ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀଠାରେ ସମନ୍ବିତ କମ୍ପ୍ଲେକ୍ସ "କର୍ମଯୋଗୀ ଭବନ"ର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିବେ
ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ
ଅନଲାଇନ ମଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନିଜକୁ ପ୍ରଶିକ୍ଷଣ ଦେବେ ନବନିଯୁକ୍ତ କର୍ମଚାରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୧୨, ୨୦୨୪ ପୂର୍ବାହ୍ନ ସାଢେ ୧୦ ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ୧ ଲକ୍ଷରୁ ଅଧିକ ନବନିଯୁକ୍ତ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀଠାରେ ସମନ୍ୱିତ କମ୍ପ୍ଲେକ୍ସ "କର୍ମଯୋଗୀ ଭବନ"ର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିବେ । ଏହି କମ୍ପ୍ଲେକ୍ସ ମିଶନ କର୍ମଯୋଗୀର ବିଭିନ୍ନ ସ୍ତମ୍ଭ ମଧ୍ୟରେ ସହଯୋଗ ଏବଂ ସମନ୍ୱୟକୁ ପ୍ରୋତ୍ସାହିତ କରିବ ।

ସାରା ଦେଶରେ ୪୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ । ଏହି ପଦକ୍ଷେପକୁ ସମର୍ଥନ କରି କେନ୍ଦ୍ର ସରକାରଙ୍କ ବିଭାଗ ଏବଂ ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ପ୍ରଦାନ କରାଯାଉଛି। ନୂତନ ନିଯୁକ୍ତମାନେ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ସରକାରଙ୍କ ସହ ଯୋଗଦେବେ ଯେଉଁଥିରେ ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ଆଣବିକ ଶକ୍ତି ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ଆର୍ଥିକ ସେବା ବିଭାଗ,  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ,  ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ରେଳ ମନ୍ତ୍ରଣାଳୟ ବିଭିନ୍ନ ପଦବୀ ସାମିଲ୍ ରହିଛି।

ରୋଜଗାର ମେଳା ହେଉଛି ଦେଶରେ ରୋଜଗାର ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟି କରିବ ଏବଂ ଜାତୀୟ ବିକାଶରେ ଯୁବକମାନଙ୍କ ସଶକ୍ତୀକରଣ ଏବଂ ପ୍ରତ୍ୟକ୍ଷ ଅଂଶଗ୍ରହଣ ପାଇଁ ଲାଭଦାୟକ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଏକ ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଥିରେ 'ଯେକୌଣସି ସ୍ଥାନରେ ଯେକୌଣସି ଡିଭାଇସ୍' ଶିକ୍ଷଣ ଫର୍ମାଟ ପାଇଁ ୮୮୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's forex reserves hit all-time high of $729.33 billion after $12.42 billion jump

Media Coverage

India's forex reserves hit all-time high of $729.33 billion after $12.42 billion jump
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 29, 2026
August 29, 2026

New India, New Speed, New Stage: Missiles, Medals, Multilateralism under PM Modi