟି-କୋଟି ଭାରତୀୟଙ୍କର ଛାତି ପ୍ରଶସ୍ତ କରି ଦେଇଛନ୍ତି, ପ୍ରତ୍ୟେକ ଭାରତୀୟଙ୍କ ମଥା ଗର୍ବରେ ଉଚ୍ଚା କରିଦେଇଛନ୍ତି। ଆପଣମାନେ ଇତିହାସ ସୃଷ୍ଟି କରିଛନ୍ତି ଏବଂ ମୁଁ ଆଜି ସକାଳେ ଆପଣମାନଙ୍କ ମଧ୍ୟକୁ ଆସିଛି, ଆପଣଙ୍କୁ ସାକ୍ଷାତ କରିବାକୁ। ଯେତେବେଳେ ବୀରଙ୍କ ପାଦ ଧରଣୀରେ ପଡ଼େ, ସେତେବେଳେ ଧରଣୀ ମା’ ଧନ୍ୟ ହୋଇଯାଏ। ଯେତେବେଳେ ବୀରଙ୍କର ଦର୍ଶନ କରିବାର ସୁଯୋଗ ମିଳେ, ସେତେବେଳେ ଜୀବନ ଧନ୍ୟ ହୋଇଥାଏ। ସେଥିପାଇଁ, ମୁଁ ଆଜି ସକାଳୁ ସକାଳୁ ଆପଣଙ୍କୁ ସାକ୍ଷାତ କରିବାକୁ ଏଠାରେ ପହଁଚିଛି। ଆଜିଠାରୁ ବହୁ ଦଶକ ପରେ ମଧ୍ୟ ଯେତେବେଳେ ଭାରତର ଏହି ପରାକ୍ରମର ଚର୍ଚ୍ଚା ହେବ, ସେତେବେଳେ ସର୍ବପ୍ରଥମ ଆପଣ ଏବଂ ଆପଣମାନଙ୍କ ସାଥୀଙ୍କ ଚର୍ଚ୍ଚା ପ୍ରମୁଖ ବିଷୟବସ୍ତୁ ହେବ। ଆପଣମାନେ ବର୍ତ୍ତମାନ ସମୟ ସହିତ ଦେଶର ଆସନ୍ତା ପିଢି ପାଇଁ ମଧ୍ୟ ନୂତନ ପ୍ରେରଣା ସୃଷ୍ଟି କରିପାରିଛନ୍ତି। ମୁଁ ଏହି ଭୂମିରୁ ବର୍ତ୍ତମାନ ସବୁ ବାୟୁସେନା, ଜଳସେନା ଏବଂ ସ୍ଥଳସେନାର ପ୍ରତ୍ୟେକ ଯୋଦ୍ଧାଙ୍କୁ ସାଲ୍ୟୁଟ୍ କରୁଛି। ଆପଣଙ୍କର ପରାକ୍ରମ ପାଇଁ ଆଜି ସାରା ଦେଶର କୋଣ ଅନୁକୋଣରେ ଅପରେସନ ସିନ୍ଦୁରର ଗୁଞ୍ଜରଣ ଶୁଣାଯାଉଛି। ଏହି ସମସ୍ତ କାର୍ଯ୍ୟକଳାପରେ ପ୍ରତିଟି ଭାରତୀୟ ଆପଣଙ୍କ ସହିତ ଛିଡ଼ା ହୋଇଛନ୍ତି, ପ୍ରତିଟି ଭାରତୀୟଙ୍କର ପ୍ରାର୍ଥନା ଆପଣଙ୍କ ସହିତ ରହିଛି। ଆଜି ପ୍ରତିଟି ଦେଶବାସୀ ତାଙ୍କର ସୈନିକ ଏବଂ ସେମାନଙ୍କ ପରିବାରଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରୁଛି, ସେମାନଙ୍କର ଋଣୀ ରହିଛି।

 

