ଭାରତରେ ନିର୍ବାଚନ ଓ ଗଣତାନ୍ତ୍ରିକ ପ୍ରକ୍ରିୟାର ବ୍ୟାପକତା, ନିରପେକ୍ଷତା ଓ ପାରଦର୍ଶିତାକୁ ପ୍ରଶଂସା କଲା ଆମେରିକୀୟ ପ୍ରତିନିଧି ଦଳ
ଭାରତ-ଆମେରିକା ସମ୍ପର୍କକୁ ଆଗକୁ ବଢ଼ାଇବାରେ ଆମେରିକୀୟ କଂଗ୍ରେସର ଲଗାତାର ଓ ଦ୍ୱିପାକ୍ଷିକ ସମର୍ଥନ ଉପରେ ଗୁରୁତ୍ୱାରୋପ କଲେ ପ୍ରଧାନମନ୍ତ୍ରୀ
ଗତ ବର୍ଷ ଆମେରିକାକୁ ନିଜର ଐତିହାସିକ ସରକାରୀ ଗସ୍ତ ଏବଂ ଏହି ଅବସରରେ ଦ୍ୱିତୀୟ ଥର ଆମେରିକୀୟ କଂଗ୍ରେସକୁ ଉଦବୋଧନ ଦେବା ଘଟଣାକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

ବୈଦେଶିକ ବ୍ୟାପାର ସଦନ କମିଟିର ଅଧ୍ୟକ୍ଷ ମାଇକେଲ୍‌ ମ୍ୟାକକଲ୍‌ଙ୍କ ନେତୃତ୍ୱରେ ସାତ ଜଣିଆ ସଦସ୍ୟ ବିଶିଷ୍ଟ ଆମେରିକୀୟ କଂଗ୍ରେସର ପ୍ରତିନିଧି ଦଳ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛି ।

ପ୍ରତିନିଧି ଦଳର ଅନ୍ୟ ସଦସ୍ୟମାନଙ୍କ ମଧ୍ୟରେ ନେନ୍ସି ପାଲୋସୀ, ପ୍ରତିନିଧି ଗ୍ରେଗରୀ ମିକ୍ସ, ପ୍ରତିନିଧି ମେରିଏନେଟ୍‌ ମିଲର-ମିକ୍ସ, ପ୍ରତିନିଧି ନିକୋଲ ମ୍ୟାଲିୟୋଟାକିସ, ପ୍ରତିନିଧି ଅମରୀଶ ବାବୁଲାଲ ‘‘ଅମୀ ବେରା’’ ଏବଂ ପ୍ରତିନିଧି ଜିମ୍‌ ମ୍ୟାକଗବର୍ଣ୍ଣ ସାମିଲ ଥିଲେ ।

ପ୍ରତିନିଧି ଦଳର ସଦସ୍ୟମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ତୃତୀୟ ଥର ଲଗାତାର ଐତିହାସିକ ଭାବେ ନିର୍ବାଚିତ ହେବା ପାଇଁ ଶୁଭେଚ୍ଛା ଜଣାଇଥିଲେ।

ସେମାନେ ଭାରତରେ ନିକଟରେ ଅନୁଷ୍ଠିତ ହୋଇଥିବା ସବୁଠୁ ବଡ଼ ଗଣତାନ୍ତ୍ରିକ ପ୍ରକ୍ରିୟାର ବ୍ୟାପକତା, ନିରପେକ୍ଷତା ଓ ପାରଦର୍ଶିତାକୁ ଗଭୀର ଭାବେ ପ୍ରଶଂସା କରିଥିଲେ।

ପ୍ରତିନିଧି ଦଳ ଭାରତ-ଆମେରିକା ସମ୍ପର୍କକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ଅଭିହିତ କରିବା ସହିତ ବ୍ୟବସାୟ, ନୂଆ ଓ ଉଦୀୟମାନ ପ୍ରଯୁକ୍ତି, ପ୍ରତିରକ୍ଷା, ନାଗରିକ ସମ୍ପର୍କ ସମେତ ସବୁ କ୍ଷେତ୍ରରେ ବ୍ୟାପକ ରଣନୀତିକ ବୈଶ୍ୱିକ ଭାଗିଦାରୀକୁ ଆହୁରି ଗଭୀର କରିବା ଉପରେ ସେମାନଙ୍କର ଦୃଢ଼ ସମର୍ଥନ ବ୍ୟକ୍ତ କରିଥିଲେ।

ଭାରତ-ଆମେରିକା ସମ୍ପର୍କକୁ ଆଗକୁ ବଢ଼ାଇବାରେ ଆମେରିକା କଂଗ୍ରେସର ଲଗାତାର ଓ ଦ୍ୱିପାକ୍ଷିକ ସମର୍ଥନ ଦ୍ୱାରା ନିର୍ବାହ କରାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ। ଏହା ସହଭାଗୀ ଗଣତାନ୍ତ୍ରିକ ମୂଲ୍ୟବୋଧ, ଆଇନର ଶାସନ ପ୍ରତି ସମ୍ମାନ ଓ ନାଗରିକଙ୍କ ମଧ୍ୟରେ ମଜବୁତ ସମ୍ପର୍କ ଉପରେ ଆଧାରିତ । ସେ ବିଶ୍ୱ କଲ୍ୟାଣ ପାଇଁ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବାର ପ୍ରତିବଦ୍ଧତାକୁ ଦୋହରାଇଥିଲେ।

ପ୍ରଧାନମନ୍ତ୍ରୀ ବିଗତ ବର୍ଷ ଜୁନ ମାସରେ ଆମେରିକାକୁ ନିଜର ସରକାରୀ ଗସ୍ତ ସମୟରେ ଦ୍ୱିତୀୟ ଥର ପାଇଁ ଆମେରିକୀୟ କଂଗ୍ରେସର ମିଳିତ ଅଧିବେଶନକୁ ସମ୍ବୋଧିତ କରିବାର ସୁଯୋଗ ମିଳିବା ଘଟଣାର ସ୍ମରଣ କରିଥିଲେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India accelerates ‘semiconductor drive’ with Rs 1.64 lakh crore investment plan

Media Coverage

India accelerates ‘semiconductor drive’ with Rs 1.64 lakh crore investment plan
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 29, 2026
June 29, 2026

PM Modi Advancing National Strength Through Unity, Innovation and Janbhagidari