୧୨-୧୪ ବର୍ଷ ବୟସ ବର୍ଗର ପିଲା ଏବଂ ୬୦ବର୍ଷରୁ ଅଧିକ ବୟସ୍କ ସମସ୍ତଙ୍କୁ ଟିକାକରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ଵାନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଆମ ନାଗରିକମାନଙ୍କ ଟିକାକରଣ ଲାଗି ଭାରତର ପ୍ରୟାସରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ୧୨ରୁ ୧୪ ବର୍ଷ ବୟସର ସବୁ ପିଲା ଏବଂ ୬୦ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ସମସ୍ତେ କୋଭିଡ ପ୍ରତିଷେଧକ ଟିକା ନେବାକୁ ଆଗେଇ ଆସିବାକୁ ପ୍ରଧାନମନ୍ତ୍ରୀ ଆହ୍ଵାନ କରିଛନ୍ତି ।

ଏକାଧିକ ଟୁଇଟ୍‌ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି;

‘‘ଆମ ନାଗରିକମାନଙ୍କ ଟିକାକରଣ ଲାଗି ଭାରତର ପ୍ରୟାସରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିବସ । ଏବେ ଠାରୁ ୧୨ରୁ ୧୪ ବର୍ଷ ବୟସ୍କ ପିଲାମାନେ ଟିକା ନେବାକୁ ଯୋଗ୍ୟ ହୋଇପାରିଛନ୍ତି । ସେହିପରି ୬୦ ବର୍ଷରୁ ଅଧିକ ବୟସ୍କ ସବୁ ନାଗରିକ ଆଜି ଠାରୁ ବୁଷ୍ଟର ଡୋଜ୍‌ ନେଇପାରିବେ । ଏହି ବୟସ ବର୍ଗର ଲୋକମାନଙ୍କୁ ଟିକା ନେବା ପାଇଁ ମୁଁ ନିବେଦନ କରୁଛି ।’’

‘‘ସମଗ୍ର ବିଶ୍ୱ କଥା ଚିନ୍ତା କରିବା ଲାଗି ଭାରତର ପ୍ରାଚୀନ ନୀତି ଅନୁରୂପ, ଆମେ ଭାକ୍ସିନ ମୈତ୍ରୀ କାର୍ଯ୍ୟକ୍ରମ ଅଧୀନରେ ବିଭିନ୍ନ ରାଷ୍ଟ୍ରକୁ ଟିକା ପଠାଇଛୁ । ଭାରତର ଟିକାକରଣ ପ୍ରୟାସ କୋଭିଡ-୧୯ ବିରୋଧୀ ଲଢ଼େଇକୁ ଆହୁରି ମଜବୁତ କରିଥିବାରୁ ମୁଁ ଆନନ୍ଦିତ ।’’

‘‘ଆଜି, ଭାରତରେ, ଅନେକଗୁଡ଼ିଏ ‘ମେଡ୍‌ ଇନ୍‌ ଇଣ୍ଡିଆ’ ଟିକା ରହିଛି । ବିଧିବଦ୍ଧ ମୂଲ୍ୟାଙ୍କନ ପ୍ରକ୍ରିୟା ପରେ ଆମେ ଅନ୍ୟ ଟିକାଗୁଡ଼ିକୁ ମଧ୍ୟ ମଞ୍ଜୁରି ଦେଇଛୁ । ଏହି ପ୍ରାଣଘାତୀ ମହାମାରୀ ବିରୋଧୀ ଲଢ଼େଇରେ ଆମେ ଅପେକ୍ଷାକୃତ ଅଧିକ ଉନ୍ନତ ସ୍ଥିତିରେ ରହିଛୁ । ତେବେ ଆମ ସମସ୍ତଙ୍କୁ କୋଭିଡ ସଂକ୍ରାନ୍ତ ସମସ୍ତ ସତର୍କତା ଅବଲମ୍ବନ କରିବାକୁ ହେବ ।’’

 

 

 

 

 

 

 

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Political stability helped India seal major trade deals: PM Narendra Modi

Media Coverage

Political stability helped India seal major trade deals: PM Narendra Modi
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles the loss of lives in fire mishap in Bhiwadi, Rajasthan
February 16, 2026

Prime Minister Shri Narendra Modi today condoled the loss of lives fire mishap in Bhiwadi, Rajasthan.

The PMO India handle in post on X said:

“The fire mishap in Bhiwadi, Rajasthan, is tragic and deeply saddening. My condolences to those who have lost their loved ones. I pray for the speedy recovery of those injured: PM @narendramodi”