ବନ୍ଧୁଗଣ,

ଅପରେସନ୍ ସିନ୍ଦୁର କୌଣସି ସାଧାରଣ ସେନା ଅଭିଯାନ ନୁହେଁ। ଏହା ଭାରତର ନୀତି, ପ୍ରଣାଳୀ ଏବଂ ନିର୍ଣ୍ଣାୟକ ଶକ୍ତିର ତ୍ରିବେଣୀ। ଭାରତ ବୁଦ୍ଧଙ୍କର ମଧ୍ୟ ଭୂମି ଏବଂ ଗୁରୁ ଗୋବିନ୍ଦ ସିଂହଙ୍କର ମଧ୍ୟ ଭୂମି। ଗୁରୁ ଗୋବିନ୍ଦ ସିଂହ କହିଥିଲେ- ‘’ସୱା ଲାକ୍ଷ ସେ ଏକ ଲଡ଼ାଓଁ, ଚିଡ଼ିଅନ୍ ତେ ମେଁ ବାଜ ତୁଡାଓଁ, ତବେ ଗୁରୁ ଗୋବିନ୍ଦ ସିଂହ ନାମ କହାଁଉଁ।” ଅଧର୍ମର ନାଶ ଓ ଧର୍ମର ସ୍ଥାପନା ପାଇଁ ଶସ୍ତ୍ର ଉଠେଇବା, ଏହା ଆମର ପରମ୍ପରା। ସେଥିପାଇଁ ଯେତେବେଳେ ଆମର ଭଉଣୀ ଓ ଝିଅମାନଙ୍କ ସିନ୍ଦୂର ଛଡାଇ ନିଆଗଲା, ସେତେବେଳେ ଆମେ ଆତଙ୍କବାଦୀଙ୍କର ଘରେ ପଶି ତାଙ୍କର ଫଣାକୁ ଦଳି ଦେଇଥିଲୁ। ସେମାନେ ଭୀରୁ କାପୁରୁଷ ପରି ଲୁଚି କି ଆସିଥିଲେ, କିନ୍ତୁ ସେମାନେ ଭୁଲିଯାଇଥିଲେ, ସେମାନେ ଯାହାକୁ ଆହ୍ୱାନ ଦେଉଛନ୍ତି, ସେମାନେ ଭାରତୀୟ ସେନା ଅଟନ୍ତି ବୋଲି। ଆପଣମାନେ ସେମାନଙ୍କୁ ସାମ୍ନାରୁ ଆକ୍ରମଣ କରି ହତ୍ୟା କରିଛନ୍ତି, ଆପଣମାନେ ଆତଙ୍କର ସମସ୍ତ ବଡ଼ ଆଡ୍‌ଡାଗୁଡିକୁ ମାଟିରେ ମିଶାଇ ଦେଇଛନ୍ତି, ୯ଟି ଆତଙ୍କୀ ଆଡ୍ଡା ଧ୍ୱଂସ ପାଇଛି। ୧୦୦ରୁ ଅଧିକ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି, ଆତଙ୍କବାଦୀଙ୍କ ସର୍ଦ୍ଦାରର ଏବେ ଜ୍ଞାନ ଉଦୟ ହୋଇଛି, ଭାରତ ଆଡେ ନଜର ଉଠାଇଲେ ଏହିପରି ଏକମାତ୍ର ପରିଣାମ ହେଉଛି ଧ୍ୱଂସ! ଭାରତରେ ନିର୍ଦ୍ଦୋଷ ଲୋକମାନଙ୍କର ରକ୍ତ ବୁହାଇଲେ ଏକମାତ୍ର ପରିଣାମ ହେବ ବିନାଶ ଓ ମହାବିନାଶ! ଯେଉଁ ପାକିସ୍ତାନୀ ସେନାର ସମର୍ଥନରେ ଏହି ଆତଙ୍କବାଦୀ ବସିଥିଲେ, ଭାରତର ସ୍ଥଳସେନା, ଭାରତର ବାୟୁ ସେନା ଓ ଭାରତର ଜଳସେନା, ସେହି ପାକିସ୍ତାନୀ ସେନାକୁ ଧୂଳିସାତ୍‌ କରିପାରିଛି। ଆପଣ ପାକିସ୍ତାନୀ ସେନାକୁ ମଧ୍ୟ ଜଣେଇ ଦେଇଛନ୍ତି ପାକିସ୍ତାନରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ବସି ଆତଙ୍କବାଦୀମାନେ ଆରାମରେ ନିଃଶ୍ୱାସ ନେଇପାରିବେ। ଆମେ ଘରେ ପଶି ମାରିବୁ ଏବଂ ବଂଚିବାର ଗୋଟିଏ ବି ସୁଯୋଗ ଦେବୁନାହିଁ। ଆମର ଡ୍ରୋନ୍, ଆମର ମିସାଇଲ୍, ବିଷୟରେ ଚିନ୍ତା କରି ପାକିସ୍ତାନକୁ କେତେ ଦିନ ପର୍ଯ୍ୟନ୍ତ ନିଦ୍ରା ଆସିବ ନାହିଁ। ‘କୌଶଳ ଦିଖାୟା ଚାଲୋ ମେଁ ଉଡଗୟା ଭୟାନକ ଭାଲୋ ମେଁ’ । ନିର୍ଭୀକ ଗୟା ବହ ଢାଲୋ ମେଁ ସରପଟ ଦୌଡା କର ବାଲୋ ମେଁ ‘ । ଏହି ଉକ୍ତିଗୁଡିକ ମହାରାଣା ପ୍ରତାପଙ୍କର ଏକ ପ୍ରସିଦ୍ଧ ଘୋଡା ଚେତକ ଉପରେ ଲିଖିତ। କିନ୍ତୁ ଏହି ଉକ୍ତିଗୁଡିକ ଆଜିର ଆଧୁନିକ ଭାରତୀୟ ଅସ୍ତ୍ରଶସ୍ତ୍ର ସହିତ ମେଳ ଖାଉଛି।

