ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ
ଅନଲାଇନ ମୋଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନବନିଯୁକ୍ତ କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେଇ ପାରିବେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ଅଗଷ୍ଟ, ୨୦୨୩ ପୂର୍ବାହ୍ନ ସାଢେ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ନୂତନଭାବେ ନିଯୁକ୍ତି ପାଇଥିବା ବ୍ୟକ୍ତି ମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନିଯୁକ୍ତ କର୍ମଚାରୀ ମାନଙ୍କୁ ସମ୍ବୋଧିତ କରିବେ ।

ରୋଜଗାର ମେଳା ସାରା ଦେଶରେ ୪୫ଟି ସ୍ଥାନରେ ଅନୁଷ୍ଠିତ ହେବ । ଏହି ରୋଜଗାର ମେଳା କାର୍ଯ୍ୟକ୍ରମ ମାଧ୍ୟମରେ ଗୃହ ମନ୍ତ୍ରଣାଳୟ ବିଭିନ୍ନ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ), ଯଥା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ), ସୀମା ସୁରକ୍ଷା ବଳ (ବିଏସଏଫ), ଶସସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି), ଆସାମ ରାଇଫଲ୍ସ, କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସ୍‌ଏଫ୍‌), ଇଣ୍ଡୋ ତିବ୍ଦତ ସୀମା ପୋଲିସ (ଆଇଟିବିପି) ଏବଂ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଏବଂ ଦିଲ୍ଲୀ ପୋଲିସରେ ଯବାନ ମାନଙ୍କୁ ନିଯୁକ୍ତି ପ୍ରଦାନ କରୁଛି । ସାରା ଦେଶରୁ ମନୋନୀତ ହୋଇଥିବା ନୂତନ ନିଯୁକ୍ତ କର୍ମଚାରୀ ଗୃହ ମନ୍ତ୍ରଣାଳୟ ଅଧୀନରେ ଥିବା ବିଭିନ୍ନ ସଂସ୍ଥାରେ କନଷ୍ଟେବଳ (ଜେନେରାଲ ଡ୍ୟୁଟି), ସବ୍‌- ଇନ୍ସପେକ୍ଟର (ଜେନେରାଲ ଡ୍ୟୁଟି) ଏବଂ ଅଣ- ଜେନେରାଲ ଡ୍ୟୁଟି କ୍ୟାଡର ପଦବୀରେ ଯୋଗ ଦେବେ ।

ଆଭ୍ୟନ୍ତରୀଣ ନିରାପତ୍ତା, ଆତଙ୍କବାଦ ମୁକାବିଲା, ବିଦ୍ରୋହ ମୁକାବିଲା, ବାମପନ୍ଥୀ ଉଗ୍ରବାଦ ବିରୋଧୀ ଏବଂ ଦେଶର ସୀମା ସୁରକ୍ଷା ଭଳି ବହୁମୁଖୀ ଭୂମିକା ନିର୍ବାହ କରିବାରେ ସିଏପିଏଫ୍ ଏବଂ ଦିଲ୍ଲୀ ପୁଲିସର ସୁଦୃଢ଼ୀକରଣ ଏହି ବାହିନୀକୁ ଅଧିକ ପ୍ରଭାବଶାଳୀ ଭୂମିକା ନିର୍ବାହ କରିବାରେ ସହାୟକ ହେବ । 

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଏକ ଉତ୍‌ପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକ ମାନଙ୍କୁ ସେମାନଙ୍କ ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମୋଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ ‘ଯେକୌଣସି ସ୍ଥାନରେ, ଯେକୌଣସି ଡିଭାଇସ୍‌\' ଶିକ୍ଷଣ ଫର୍ମାଟରେ ୬୭୩ରୁ ଅଧିକ ଇ - ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
In 2019, India launched its first Vande Bharat Express; seven years later came the sleeper version, and Railways now plans 260 Vande sleeper rakes with world-class features

Media Coverage

In 2019, India launched its first Vande Bharat Express; seven years later came the sleeper version, and Railways now plans 260 Vande sleeper rakes with world-class features
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 3, 2026
September 03, 2026

A- Rating to Third-Largest Wind Producer: How Modi’s Policies Are Rewriting India’s Global Rank