ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ମଇ ୨୦୨୬ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ରୋଜଗାର ମେଳାରେ ଯୋଗଦେଇ ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନରେ ନବନିଯୁକ୍ତ ଯୁବକ-ଯୁବତୀମାନଙ୍କୁ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।

ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ପାଳନ କରି, ରୋଜଗାର ମେଳା ଏହି ଦୃଷ୍ଟିକୋଣକୁ ବାସ୍ତବରେ ପରିଣତ କରିବା ପାଇଁ ଏକ ପ୍ରମୁଖ ପଦକ୍ଷେପ । ଏହାର ସ୍ଥାପନା ପରଠାରୁ, ସାରା ଦେଶରେ ଆୟୋଜିତ ୧୮ଟି ରୋଜଗାର ମେଳା ମାଧ୍ୟମରେ ପ୍ରାୟ ୧୨ ଲକ୍ଷ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି ।

୧୯ତମ ରୋଜଗାର ମେଳା ଦେଶର ୪୭ଟି ସ୍ଥାନରେ ଅନୁଷ୍ଠିତ ହେବ । ଭାରତର ସମସ୍ତ ଅଞ୍ଚଳରୁ ମନୋନୀତ ନୂତନ ନିଯୁକ୍ତି ପାଇଥିବା ପ୍ରାର୍ଥୀମାନେ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ ଯୋଗଦେବେ, ଯଥା ରେଳ ମନ୍ତ୍ରଣାଳୟ, ଗୃହ ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆର୍ଥିକ ସେବା ବିଭାଗ, ଉଚ୍ଚଶିକ୍ଷା ବିଭାଗ ଇତ୍ୟାଦି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Indian Railways plans four-laning of 11,000-km high-density network to boost train capacity

Media Coverage

Indian Railways plans four-laning of 11,000-km high-density network to boost train capacity
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 26, 2026
August 26, 2026

Accountability Meets Ambition: Record Low NPAs, Record Defence Output, Record Digital Adoption Under the Leadership of PM Modi