 

ମୋର ବୀର ବନ୍ଧୁଗଣ,

ଅପରେସନ୍‌ ସିନ୍ଦୂର ମାଧ୍ୟମରେ ଆପଣ ଦେଶର ଆତ୍ମବଳକୁ ବୃଦ୍ଧି କରିଛନ୍ତି, ଦେଶକୁ ଏକତାର ସୂତ୍ରରେ ବାନ୍ଧିଛନ୍ତି, ଏବଂ ଆପଣ ଭାରତର ସୀମାଗୁଡିକୁ ସୁରକ୍ଷିତ କରିଛନ୍ତି, ଭାରତର ସ୍ୱାଭିମାନକୁ ନୂତନ ଉଚ୍ଚତା ଦେଇଛନ୍ତି।

 

ବନ୍ଧୁଗଣ,

ଆପଣ ସେହି କାମ କରିଛନ୍ତି, ଯାହା ଅଭୂତପୂର୍ବ, ଅକଳ୍ପନୀୟ, ଅଦ୍ଭୁତ। ଆମର ଏୟାରଫୋର୍ସ ପାକିସ୍ତାନରେ ଏତେ ଗଭୀର, ଆତଙ୍କୀ ଆଡ୍ଡାକୁ ଲକ୍ଷ୍ୟଧାର୍ଯ୍ୟ କରିଛି। କେବଳ ୨୦-୨୫ ମିନିଟ ମଧ୍ୟରେ, ସୀମା ପାର ଲକ୍ଷ୍ୟକୁ ଭେଦ କରିଛି। ଏହା ଏକ ଆଧୁନିକ ଜ୍ଞାନ କୌଶଳରେ ପରିପୂର୍ଣ୍ଣ ଏକ ପ୍ରୋଫେସନାଲ୍ ଶକ୍ତି ହିଁ କରିପାରିବ। ଆପଣଙ୍କର ଗତି ଓ ସଠିକତା, ଏହି ସ୍ତରରେ ଥିଲା ଯେ ଯାହା ଫଳରେ ଶତ୍ରୁମାନେ ଆବା-କାବା ହୋଇଗଲେ। ତାଙ୍କୁ ଜଣାପଡିଲା ନାହିଁ କେତେବେଳେ ତାଙ୍କର ଛାତି ଚିରି ହୋଇଗଲା।

 

ବନ୍ଧୁଗଣ,

ଆମର ଲକ୍ଷ୍ୟ ଥିଲା ପାକିସ୍ତାନ ମଧ୍ୟରେ ଥିବା ଆତଙ୍କବାଦୀ ଆଡ୍‌ଡାକୁ ଧ୍ୱଂସ କରବା। ଆତଙ୍କବାଦୀଙ୍କୁ ଧ୍ୱଂସ କରିବା। କିନ୍ତୁ ପାକିସ୍ତାନ ତାଙ୍କର ଯାତ୍ରୀବାହୀ ବିମାନକୁ ଆଗରେ ରଖି ଯେଉଁ ଷଡଯନ୍ତ୍ର କରିଥିଲା ମୁଁ କଳ୍ପନା କରିପାରୁଛି ସେହି ସମୟ କେତେ କଠିନ ହୋଇଥିବ। ଯେତେବେଳେ ସିଭିଲିୟନ ଏୟାରକ୍ରାଫ୍ଟ ଦେଖିବାକୁ ମିଳିଥିଲା। ମୋତେ ଗର୍ବ ହେଉଛି ଆପଣ ଖୁବ ସାବଧାନ, ଖୁବ ସତର୍କତାର ସହିତ ସିଭିଲିୟନ ଏୟାରକ୍ରାଫ୍ଟକୁ କୌଣସି କ୍ଷତି ନ କରି ଏହାକୁ ଧ୍ୱଂସ କରି ଦେଖାଇଛ। ତାହାର ଉତ୍ତର ତୁମେ ଦେଇଛ। ମୁଁ ଗର୍ବର ସହିତ କହିପାରିବି, ଯେ ତୁମେ ସମସ୍ତେ ନିଜ ନିଜର ସଠିକ୍‌ ଲକ୍ଷ୍ୟ ହାସଲ କରିପାରିଛ। ପାକିସ୍ତାନରେ କେବଳ ଆତଙ୍କବାଦୀ ଆଡ୍ଡା ଧ୍ୱଂସ ପାଇ ନଥିଲା ବରଂ ଆତଙ୍କବାଦୀମାନଙ୍କ ଖରାପ ଚିନ୍ତାଧାରା ଏବଂ ତାଙ୍କର ଦୁଃସାହସ ଦୁଇଟି ଯାକର ପରାଜୟ ହୋଇଥିଲା।

