ରୋଜଗାର ମେଳା ଅଧୀନରେ ପ୍ରଧାନମନ୍ତ୍ରୀ ଅକ୍ଟୋବର ୨୮ତାରିଖ ଦିନ ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନରେ ନିଯୁକ୍ତି ପାଇଥିବା ୫୧ହଜାର ନବନିଯୁକ୍ତଙ୍କୁ ବଣ୍ଟନ କରିବେ ନିଯୁକ୍ତିପତ୍ର
ପ୍ରଧାନମନ୍ତ୍ରୀଙ୍କ ନିଯୁକ୍ତି ସୁଯୋଗ ସୃଷ୍ଟି ଅଙ୍ଗୀକାରବଦ୍ଧତା ସାକାର କରିବା ପାଇଁ ନିଯୁକ୍ତି ମେଳା ଏକ ପଦକ୍ଷେପ ନବନିଯୁକ୍ତଗଣ ମଧ୍ୟ ନିଜକୁ କର୍ମଯୋଗୀ ପ୍ରାରମ୍ଭ ଅନ୍‌ଲାଇନ ମୋଡୁଲ ଦ୍ୱାରା ତାଲିମପ୍ରାପ୍ତ କରାଇବେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ଅକ୍ଟୋବର ୨୮ତାରିଖ ଅପରାହ୍ନ ଗୋଟାଏ ବେଳେ ୫୧ହଜାରରୁ ଅଧିକ ନିଯୁକ୍ତିପତ୍ର ନବନିଯୁକ୍ତମାନଙ୍କୁ ଆଭାସୀ ମାଧ୍ୟମରେ ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ନିଜର ଅଭିଭାଷଣ ରଖିବେ ।

ଦେଶରେ ୩୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ । ଏହି ନିଯୁକ୍ତି  ସରକାରଙ୍କ ବିଭିନ୍ନ ବିଭାଗରେ ହେଉଥିବାବେଳେ, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାରମାନେ ମଧ୍ୟ ଏହି ପଦକ୍ଷେପରେ ସହାୟତା କରୁଛନ୍ତି । ଏହି ନବନିଯୁକ୍ତ ଗଣ ଦେଶବ୍ୟାପୀ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ଯୋଗଦେବେ ।  ସେଗୁଡିକ ମଧ୍ୟରେ ରେଳ ମନ୍ତ୍ରଣାଳୟ, ଡାକବିଭାଗ, ଗୃହ ମନ୍ତ୍ରଣାଳୟ, ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗଣଶିକ୍ଷା ବିଭାଗ ଓ ସାକ୍ଷରତା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଇତ୍ୟାଦି ଅନ୍ତର୍ଭୁକ୍ତ ।

ନିଯୁକ୍ତି ସୁଯୋଗକୁ ଅଗ୍ରାଧିକାର ଦେଇଥିବା ପ୍ରଧାନମନ୍ତ୍ରୀଙ୍କ ଅଙ୍ଗୀକାରବଦ୍ଧତାକୁ ସାକାର କରିବା ପାଇଁ ରୋଜଗାର ମେଳା ଏକ ପଦକ୍ଷେପ । ଆଗକୁ ରୋଜଗାର ସୃଷ୍ଟି ନିମନ୍ତେ ରୋଜଗାର ମେଳା ଏକ ଉତ୍‌ପ୍ରେରକ  ଭାବେ କାର୍ଯ୍ୟ କରିବା ସହ ଯୁବଗୋଷ୍ଠୀକୁ ସଶକ୍ତ କରିବ ଓ ଜାତୀୟ ବିକାଶରେ ସାମିଲ କରିବା ପାଇଁ ମଧ୍ୟ ସୁଯୋଗ ଦେବ ।

ନବନିଯୁକ୍ତଗଣ ମଧ୍ୟ ଅନଲାଇନ୍ ମୋଡୁଲ କର୍ମଯୋଗୀ ପ୍ରାରମ୍ଭ ଜରିଆରେ ନିଯୁ୍‌କ୍ତି ତାଲିମ ପ୍ରାପ୍ତ କରିପାରିବେ । iGOT କର୍ମଯୋଗୀ ପୋର୍ଟାଲ ଜରିଆରେ ୭୫୦ରୁ ଊର୍ଦ୍ଧ୍ୱ ଇ-ଶୈକ୍ଷିକ ପାଠ୍ୟକ୍ରମ ଉପଲବ୍ଧ ହେଉଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Jo khelega woh khilega, always cheer for Bharat: PM Modi meets India's CWG medallists

Media Coverage

Jo khelega woh khilega, always cheer for Bharat: PM Modi meets India's CWG medallists
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 10, 2026
August 10, 2026

History, Heritage & High Growth: Why India’s Youth Feel Unstoppable Under PM Modi’s Leadership