ଏନଏସଏ ସୁଲିଭାନ୍ ଦ୍ୱିପାକ୍ଷିକ ସହଯୋଗରେ ଅଗ୍ରଗତି, ବିଶେଷ କରି ଆଇସିଇଟି ଅଧୀନରେ ହୋଇଥିବା ପ୍ରଗତି ବିଷୟରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଲେ
ନୂଆ କାର୍ଯ୍ୟକାଳରେ ଭାରତ-ଆମେରିକା ବ୍ୟାପକ ବୈଶ୍ୱିକ ରଣନୀତିକ ଭାଗିଦାରୀକୁ ଅଧିକ ଉଚ୍ଚତାରେ ପହଞ୍ଚାଇବା ପାଇଁ ନିଜ ପ୍ରତିବଦ୍ଧତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ

ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ମହାମହିମ ଶ୍ରୀ ଜେକ୍ ସୁଲିଭାନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ଏନଏସଏ ସୁଲିଭାନ୍ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ କ୍ଷେତ୍ରରେ ଅଗ୍ରଗତି ବିଷୟରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ, ବିଶେଷକରି ସେମିକଣ୍ଡକ୍ଟର, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ଟେଲିକମ, ପ୍ରତିରକ୍ଷା, ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ, ମହାକାଶ ଆଦି ଗୁରୁତ୍ୱପୂର୍ଣ୍ଣ ଏବଂ ଉଦୀୟମାନ ପ୍ରଯୁକ୍ତି ବିଦ୍ୟା ଉପରେ ପଦକ୍ଷେପ (ଆଇସିଇଟି) ଅଧୀନରେ ଅଗ୍ରଗତି ବିଷୟରେ ସେ ଆଲୋଚନା କରିଥିଲେ।

ସମସ୍ତ କ୍ଷେତ୍ରରେ ବଢୁଥିବା ଦ୍ୱିପାକ୍ଷିକ ଭାଗିଦାରୀର ଗତି ଓ ବ୍ୟାପକତା ଏବଂ ପାରସ୍ପରିକ ସ୍ୱାର୍ଥର ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ସହମତି ତଥା ସମନ୍ୱୟ ଉପରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ ।

ଜି-୭ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ବାଇଡେନଙ୍କ ସହ ତାଙ୍କର ନିକଟରେ ହୋଇଥିବା ସକାରାତ୍ମକ ବାର୍ତ୍ତାଳାପକୁ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ । ବୈଶ୍ୱିକ ମଙ୍ଗଳ ପାଇଁ ବ୍ୟାପକ ବୈଶ୍ୱିକ ରଣନୀତିକ ଭାଗିଦାରୀକୁ ସୁଦୃଢ଼ କରିବା ଏବଂ ନୂତନ କାର୍ଯ୍ୟକାଳରେ ଏହାକୁ ଅଧିକ ଉଚ୍ଚତାରେ ପହଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ପ୍ରତିବଦ୍ଧତାକୁ ଦୋହରାଇଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Marvell to invest $250 million, double India workforce in 3 years

Media Coverage

Marvell to invest $250 million, double India workforce in 3 years
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 30, 2026
July 30, 2026

Aatmanirbhar in Action: How PM Modi Turned Vision into Export Multipliers & Safer Rails