 

ବନ୍ଧୁଗଣ,

ଅପରେସନ ସିନ୍ଦୂର ଅଭିଯାନ ଦ୍ୱାରା ଭୟଭୀତ ଶତ୍ରୁ ଏହି ଏୟାର ବେସ୍ ବ୍ୟତୀତ ଆମର ଆହୁରି ଅନେକ ଏୟାର ବେସ୍ ଉପରେ ଆକ୍ରମଣ କରିବାର ଅନେକ ଥର ଉଦ୍ୟମ କରିଛି। ବାରମ୍ବାର, ସେମାନେ ଆମକୁ ଲକ୍ଷ୍ୟ କରିଛନ୍ତି। କିନ୍ତୁ ପାକିସ୍ତାନର ନୀଚ ଉଦ୍ଦେଶ୍ୟ ସବୁ ଥରକ ନିଷ୍ଫଳ ହୋଇଛି। ପାକିସ୍ତାନର ଡ୍ରୋନ, ତାଙ୍କର ୟୁଏଭି, ତାଙ୍କର ବିମାନ ଏବଂ ତାଙ୍କର ମିସାଇଲ, ଆମର ସଶକ୍ତ ଏୟାର ଡିଫେନ୍ସର ସାମ୍ନାରେ ହାର୍‌ ମାନିଛି। ମୁଁ ଦେଶର ସମସ୍ତ ଏୟାରବେସ୍ ସହିତ ଜଡିତ ନେତୃତ୍ୱକୁ, ଭାରତୀୟ ବାୟୁ ସେନାର ପ୍ରତିଟି ବୀର ବାୟୁ ଯୋଦ୍ଧାଙ୍କୁ ହୃଦୟରୁ ପ୍ରଶଂସା କରୁଛି, ଆପଣମାନେ ପ୍ରକୃତରେ ବହୁତ ଭଲ କାମ କରିଛନ୍ତି।

 

ବନ୍ଧୁଗଣ,

ଆତଙ୍କବାଦ ବିରୁଦ୍ଧରେ ଭାରତର ଲକ୍ଷ୍ମଣ ରେଖା ବର୍ତ୍ତମାନ ସ୍ପଷ୍ଟ ହୋଇଛି। ଏବେ ପୁନର୍ବାର ଯଦି କୌଣସି ଆତଙ୍କବାଦୀ ଆକ୍ରମଣ ହୁଏ ତେବେ ଭାରତ ଜବାବ ଦେବ, ନିଶ୍ଚୟ ଜବାବ ଦେବ। ଏହା ସଜିର୍କାଲ ଷ୍ଟ୍ରାଇକ ସମୟରେ ଦେଖିଛୁ, ଏବଂ ବର୍ତ୍ତମାନ ଅପରେସନ୍ ସିନ୍ଦୂର, ଭାରତଙ୍କ ନ୍ୟୁ ନର୍ମାଲ ଅଟେ। ଆଉ ଯେମିତି ମୁଁ କାଲି କହିଥିଲି, ଭାରତ ଏବେ ତିନି ସୂତ୍ରରେ ହସ୍ତକ୍ଷେପ ନିଷ୍ପତ୍ତି ନେଇଛି। ପ୍ରଥମରେ- ଭାରତ ଉପରେ ଯଦି ଆତଙ୍କବାଦୀ ଆକ୍ରମଣ ହୁଏ ତେବେ ଆମେ ଆମ ଉପାୟରେ, ଆମ ସର୍ତ୍ତରେ ଆମ ସମୟରେ ଜବାବ ଦେବୁ। ଦ୍ୱିତୀୟରେ- କୌଣସି ପ୍ରକାରର ନ୍ୟୁକ୍ଲିୟର୍ ବ୍ଲ୍ୟାକମେଲ୍ ଭାରତ ସହିବ ନାହିଁ। ତୃତୀୟରେ- ଆମେ ଆତଙ୍କବାଦୀଙ୍କୁ ସମର୍ଥନ କରୁଥିବା ସରକାର ଏବଂ ଆତଙ୍କବାଦୀଙ୍କ ସର୍ଦ୍ଦାରକୁ ଭିନ୍ନ ଦୃଷ୍ଟିରେ ଦେଖିବୁ ନାହିଁ। ବିଶ୍ୱ ମଧ୍ୟ ଭାରତର ଏହି ନୂତନ ରୂପକୁ, ଏହି ନୂତନ ବ୍ୟବସ୍ଥାକୁ ବୁଝି ଆଗକୁ ଅଗ୍ରସର ହେଉଛି।

 

 

ବନ୍ଧୁଗଣ,

ଅପରେସନ୍ ସିନ୍ଦୂରର ପ୍ରତ୍ୟେକଟି କ୍ଷଣ ଭାରତର ସେନା ସାମର୍ଥ୍ୟର ସାକ୍ଷୀ ଦେଉଛି। ଏହି ସମୟରେ ଆମର ସେନାଙ୍କର ତାଳେମେଳ, ମୁଁ କହିବି ବାସ୍ତବରେ ଉତ୍କୃଷ୍ଟ ଥିଲା। ଆର୍ମୀ ହେଉ, ନେଭୀ ହେଉ କିମ୍ବା ଏୟାର ଫୋର୍ସ, ସମସ୍ତଙ୍କର ତାଲମେଳ ବହୁତ ଜବରଦସ୍ତ ଥିଲା। ନେଭୀ ସମୁଦ୍ରରେ ତାଙ୍କର ପରାକ୍ରମ ଦେଖାଇଥିଲା। ସେନା ସୀମାରେ ତା’ର ସୁଦୃଢତା ଜାହିର କଲା ଏବଂ, ଭାରତୀୟ ବାୟୁ ସେନା ଆକ୍ରମଣ କରିଛି ଏବଂ ରକ୍ଷା ମଧ୍ୟ କରିଛି। ବିଏସ୍‌ଏଫ ଏବଂ ଅନ୍ୟାନ୍ୟ ଶକ୍ତିଗୁଡିକ ମଧ୍ୟ ଅଦ୍ଭୁତ କ୍ଷମତା ପ୍ରଦର୍ଶନ କରିଛନ୍ତି। ଇଣ୍ଟିଗ୍ରେଟେଡ୍‌ ଏୟାର ଆଣ୍ଡ ଲ୍ୟାଣ୍ଡ କୋମ୍ବାଟ୍‌ ସିଷ୍ଟମ୍‌ ପ୍ରଶଂସନୀୟ କାମ କରିଛି। ଏହା ହେଉଛି, ଏକତା, ଏହା ଏବେ ଭାରତୀୟ ସେନା ସାମର୍ଥ୍ୟର ଏକ ଶକ୍ତିଶାଳୀ ପରିଚୟ ସୃଷ୍ଟି କରିଛି।

 

ବନ୍ଧୁଗଣ,

ଅପରେସନ୍ ସିନ୍ଦୂରରେ ଜନବଳ ସହ ମେଶିନ ସାମର୍ଥ୍ୟର ତାଳମେଳ ମଧ୍ୟ ଅଦ୍ଭୁତ ଥିଲା। ଭାରତର ପାରମ୍ପରିକ ଏୟାର୍ ଡିଫେନ୍ସ୍ ସିଷ୍ଟମ୍ ହେଉ, ଯାହା ବହୁତ ଲଢେଇ ଦେଖିଛି, କିମ୍ବା ଆକାଶ ପରି ଆମର ମେଡ ଇନ୍ ଇଣ୍ଡିଆ ପ୍ଲାଟଫର୍ମ ହେଉ, ଯାହାକୁ S-400 ଭଳି ଆଧୁନିକ ଓ ସଶକ୍ତ ଡିଫେନ୍ସ୍ ସିଷ୍ଟମ୍ ଅଭୂତପୂର୍ବ ମଜବୁତି ଦେଇଛି। ଏହି ମଜବୁତ ସୁରକ୍ଷା କବଚ ଭାରତର ପରିଚୟ ହୋଇପାରିଛି। ପାକିସ୍ତାନର ଲକ୍ଷେ ଚେଷ୍ଟା ପରେ ମଧ୍ୟ, ଆମର ଏୟାରବେସ୍ ହେଉ କିମ୍ବା ଆମର ଅନ୍ୟ ଡିଫେନ୍ସ୍ ଭିତ୍ତିଭୂମି, ଏହା ଉପରେ ଆଞ୍ଚ ମଧ୍ୟ ଆସିନାହିଁ। ଏହାର ସବୁ ଶ୍ରେୟ ଆପଣମାନଙ୍କୁ ଯାଉଛି, ମୋତେ ଗର୍ବ ଅନୁଭବ ହେଉଛି ଆପଣମାନଙ୍କ ଉପରେ, ସୀମାରେ ନିୟୋଜିତ ଥିବା ପ୍ରତ୍ୟେକ ସୈନିକ, ଏହି ଅପରେସନ୍‌ରେ ଜଡିତ ସମସ୍ତ ବ୍ୟକ୍ତିଙ୍କୁ ଏହାର ଶ୍ରେୟ ଯାଉଛି।

 

ବନ୍ଧୁଗଣ,

ଆଜି ଆମ ପାଖରେ ନୂତନ ଏବଂ cutting edge technology ର ଏମିତି ସାମର୍ଥ୍ୟ ଅଛି, ଯାହା ପାକିସ୍ତାନ ମୁକାବିଲା କରିପାରିବ ନାହିଁ। ବିଗତ ଦଶକରେ ଏୟାରଫୋର୍ସ ସହିତ, ଆମର ସମସ୍ତ ସେନାଙ୍କ ପାଖରେ, ବିଶ୍ୱର ଶ୍ରେଷ୍ଠ ବୈଷୟିକ ଜ୍ଞାନକୌଶଳ ପହଞ୍ଚିପାରିଛି। କିନ୍ତୁ ଆମେ ସମସ୍ତେ ଜାଣିଛୁ, ନୂତନ ଟେକ୍ନୋଲୋଜୀ ସହ ଗୁଡ଼ିଏ ସମସ୍ୟା ମଧ୍ୟ ଆସିଥାଏ। ଜଟିଳ ଏବଂ ସଂକୀର୍ଣ୍ଣ ପ୍ରଣାଳୀଗୁଡ଼ିକର ଭାରସାମ୍ୟ ରଖିବା, ସେଗୁଡିକର କାର୍ଯ୍ୟ କ୍ଷମତା ସହିତ ଉପଯୋଗ କରିବା ଏକ ବହୁତ ବଡ଼ କୌଶଳ। ଆପଣମାନେ ଟେକ୍ନୋଲୋଜୀକୁ କୌଶଳ ସହିତ ଯୋଡ଼ି ଦେଖାଇଛନ୍ତି। ଆପଣ ପ୍ରମାଣିତ କରିଛନ୍ତି ଯେ ଆପଣମାନେ ଏହି ଖେଳରେ, ଦୁନିଆରେ ସର୍ବୋତ୍ତମ ଅଟନ୍ତି। ଭାରତର ବାୟୁସେନା ବର୍ତ୍ତମାନ କେବଳ ଅସ୍ତ୍ରଗୁଡ଼ିକରୁ ନୁହେଁ, ତଥ୍ୟ ଏବଂ ଡ୍ରୋନ୍‌ଗୁଡ଼ିକ ମାଧ୍ୟମରେ ମଧ୍ୟ ଶତ୍ରୁ ପକ୍ଷକୁ ହରାଇବାରେ କୁଶଳୀ ହୋଇପାରିଛନ୍ତି।

 

ବନ୍ଧୁଗଣ,

ପାକିସ୍ତାନର ନିବେଦନ ପରେ ଭାରତ କେବଳ ସୈନ୍ୟ କାର୍ଯ୍ୟକାଳାପକୁ ସ୍ଥଗିତ ରଖିଛି। ଯଦି ପାକିସ୍ତାନ ପୁନର୍ବାର ଆତଙ୍କବାଦୀ କାର୍ଯ୍ୟକଳାପ କରେ କିମ୍ବା ସେନା ଦୁଃସାହସ ଦେଖାଏ, ତେବେ ଆମେ ତାହାର ଉଚିତ ଜବାବ ଦେବୁ। ଏହି ଜବାବ, ଆମର ସର୍ତ୍ତରେ, ଆମର ଢଙ୍ଗରେ ହେବ। ଏହି ନିର୍ଣ୍ଣୟର ମୂଳ ଆଧାର ହେଉଛି, ଏହା ପଛରେ ଲୁଚିଥିବା ବିଶ୍ୱାସ, ଆପଣଙ୍କର ସହନଶୀଳତା, ସାହସ, ଶୌର୍ଯ୍ୟ ଏବଂ ସତର୍କତା। ଆପଣଙ୍କୁ ଏହି ଦୃଢତା, ଏହି ଚେଷ୍ଟା, ଏହି ଉତ୍ସାହକୁ ଏମିତି ଭାବରେ ନିରନ୍ତର ଜାରି ରଖିବାକୁ ହେବ। ଆମକୁ ନିରନ୍ତର ସଜାଗ ରହିବାକୁ ହେବ, ଆମକୁ ପ୍ରସ୍ତୁତ ରହିବାକୁ ହେବ। ଆମେ ଶତ୍ରୁଙ୍କୁ ଭୁଲାଇ ଦେବା ନାହିଁ ଯେ ଏହା ହେଉଛି ନୂତନ ଭାରତ। ଏହି ଭାରତ ଶାନ୍ତି ଚାହୁଛି, କିନ୍ତୁ ଯଦି ମାନବତା ବିରୁଦ୍ଧରେ ଆକ୍ରମଣ ହୁଏ, ତେବେ ଏହି ଭାରତ ଯୁଦ୍ଧକ୍ଷେତ୍ରରେ ଶତ୍ରୁଙ୍କୁ ମାଟିରେ ମିଶାଇବାର କ୍ଷମତା ଭଲ ଭାବରେ ଜାଣିଛି। ଏହି ସଂକଳ୍ପ ସହିତ ଆସନ୍ତୁ, ଆଉ ଥରେ କୁହନ୍ତୁ.......

 

ଭାରତ ମାତା କୀ ଜୟ ! ଭାରତ ମାତା କୀ ଜୟ !

ବନ୍ଦେ ମାତରମ୍। ବନ୍ଦେ ମାତରମ୍।

ବନ୍ଦେ ମାତରମ୍। ବନ୍ଦେ ମାତରମ୍।

ବନ୍ଦେ ମାତରମ୍। ବନ୍ଦେ ମାତରମ୍।

ବନ୍ଦେ ମାତରମ୍। ବନ୍ଦେ ମାତରମ୍।

ବନ୍ଦେ ମାତରମ୍।

ବହୁତ-ବହୁତ ଧନ୍ୟବାଦ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
World Exclusive | Almost like a miracle: Putin praises India's economic rise since independence

Media Coverage

World Exclusive | Almost like a miracle: Putin praises India's economic rise since independence
NM on the go

Nm on the go

Always be the first to hear from the PM. Get the App Now!
...
India–Russia friendship has remained steadfast like the Pole Star: PM Modi during the joint press meet with Russian President Putin
December 05, 2025

Your Excellency, My Friend, राष्ट्रपति पुतिन,
दोनों देशों के delegates,
मीडिया के साथियों,
नमस्कार!
"दोबरी देन"!

आज भारत और रूस के तेईसवें शिखर सम्मेलन में राष्ट्रपति पुतिन का स्वागत करते हुए मुझे बहुत खुशी हो रही है। उनकी यात्रा ऐसे समय हो रही है जब हमारे द्विपक्षीय संबंध कई ऐतिहासिक milestones के दौर से गुजर रहे हैं। ठीक 25 वर्ष पहले राष्ट्रपति पुतिन ने हमारी Strategic Partnership की नींव रखी थी। 15 वर्ष पहले 2010 में हमारी साझेदारी को "Special and Privileged Strategic Partnership” का दर्जा मिला।

पिछले ढाई दशक से उन्होंने अपने नेतृत्व और दूरदृष्टि से इन संबंधों को निरंतर सींचा है। हर परिस्थिति में उनके नेतृत्व ने आपसी संबंधों को नई ऊंचाई दी है। भारत के प्रति इस गहरी मित्रता और अटूट प्रतिबद्धता के लिए मैं राष्ट्रपति पुतिन का, मेरे मित्र का, हृदय से आभार व्यक्त करता हूँ।

Friends,

पिछले आठ दशकों में विश्व में अनेक उतार चढ़ाव आए हैं। मानवता को अनेक चुनौतियों और संकटों से गुज़रना पड़ा है। और इन सबके बीच भी भारत–रूस मित्रता एक ध्रुव तारे की तरह बनी रही है।परस्पर सम्मान और गहरे विश्वास पर टिके ये संबंध समय की हर कसौटी पर हमेशा खरे उतरे हैं। आज हमने इस नींव को और मजबूत करने के लिए सहयोग के सभी पहलुओं पर चर्चा की। आर्थिक सहयोग को नई ऊँचाइयों पर ले जाना हमारी साझा प्राथमिकता है। इसे साकार करने के लिए आज हमने 2030 तक के लिए एक Economic Cooperation प्रोग्राम पर सहमति बनाई है। इससे हमारा व्यापार और निवेश diversified, balanced, और sustainable बनेगा, और सहयोग के क्षेत्रों में नए आयाम भी जुड़ेंगे।

आज राष्ट्रपति पुतिन और मुझे India–Russia Business Forum में शामिल होने का अवसर मिलेगा। मुझे पूरा विश्वास है कि ये मंच हमारे business संबंधों को नई ताकत देगा। इससे export, co-production और co-innovation के नए दरवाजे भी खुलेंगे।

दोनों पक्ष यूरेशियन इकॉनॉमिक यूनियन के साथ FTA के शीघ्र समापन के लिए प्रयास कर रहे हैं। कृषि और Fertilisers के क्षेत्र में हमारा करीबी सहयोग,food सिक्युरिटी और किसान कल्याण के लिए महत्वपूर्ण है। मुझे खुशी है कि इसे आगे बढ़ाते हुए अब दोनों पक्ष साथ मिलकर यूरिया उत्पादन के प्रयास कर रहे हैं।

Friends,

दोनों देशों के बीच connectivity बढ़ाना हमारी मुख्य प्राथमिकता है। हम INSTC, Northern Sea Route, चेन्नई - व्लादिवोस्टोक Corridors पर नई ऊर्जा के साथ आगे बढ़ेंगे। मुजे खुशी है कि अब हम भारत के seafarersकी polar waters में ट्रेनिंग के लिए सहयोग करेंगे। यह आर्कटिक में हमारे सहयोग को नई ताकत तो देगा ही, साथ ही इससे भारत के युवाओं के लिए रोजगार के नए अवसर बनेंगे।

उसी प्रकार से Shipbuilding में हमारा गहरा सहयोग Make in India को सशक्त बनाने का सामर्थ्य रखता है। यह हमारेwin-win सहयोग का एक और उत्तम उदाहरण है, जिससे jobs, skills और regional connectivity – सभी को बल मिलेगा।

ऊर्जा सुरक्षा भारत–रूस साझेदारी का मजबूत और महत्वपूर्ण स्तंभ रहा है। Civil Nuclear Energy के क्षेत्र में हमारा दशकों पुराना सहयोग, Clean Energy की हमारी साझा प्राथमिकताओं को सार्थक बनाने में महत्वपूर्ण रहा है। हम इस win-win सहयोग को जारी रखेंगे।

Critical Minerals में हमारा सहयोग पूरे विश्व में secure और diversified supply chains सुनिश्चित करने के लिए महत्वपूर्ण है। इससे clean energy, high-tech manufacturing और new age industries में हमारी साझेदारी को ठोस समर्थन मिलेगा।

Friends,

भारत और रूस के संबंधों में हमारे सांस्कृतिक सहयोग और people-to-people ties का विशेष महत्व रहा है। दशकों से दोनों देशों के लोगों में एक-दूसरे के प्रति स्नेह, सम्मान, और आत्मीयताका भाव रहा है। इन संबंधों को और मजबूत करने के लिए हमने कई नए कदम उठाए हैं।

हाल ही में रूस में भारत के दो नए Consulates खोले गए हैं। इससे दोनों देशों के नागरिकों के बीच संपर्क और सुगम होगा, और आपसी नज़दीकियाँ बढ़ेंगी। इस वर्ष अक्टूबर में लाखों श्रद्धालुओं को "काल्मिकिया” में International Buddhist Forum मे भगवान बुद्ध के पवित्र अवशेषों का आशीर्वाद मिला।

मुझे खुशी है कि शीघ्र ही हम रूसी नागरिकों के लिए निशुल्क 30 day e-tourist visa और 30-day Group Tourist Visa की शुरुआत करने जा रहे हैं।

Manpower Mobility हमारे लोगों को जोड़ने के साथ-साथ दोनों देशों के लिए नई ताकत और नए अवसर create करेगी। मुझे खुशी है इसे बढ़ावा देने के लिए आज दो समझौतेकिए गए हैं। हम मिलकर vocational education, skilling और training पर भी काम करेंगे। हम दोनों देशों के students, scholars और खिलाड़ियों का आदान-प्रदान भी बढ़ाएंगे।

Friends,

आज हमने क्षेत्रीय और वैश्विक मुद्दों पर भी चर्चा की। यूक्रेन के संबंध में भारत ने शुरुआत से शांति का पक्ष रखा है। हम इस विषय के शांतिपूर्ण और स्थाई समाधान के लिए किए जा रहे सभी प्रयासों का स्वागत करते हैं। भारत सदैव अपना योगदान देने के लिए तैयार रहा है और आगे भी रहेगा।

आतंकवाद के विरुद्ध लड़ाई में भारत और रूस ने लंबे समय से कंधे से कंधा मिलाकर सहयोग किया है। पहलगाम में हुआ आतंकी हमला हो या क्रोकस City Hall पर किया गया कायरतापूर्ण आघात — इन सभी घटनाओं की जड़ एक ही है। भारत का अटल विश्वास है कि आतंकवाद मानवता के मूल्यों पर सीधा प्रहार है और इसके विरुद्ध वैश्विक एकता ही हमारी सबसे बड़ी ताक़त है।

भारत और रूस के बीच UN, G20, BRICS, SCO तथा अन्य मंचों पर करीबी सहयोग रहा है। करीबी तालमेल के साथ आगे बढ़ते हुए, हम इन सभी मंचों पर अपना संवाद और सहयोग जारी रखेंगे।

Excellency,

मुझे पूरा विश्वास है कि आने वाले समय में हमारी मित्रता हमें global challenges का सामना करने की शक्ति देगी — और यही भरोसा हमारे साझा भविष्य को और समृद्ध करेगा।

मैं एक बार फिर आपको और आपके पूरे delegation को भारत यात्रा के लिए बहुत बहुत धन्यवाद देता हूँ।